Posted inପୁରୀ

୩୦ପେଟି ଦେଶୀ ମଦ ଜବତ, ୨ ଗିରଫ

ଗୋପ,୩୦ା୪(ଡି.ଏନ.ଏ): କରୋନା ରୋକିବା ପାଇଁ ଲକଡାଉନ ଜାରି ହୋଇଥିବାବେଳେ ସମସ୍ତ ଦୋକାନ ବଜାର ବନ୍ଦ ରହିଛି। ହେଲେ ଗୋପ ଥାନା ଅଞ୍ଚଳରେ ଚୋରାରେ ମଦ ବିକ୍ରି ହେଉଥିବାର ବାରମ୍ବାର ଅଭିଯୋଗ ହୋଇଆସୁଛି। ଏ ନେଇ ବୁଧବାର ବିଳମ୍ବିତ ରାତିରେ ଗୋପ ପୋଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ୩୩ପେଟି ଦେଶୀ ମଦ ଜବତ କରିବା ସହ ୨ଜଣଙ୍କୁ ଗିରଫ କରି ଗୁରୁବାର କୋର୍ଟଚାଲାଣ କରିଛି। ସେମାନେ ହେଲେ ଏହି ଥାନା ଅନ୍ତର୍ଗତ ନୟାହାଟ ଅଞ୍ଚଳର ସୁଶାନ୍ତ କୁମାର ନାୟକ ଓ ରଞ୍ଜିତ କାର୍ତ୍ତିକ। ଏ ନେଇ ପୋଲିସ ନଂ.୧୧୧/୨୦ରେ ଏକ ମାମଲା ରୁଜୁ କରିଛି। ସୂଚନାଯୋଗ୍ୟ, ଗୋପ ଅଞ୍ଚଳରେ ଚୋରାରେ ମଦ ବିକ୍ରି ନେଇ ଚଢ଼ାଉ ହେଉଥିଲେ ମଧ୍ୟ ମଦ ମାଫିଆମାନଙ୍କୁ ଧରି ପାରୁ ନ ଥିଲା। କିନ୍ତୁ ବୁଧବାର ନୟାହାଟ ଫାଣ୍ଡି ନିକଟ ନୟାହାଟ ବଜାରରେ ଥିବା ଏକ ବିଦେଶୀ ଦୋକାନରେ ଓଡି ୦୨ ଏଭି ୧୮୨୪ନଂ. ବିଶିଷ୍ଟ ପିକ୍‌ଅପ ଭ୍ୟାନରେ ଦେଶୀ ମଦ ଖାଲି ହେଉଥିଲ। ଖବରପାଇ ପୋଲିସ ପହଞ୍ଚତ୍ ପଚରାଉଚୁରା ବେଳେ ମଦ ମାଫିଆମାନେ ସେମାନଙ୍କୁ ଠେଲି ମଦ ଗାଡ଼ି ନେଇ ଫେରାର ହୋଇଯାଇଥିଲେ। ଫଳରେ ପୋଲିସ ପିଛା କରି ଗାଡ଼ି ସହ ୩ଜଣଙ୍କୁ ଧରିବାରେ ସଫଳ ହୋଇଥିଲା। କିନ୍ତୁ ଦୁଇ ମଦ ମାଫିଆଙ୍କୁ ଗିରଫ କରିଥିବାବେଳେ ଅନ୍ୟଜଣଙ୍କୁ କେବଳ ପଚରାଉଚୁରା କରି ଛାଡି ଦେଇଥିବା ଜଣାପଡ଼ିଛି। ଅନ୍ୟପଟେ ନୟାହାଟ ଫାଣ୍ଡି ଅଞ୍ଚଳରେ ବ୍ୟାପକ ପରିମାଣରେ ଦେଶୀ ମଦ ଖୋଲାଖୋଲି ବିକ୍ରି ହେଉଥିବା ବେଳେ ପୋଲିସ ଟଙ୍କା ନେଇ ଚୁପ ରହୁଥିବା ଅଭିଯୋଗ ହେଉଛି। ୨ ଅଭିଯୁକ୍ତଙ୍କୁ ମାନ୍ୟବର କୋର୍ଟ ଜେଲ ହାଜତକୁ ପଠାଇ ଦିଆଯାଇଛି ବୋଲି ଗୋପ ଥାନା ଅଧିକାରୀ ସୁଧୀର କୁମାର ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri