୩୦ଫୁଟ ତଳକୁ ଖସିଲା ଯାତ୍ରୀବାହୀ ବସ୍‌:୧୨ ଆହତ ୪ ଗୁରୁତର

ଆଠଗଡ,୧୩ା୧ (ସ୍ବ.ପ୍ର.)- ଖୁଣ୍ଟୁଣୀ-ନରସିଂହପୁର ୬୫ନଂ ରାଜ୍ୟ ରାଜପଥର ଆଠଗଡ଼ ଥାନା ଅନ୍ତର୍ଗତ ଗୁଣ୍ଡିଚାପୁର ଗ୍ରାମ ନିକଟରେ ସୋମବାର ଅପରାହ୍ନରେ ଏକ ଘରୋଇ ବସ୍‌ ଭାରସାମ୍ୟ ହରାଇ ୩୦ ଫୁଟ ତଳକୁ ଖସି ଧାନ ଜମିରେ ପଡ଼ିଛି। ଦୁର୍ଘଟଣାରେ ବସ୍‌ରେ ଥିତ୍ବା ୩୫ ଜଣ ଯାତ୍ରୀଙ୍କ ମଧ୍ୟରୁ ୧୨ ଜଣ ଆହତ ହୋଇଥିବା ବେଳେ ୪ ଜଣ ଗୁରୁତର ହୋଇଛନ୍ତି। ଗୁରୁତରମାନେ ହେଲେ ଢ଼େଙ୍କାନାଳ ସଦର ଥାନା ଅନ୍ତର୍ଗତ ବାଲିଆମ୍ବା ଗ୍ରାମର ପ୍ରଶାନ୍ତ ପ୍ରଧାନ(୫୦), ଓସ୍ତପାଳ ଗ୍ରାମର ଉଲ୍ଲାସ ବାରିକ (୩୨), ଆଠଗଡ଼ ବ୍ଲକ କପୁରସିଂ ଗ୍ରାମର ମାନି ନାୟକ(୧୯), ତବ୍‌ସୁନି ଖାନ୍‌(୫)। ଆହତମାନଙ୍କୁ ଆଠଗଡ଼ ଉପଖଣ୍ଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ଗୁରୁତରମାନଙ୍କୁ କଟକ ବଡ ଡାକ୍ତରଖାନା ସ୍ଥାନାନ୍ତର କରାଯାଇଛି। ମହାବୀର ନାମକ ଏହି ବସ୍‌ଟି କଟକରୁ ବାହାରି ଢ଼େଙ୍କାନାଳ ଜିଲାର ରାସୋଳକୁ ଯାଉଥିଲା। ଗୁଣ୍ଡିଚାପୁରସ୍ଥିତ ଛକରେ ବୁଲାଣି ବେଳେ ହଠାତ୍‌ ଷ୍ଟିୟରିଂ କଟିଯିବାରୁ ବସ୍‌ର ଆଗ ଚକ ଅଖ ବାହାରି ପଡିଥିଲା। ଫଳରେ ବସ୍‌ଟି ଭାରସାମ୍ୟ ହରାଇ ତଳକୁ ଖସିଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୁସ୍ଥ ଶରୀର ପାଇଁ ଜଳ ଜରୁରୀ, ହାର୍ଟ-ଲିଭରକୁ ସୁରକ୍ଷା ଦେବା ସହ…

ଆମ ଶରୀର ପାଇଁ ଜଳ କେତେ ଉପକାରୀ, ତାହା କହିବା ବାହୁଲ୍ୟ ମାତ୍ର। ସୁସ୍ଥ ଶରୀର ପାଇଁ ସୁଷମ ଖାଦ୍ୟ ବ୍ୟତୀତ ଆବଶ୍ୟକ ମୁତାବକ ପାଣି ପିଇବା…

ଏମିତି କରି T20ରେ ବିଶ୍ୱ ରେକର୍ଡ ସ୍ଥାପନ କରିଛି ୱେଷ୍ଟଇଣ୍ଡିଜ; ଭାରତ ରହିଛି ପଛରେ

ନୂଆଦିଲ୍ଲୀ,୧୨।୧୦: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ T20 କ୍ରିକେଟରେ ଇତିହାସ ସୃଷ୍ଟି କରିଛି। ରବିବାର ଭାରତ ବିପକ୍ଷ ତୃତୀୟ T20 ମ୍ୟାଚରେ କାରିବିଆନ ଦଳ ମୋଟ ୧୩ଟି ଛକା…

ଦୁଇ ବାଇକ୍‌ଆରୋହୀଙ୍କୁ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଜୀବନ, କ୍ଷତିପୂରଣ ଦାବି କରି…

ହେମଗିର,୧୨ା୧୦(ଚୈତନ୍ୟ ପୁଟେଲ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ ଡୁରୁବଗା ବାଇପାସ ରାସ୍ତାରେ ଅଜଣା ଗାଡ଼ି ଧକ୍କାରେ ଦୁଇ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ…

ବଦଳିଲା କ୍ରିକେଟ ମ୍ୟାଚର ସ୍ଥାନ, ଏଥିପାଇଁ ଦାୟୀ ରହିବ କି ପାକିସ୍ତାନ ରାଜନୀତି? ଜାଣନ୍ତୁ…

ଇସଲାମାବାଦ,୧୨।୧୦: ପାକିସ୍ତାନର ରାଜନୈତିକ ସଙ୍କଟର ପ୍ରଭାବ ବର୍ତ୍ତମାନ କ୍ରିକେଟ ଉପରେ ମଧ୍ୟ ପଡ଼ିବା ଆରମ୍ଭ ହୋଇଛି। ଖୈବର ପଖତୁନଖୱା ଅଞ୍ଚଳରେ ପାକିସ୍ତାନ ସରକାରଙ୍କ ଦ୍ୱାରା ନିକଟରେ ଜରୁରୀକାଳୀନ…

‘ମୋ ବାପା ସବୁକିଛି ସମ୍ଭାଳି ନେବେ’: ଧନୀ ଯୁବକଙ୍କ ଅହଂକାରୀ ଆଚରଣ; ମା’ ଜନ୍ମଦିନରେ ଉପହାର ଦେଇଥିବା କାର ଚଢାଇ ୩ ଛାତ୍ର ମୃତ

କୋଚି,୧୨।୧୦: କେରଳର ନେଦୁମ୍ବାସେରୀରେ ତିନିଜଣ ଛାତ୍ରୀଛାତ୍ରଙ୍କ ଜୀବନ ନେଇଥିବା ଏକ ଭୟଙ୍କର ସଡ଼କ ଦୁର୍ଘଟଣା ପରେ ଅହଂକାର ଓ ଅବହେଳାର ଏକ ଚାଞ୍ଚଲ୍ୟକର ଚିତ୍ର ସାମ୍ନାକୁ ଆସିଛି।…

ମହାକାଳପଡ଼ାରେ ବିଜେଡି-ଭାଜପା ଛାତ୍ର ଗୋଷ୍ଠୀ ମୁହାଁମୁହିଁ, ପୋଲିସ ପହଞ୍ଚି…

ମହାକାଳପଡ଼ା,୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାସ୍ଥିତ ପ୍ରମୁଖ ଶିକ୍ଷାନୁଷ୍ଠାନ ବାୟାବାବା କଲେଜରେ ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ରକରି ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇପଡ଼ିଛି। ସୋମବାର ମଧ୍ୟାହ୍ନରେ କଲେଜ…

ଭାରତ ବିପକ୍ଷ ସିରିଜ୍‌ ପାଇ ନ୍ୟୁଜିଲାଣ୍ଡ ଦଳ ଘୋଷିତ, ଦଳକୁ ଫେରିଲେ ଏହି ଖେଳାଳି ଜାଣନ୍ତୁ…

ଓ୍ବେଲିଂଟନ,୧୨ା୧୦: ଆସନ୍ତା ୨୨ ତାରିଖରୁ ଭାରତ ବିପକ୍ଷରେ ଆରମ୍ଭ ହେବାକୁ ଥିବା ଦିନିକିଆ କ୍ରିକେଟ ସିରିଜ୍‌ ପାଇ ନ୍ୟୁଜିଲାଣ୍ଡ ଦଳ ଘୋଷଣା କରାଯାଇଛି। ଫିନ ଆଲେନ, ଲୋକି…

ଗୃହ ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି; ଜନ୍ତରମନ୍ତରରେ ହେବନି ବିକ୍ଷୋଭ ପ୍ରଦର୍ଶନ, ଏହି ୩ ନୂଆ ସ୍ଥାନ….

ନୂଆଦିଲ୍ଲୀ,୧୨।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଆନ୍ଦୋଳନ ଜାରି ରହିଥିବା ବେଳେ ଦିଲ୍ଲୀରେ ଧାରଣା ଓ ବିରୋଧ ପ୍ରଦର୍ଶନ ପାଇଁ ନିର୍ଦ୍ଧାରିତ ସ୍ଥାନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?