୩୦ମାର୍ଚ୍ଚ ସୁଦ୍ଧା ୧୨୦୦ ଆବାସ ଶେଷ କରିବାକୁ ନିର୍ଦ୍ଦେଶ

ରସୁଲପୁର,୧୯।୧(ଡି.ଏନ୍‌.ଏ.): ରସୁଲପୁର ବ୍ଲକ ସମ୍ମିଳନୀ କକ୍ଷରେ ଶନିବାର ଜିଲା ପ୍ରକଳ୍ପ ନିର୍ଦ୍ଦେଶକ ଇନ୍ଦ୍ରମଣୀ ନାୟକ ବିଭିନ୍ନ ପଞ୍ଚାୟତର ଉନ୍ନୟନମୂଳକ କାର୍ଯ୍ୟକୁ ସମୀକ୍ଷା କରିଛନ୍ତି। ଅପରାହ୍ନ ୧ଟା୨୦ ମିନିଟ୍‌ରେ ବ୍ଲକରେ ବିଭିନ୍ନ ବିଭାଗର ଅଧିକାରୀଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଥିଲା ା ଏଥିରେ ୨୦୧୮-୧୯ ଆର୍ଥତ୍କ ବର୍ଷରେ ପ୍ରଧାନମନ୍ତ୍ରୀ ଆବାସ ଓ ବିଜୁପକ୍କା ଘର ଚଳିତବର୍ଷ ୩୦ମାର୍ଚ୍ଚ ସୁଦ୍ଧା ଶେଷ କରିବାକୁ ପରାମର୍ଶ ଦିଆଯାଇଛି ା ବ୍ଲକକୁ ମିଳିଥିବା ନୂଆ ପ୍ରଧାନମନ୍ତ୍ରୀ ଆବାସ ୭୦୦ ଓ ବକେୟା ଥିବା ୫୦୦ଘରକୁ ଶେଷ କରିବାକୁ ପ୍ରକଳ୍ପ ନିର୍ଦ୍ଦେଶକ ପରାମର୍ଶ ଦେଇଛନ୍ତି। ଏଥିସହ ପଞ୍ଚାୟତରେ ୪ର୍ଥ ରାଜ୍ୟ ଅର୍ଥ କମିଶନ ଓ ୧୪ତମ କେନ୍ଦ୍ରୀୟ ଅର୍ଥ କମିଶନ ଅନୁଦାନକୁ ତୁରନ୍ତ ଖର୍ଚ୍ଚ କରିବା ଉପରେ ଗୁରୁତ୍ୱାରୋପ କରାଯାଇଛି। ଏହି କାର୍ଯ୍ୟ ସହ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌କୁ ସଂଯୋଗ କରି ନୂଆ ନିୟମାବଳୀକୁ ଆଧାରକରି ଉନ୍ନୟନ କାର୍ଯ୍ୟ ପରିଚାଳନା କରିବାକୁ କୁହାଯାଇଛି ା ଏହାଛଡା ବିଭିନ୍ନ ପଞ୍ଚାୟତରେ ଥିବା ଅସପୂର୍ଣ୍ଣ କାର୍ଯ୍ୟକୁ ସମ୍ପୁର୍ଣ୍ଣ କରିବା, ସମସ୍ତ ଉନ୍ନୟନ ପାଣ୍ଠିର ସୁବିନିଯୋଗ କରିବା, ପାନୀୟ ଜଳ ପ୍ରକଳ୍ପଗୁଡ଼ିକୁ ତ୍ୱରାନ୍ବିତ କରିବା ନେଇ ସମୀକ୍ଷାରେ ସ୍ଥାନ ଦିଆଯାଇଛି ା ଉକ୍ତ ସମୀକ୍ଷା ବୈଠକରେ ରସୁଲପୁର ବିଡିଓ ଉମାକାନ୍ତ ପରିଡା, ସହକାରୀ ନିର୍ବାହୀ ଯନ୍ତ୍ରୀ ନମିତା ହାଁସଦା, ସମସ୍ତ କନିଷ୍ଠ ଯନ୍ତ୍ରୀ, ଗ୍ରାମପଞ୍ଚାୟତ ବୈଷୟିକ ଅଧିକାରୀ, ପଞ୍ଚାୟତ ନିର୍ବାହୀ ଅଧିକାରୀ, ପାନୀୟ ଜଳ ଯୋଗାଣ ବିଭାଗର କନିଷ୍ଠ ଯନ୍ତ୍ରୀ, ଗ୍ରାମ୍ୟ ରୋଜଗାର ସେବିକାସେବକ ପ୍ରମୁଖ ଯୋଗଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ମୁହାଁ ହାତୀ: ଭୟରେ ଗାଁ ଲୋକେ

ବାଙ୍କୀ,୨୮/୫(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ ଉପଖଣ୍ଡ ଜାତ ମୁଣ୍ଡିଆଠାରେ କାଲି ରାତିରୁ ୪ ଟିକିଆ ହାତୀପଲ ବୁଲୁଥିବା ଦେଖି ଅଞ୍ଚଳବାସୀ ଭାୟଭୀତ ଅବସ୍ଥାରେ ଅଛନ୍ତି ।…

ପ୍ରଦ୍ୟୁମ୍ନଙ୍କୁ ମନ୍ତ୍ରୀ ପଦ ଦେବାକୁ ବଢ଼ୁଛି ଅନୁରୋଧ: ଗଞ୍ଜାମରୁ ୨ ଜଣକୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ମିଳିବା ସମ୍ଭାବନା

ଭଞ୍ଜନଗର,୨୮।୫(ବାବୁଲା ପ୍ରଧାନ): ଦୀର୍ଘ ୧୦ ମାସର ନୀରବତା ପରେ ପୁଣି ରାଜ୍ୟ ମନ୍ତ୍ରୀମଣ୍ଡଳରେ ଖାଲିଥିବା ୬ ମନ୍ତ୍ରୀ ପଦବୀ ପୂରଣ ସହ କିଛି ପୁରୁଣା ମନ୍ତ୍ରୀଙ୍କ ପଦବୀ…

କାଳବୈଶାଖୀର ପ୍ରଭାବରେ ଉଡିଲା ଛପର: ୧୪ ଘଣ୍ଟା ହେଲା ବିଦ୍ୟୁତ-ମୋବାଇଲ ସେବା ଅଚଳ

ଦାରିଙ୍ଗବାଡି, ୨୮।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କାଳ ବୈଶାଖୀର ପ୍ରଭାବରେ ପ୍ରଭାବିତ ହୋଇଛି। ବ୍ଲକ ଅଞ୍ଚଳର ସିମନବାଡି ସମେତ କିରିକୁଟି, ତିଲୋରୀ, ବୁଡ଼ାଗୁଡା,…

ବିଧାୟିକାଙ୍କ ଫଣ୍ଡକୁ ଖର୍ଚ୍ଚ କରିବାରେ ବ୍ଲକ ପ୍ରଶାସନର ବିଳମ୍ବ: ବିଜେଡି କର୍ମୀଙ୍କୁ ଅଣଦେଖା

କେସିଙ୍ଗା,୨୮।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ନର୍ଲା ନିର୍ବାଚନ ମଣ୍ଡଳୀର ବିଧାୟିକା ମନୋରମା ମହାନ୍ତି କେସିଙ୍ଗା ବ୍ଳକ ଗସ୍ତକରି ନିଜ ନିର୍ବାଚନ ମଣ୍ଡଳୀ ଅଧୀନରେ ଥିବା କେସିଙ୍ଗା ବ୍ଳକର…

ରାସ୍ତା ନ ଥିବାରୁ ୩ କିମି ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ ମହିଳା: ପ୍ରଶଂସା ସାଉଁଟିଲେ ଆମ୍ବୁଲାନ୍ସ କର୍ମଚାରୀ

କେସିଙ୍ଗା/ଖପ୍ରାଖୋଲ,୨୮/୫(ତୁମେଶ୍ୱର ସାହୁ/ଅଭୟ ତ୍ରିପାଠୀ): ଖପ୍ରାଖୋଲ ବ୍ଳକ ଅନ୍ତର୍ଗତ ଜାନିପଡା ପାହାଡ଼ ପାଖରେ ରହୁଥିବା ରୋହିତ ଧରୂଆଙ୍କ ସ୍ତ୍ରୀ ସୀମା ମାଝୀଙ୍କ ଗର୍ଭଯନ୍ତ୍ରଣା ହେଉଥିବାରୁ ତାଙ୍କୁ ଡାକ୍ତରଖାନା ଆଣିବା…

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

ପାଟଣାଗଡ଼ରେ ଘୋଷିତ ପାୱାର୍ କଟ୍‌: ପ୍ରତିବାଦରେ ବିଦ୍ୟୁତ୍ ଅଫିସ୍ ଘେରାଉ କରିବ ବିଜେଡି

ବଲାଙ୍ଗୀର,୨୭।୫(ସୁନୀଲ କୁମାର ମହାନ୍ତି): ପାଟଣାଗଡ଼ ନିର୍ବାଚନ ମଣ୍ଡଳୀରେ ଉଗ୍ର ରୂପ ନେଉଛି ବିଦ୍ୟୁତ ସମସ୍ୟା। ଅଘୋଷିତ ବିଦ୍ୟୁତ୍‌ କାଟ ପ୍ରତିବାଦରେ ଆଗାମୀ ଦିନରେ ବିଦ୍ୟୁତ ଅଫିସ ଘେରାଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri