Posted inଖେଳ

୩୦୧ ନମ୍ବର ଜର୍ସି ପିନ୍ଧିଲେ ଗେଲ୍‌

ପୋର୍ଟ ଅଫ୍‌ ସ୍ପେନ, ୧୫।୮(ପି.ଟି.)- ବୁଧବାର ଏଠାରେ ଅନୁଷ୍ଠିତ ଭାରତ ବିପକ୍ଷ ତୃତୀୟ ଦିନିକିଆ କ୍ରିକେଟ ମ୍ୟାଚରେ କ୍ୟାରିୟର ୩୦୧ତମ ଏକଦିବସୀୟ ଖେଳିଥିଲେ ଓ୍ବେଷ୍ଟଇଣ୍ଡିଜ ଦୁର୍ଦ୍ଦଶ ଓପନର କ୍ରିସ୍‌ ଗେଲ୍‌। ତେଣୁ ମ୍ୟାଚରେ ସେ ୩୦୧ ନମ୍ବର ଜର୍ସି ପରିଧାନ କରି ଖେଳିଥିଲେ। ଏହା ଗେଲ୍‌ଙ୍କ କ୍ୟାରିୟରର ସମ୍ଭାବ୍ୟ ଅନ୍ତିମ ଦିନିକିଆ ହୋଇଥିବାରୁ ସେ ୪୧ ବଲ୍‌ରୁ ୭୨ ରନ କରି ଆଉଟ ହେବାପରେ ଭାରତୀୟ ଖେଳାଳିମାନେ ତାଙ୍କୁ ଅଭିନନ୍ଦନ ଜଣାଇଥିଲେ। ଡ୍ରେସିଂ ରୁମ୍‌ରେ ଓ୍ବେଷ୍ଟଇଣ୍ଡିଜ ଖେଳାଳିମାନେ ମଧ୍ୟ ଛିଡ଼ା ହୋଇ ତାଙ୍କୁ ଅଭିବାଦନ ଜଣାଇଥିଲେ। ଆଉଟ ହେବାପରେ ଗେଲ୍‌ ନିଜ ବ୍ୟାଟ୍‌କୁ ଓପରକୁ ଫୋପାଡ଼ି ଦେଇଥିଲେ। ଏହାପରେ ବ୍ୟାଟ୍‌ ଉପରେ ହେଲ୍‌ମେଟ ରଖି ପଡ଼ିଆ ଛାଡ଼ିଥିଲେ। ୩୦୧ ମ୍ୟାଚରେ ଗେଲ୍‌ ୨୫ ଶତକ ଓ ୫୪ ଅର୍ଦ୍ଧଶତକ ସହାୟତାରେ ୧୦୪୮୦ ରନ ସଂଗ୍ରହ କରିଥିଲେ। ସେହିପରି ସେ ୧୦୩ଟି ଟେଷ୍ଟ ଖେଳି ୧୫ ଶତକ ସହ ୭୨୧୪ ରନ ସ୍କୋର କରିଥିଲେ। ଗେଲ୍‌ ଦୀର୍ଘବର୍ଷ ଧରି ଟେଷ୍ଟ ମ୍ୟାଚ ଖେଳି ନାହାନ୍ତି। ଭାରତ ବିପକ୍ଷରେ ଗୋଟିଏ ଟେଷ୍ଟ ଖେଳି ଅବସର ନେବାକୁ ଇଚ୍ଛା ପ୍ରକାଶ କରିଥିଲେ। ମାତ୍ର ଚୟନକର୍ତ୍ତାମାନେ ଟେଷ୍ଟ ସିରିଜ ପାଇଁ ତାଙ୍କୁ ଚୟନ କରି ନ ଥିଲେ। ଭାରତ ବିପକ୍ଷ ଟି୨୦ ସିରିଜରେ ମଧ୍ୟ ସେ ଖେଳି ନ ଥିଲେ। ଭାରତ ବିପକ୍ଷ ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚ ଖେଳି ସେ ଏକ ରେକର୍ଡର ଅଧିକାରୀ ହୋଇଥିଲେ। ଓ୍ବେଷ୍ଟଇଣ୍ଡିଜର ସର୍ବାଧିକ ଏକଦିବସୀୟ ଅନ୍ତର୍ଜାତୀୟ ମ୍ୟାଚ ଖେଳିବାରେ ସେ ବ୍ରାଏନ ଲାରା(୨୯୯ ମ୍ୟାଚ)ଙ୍କ ରେକର୍ଡ ଭାଙ୍ଗିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏହି ମହଙ୍ଗା ବୋଲରଙ୍କୁ ଘାରିଛି କୋହଲି ଭୟ: ଆଇପିଏଲ ଇତିହାସରେ ପ୍ରଥମଥର ହେବ ସାମ୍ନା

ବେଙ୍ଗାଲୁରୁ,୨୯।୩: ଆଇପିଏଲ ୨୦୨୪ର ଦଶମ ମ୍ୟାଚ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ କୋଲକାତା ନାଇଟ ରାଇଡର୍ସ ମଧ୍ୟରେ ଖେଳାଯିବ। ଆରସିବି ଚଳିତ ସିଜନରେ ଏପର୍ଯ୍ୟନ୍ତ ଦୁଇଟି...

ରାଗିଯାଇ କାନ୍ଥରେ ବ୍ୟାଟ୍‌ ପିଟିଦେଲେ ରିଷଭ ପନ୍ତ: ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୨୯।୩; ରାଜସ୍ଥାନ ରୟାଲ୍ସ ବିପକ୍ଷରେ ଦିଲ୍ଲୀ କ୍ୟାପିଟାଲ୍ସକୁ ପରାଜୟର ସାମ୍ନା କରିବାକୁ ପଡିଥିଲା। ରାଜସ୍ଥାନ ରୟାଲ୍ସ ଦିଲ୍ଲୀ କ୍ୟାପିଟାଲକୁ ୧୨ ରନରେ ପରାସ୍ତ କରିଛି। ଏହିପରି...

ଜାତୀୟ ପିକଲବଲ୍‌ରେ ଓଡ଼ିଶାର ସଫଳତା

ଭୁବନେଶ୍ୱର, ୨୮।୩(ତପନ ସ୍ବାଇଁ):ପିକଲବଲ୍‌ ଆସୋସିଏଶନ ଅଫ୍‌ ଓଡ଼ିଶା ଆନୁକୂଲ୍ୟରେ ଆୟୋଜିତ ପ୍ରଥମ ଜାତୀୟ ପିକଲବଲ୍‌ ଟୁର୍ନାମେଣ୍ଟରେ ଓଡ଼ିଶା ପ୍ରତିଯୋଗୀମାନେ ପ୍ରଦର୍ଶନର ଛାପ ଛାଡ଼ିଛନ୍ତି। ଏହି ସମ୍ମାନଜନକ...

ଲାଟିନ୍‌ ଆମେରିକା ଲିଗ୍‌ରେ ବିଜୟ ପ୍ରଥମ ଭାରତୀୟ

ଚେନ୍ନାଇ,୨୮ା୩(ପି.ଟି.):ଡିଫେଣ୍ଡର ବିଜୟ ଛେତ୍ରୀ ପ୍ରଥମ ଭାରତୀୟ ଖେଳାଳି ଭାବରେ ଏକ ଲାଟିନ୍‌ ଆମେରିକୀୟ କ୍ଲବରେ ସାମିଲ ହେବାକୁ ଯାଉଛନ୍ତି। ଉରୁଗୁଏର କ୍ଲବ କଲୋନା ଏଫ୍‌ସି ସହିତ...

ଭାରତୀୟ ହକି ଦଳକୁ ଓସ୍‌ଜାର ‘ପ୍ୟାରିସ ଅଲିମ୍ପିକ୍ସ ଶୁଭେଚ୍ଛା’

ଭୁବନେଶ୍ବର, ୨୯ା୩ (ବିଜୟ ରଣା):ଭାରତୀୟ ପୁରୁଷ ହକି ଦଳକୁ ‘ପ୍ୟାରିସ ଅଲିମ୍ପିକ୍ସ ଶୁଭେଚ୍ଛା’ ଜଣାଇଛି ଓ ଓଡ଼ିଶା ସ୍ପୋଟର୍‌ସ ଜର୍ନାଲିଷ୍ଟ ଆସୋସିଏଶନ (ଓସ୍‌ଜା)। ଗୁରୁବାର ସଂଧ୍ୟାରେ...

ଏହି କ୍ରିକେଟର୍‌ଙ୍କୁ ଚପଲରେ ପିଟିବାକୁ ଚାହୁଁଛନ୍ତି ଯୁବରାଜ: ଜାଣନ୍ତୁ କାହିଁକି

ମୁମ୍ବାଇ,୨୯।୩: ସନରାଇଜର୍ସ ହାଇଦ୍ରାବାଦ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ହୋଇଥିବା ମ୍ୟାଚରେ ବିସ୍ଫୋରକ ଇନିଂସ ଜରିଆରେ ଅଭିଷେକ ଶର୍ମା ଚର୍ଚ୍ଚାକୁ ଆସିଛନ୍ତି। ସେ ମାତ୍ର ୧୬...

୩ ଦିନ ହେବ ପେନ୍‌କିଲର ନେଉଥିବା ଖେଳାଳି ପଡିଆରେ ସାଜିଲେ ବିଜୟର ହିରୋ

ନୂଆଦିଲ୍ଲୀ,୨୯।୩: ଚଳିତ ଆଇପିଏଲ୍‌ର ଏକ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ଦିଲ୍ଲୀ କ୍ୟାପଟାଲ୍ସକୁ ପରାସ୍ତ କରିଛି। ସଞ୍ଜୁ ସାମସନଙ୍କ ଦଳର ବିଜୟର ରିୟାନ ପରାଗ ଥିଲେ। ସେ...

ଆଇପିଏଲ୍‌ ଅରେଞ୍ଜ୍‌-ପର୍ପଲ କ୍ୟାପ୍‌ ରେସ୍‌ରେ ଅଛନ୍ତି ଏହି ଖେଳାଳି

ନୂଆଦିଲ୍ଲୀ,୨୯।୩: ଦିଲ୍ଲୀ କ୍ୟାପଟାଲ୍ସ ବିପକ୍ଷରେ ରିୟାନ ପରାଗ ଏକ ଚମତ୍କାର ଇନିଂସ ଖେଳିଥିଲେ। ରିୟାନ ପାରାଗ ୪୫ ବଲରେ ୮୪ ରନ ସଂଗ୍ରହ କରିଥିଲେ। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri