Posted inଖେଳ

୩୦୧ ନମ୍ବର ଜର୍ସି ପିନ୍ଧିଲେ ଗେଲ୍‌

ପୋର୍ଟ ଅଫ୍‌ ସ୍ପେନ, ୧୫।୮(ପି.ଟି.)- ବୁଧବାର ଏଠାରେ ଅନୁଷ୍ଠିତ ଭାରତ ବିପକ୍ଷ ତୃତୀୟ ଦିନିକିଆ କ୍ରିକେଟ ମ୍ୟାଚରେ କ୍ୟାରିୟର ୩୦୧ତମ ଏକଦିବସୀୟ ଖେଳିଥିଲେ ଓ୍ବେଷ୍ଟଇଣ୍ଡିଜ ଦୁର୍ଦ୍ଦଶ ଓପନର କ୍ରିସ୍‌ ଗେଲ୍‌। ତେଣୁ ମ୍ୟାଚରେ ସେ ୩୦୧ ନମ୍ବର ଜର୍ସି ପରିଧାନ କରି ଖେଳିଥିଲେ। ଏହା ଗେଲ୍‌ଙ୍କ କ୍ୟାରିୟରର ସମ୍ଭାବ୍ୟ ଅନ୍ତିମ ଦିନିକିଆ ହୋଇଥିବାରୁ ସେ ୪୧ ବଲ୍‌ରୁ ୭୨ ରନ କରି ଆଉଟ ହେବାପରେ ଭାରତୀୟ ଖେଳାଳିମାନେ ତାଙ୍କୁ ଅଭିନନ୍ଦନ ଜଣାଇଥିଲେ। ଡ୍ରେସିଂ ରୁମ୍‌ରେ ଓ୍ବେଷ୍ଟଇଣ୍ଡିଜ ଖେଳାଳିମାନେ ମଧ୍ୟ ଛିଡ଼ା ହୋଇ ତାଙ୍କୁ ଅଭିବାଦନ ଜଣାଇଥିଲେ। ଆଉଟ ହେବାପରେ ଗେଲ୍‌ ନିଜ ବ୍ୟାଟ୍‌କୁ ଓପରକୁ ଫୋପାଡ଼ି ଦେଇଥିଲେ। ଏହାପରେ ବ୍ୟାଟ୍‌ ଉପରେ ହେଲ୍‌ମେଟ ରଖି ପଡ଼ିଆ ଛାଡ଼ିଥିଲେ। ୩୦୧ ମ୍ୟାଚରେ ଗେଲ୍‌ ୨୫ ଶତକ ଓ ୫୪ ଅର୍ଦ୍ଧଶତକ ସହାୟତାରେ ୧୦୪୮୦ ରନ ସଂଗ୍ରହ କରିଥିଲେ। ସେହିପରି ସେ ୧୦୩ଟି ଟେଷ୍ଟ ଖେଳି ୧୫ ଶତକ ସହ ୭୨୧୪ ରନ ସ୍କୋର କରିଥିଲେ। ଗେଲ୍‌ ଦୀର୍ଘବର୍ଷ ଧରି ଟେଷ୍ଟ ମ୍ୟାଚ ଖେଳି ନାହାନ୍ତି। ଭାରତ ବିପକ୍ଷରେ ଗୋଟିଏ ଟେଷ୍ଟ ଖେଳି ଅବସର ନେବାକୁ ଇଚ୍ଛା ପ୍ରକାଶ କରିଥିଲେ। ମାତ୍ର ଚୟନକର୍ତ୍ତାମାନେ ଟେଷ୍ଟ ସିରିଜ ପାଇଁ ତାଙ୍କୁ ଚୟନ କରି ନ ଥିଲେ। ଭାରତ ବିପକ୍ଷ ଟି୨୦ ସିରିଜରେ ମଧ୍ୟ ସେ ଖେଳି ନ ଥିଲେ। ଭାରତ ବିପକ୍ଷ ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚ ଖେଳି ସେ ଏକ ରେକର୍ଡର ଅଧିକାରୀ ହୋଇଥିଲେ। ଓ୍ବେଷ୍ଟଇଣ୍ଡିଜର ସର୍ବାଧିକ ଏକଦିବସୀୟ ଅନ୍ତର୍ଜାତୀୟ ମ୍ୟାଚ ଖେଳିବାରେ ସେ ବ୍ରାଏନ ଲାରା(୨୯୯ ମ୍ୟାଚ)ଙ୍କ ରେକର୍ଡ ଭାଙ୍ଗିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

RCB vs GT IPL Final: ଯଦି ବର୍ଷା ଫାଇନାଲରେ ସାଜେ ଖଳନାୟକ, ତେବେ କିଏ ଚାମ୍ପିୟନ ହେବ? ଜାଣନ୍ତୁ ଅହମଦାବାଦର ପାଣିପାଗ…

ନୂଆଦିଲ୍ଲୀ,୩୧।୫: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଫାଇନାଲ ପାଇଁ ପର୍ଯ୍ୟାୟ ପ୍ରସ୍ତୁତ। ଆଜି ଅହମଦାବାଦର ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଟାଇଟଲ ମୁକାବିଲା ହେବ। ଫାଇନାଲରେ ଡିଫେଣ୍ଡିଂ…

Video: ବୈଭବ ସୂର୍ଯ୍ୟବଂଶୀଙ୍କ ଜଣେ ଭଲ ପ୍ରଶଂସକ ହୋଇଯାଇଛନ୍ତି ସଚିନ ତେନ୍ଦୁଲକର , ତାଙ୍କ ପ୍ରଶଂସାରେ କହିଲେ…

ନୂଆଦିଲ୍ଲୀ,୩୧।୫: ‘ବେବି ବସ’ ଭାବରେ ଶୀଘ୍ର ପ୍ରସିଦ୍ଧି ଲାଭ କରୁଥିବା ବୈଭବ ସୂର୍ଯ୍ୟବଂଶୀ ତାଙ୍କର ବିସ୍ଫୋରକ ଖେଳ ଶୈଳୀ ସହିତ ଏକ ଚାଞ୍ଚଲ୍ୟକର ଘଟଣା ସୃଷ୍ଟି କରିଛନ୍ତି।…

ଦିଲ୍ଲୀରୁ ଘରକୁ ଫେରୁଥିଲେ, ଜାତୀୟ ପାରା ଆଥ୍‌ଲେଟଙ୍କୁ ହତ୍ୟା,:ରକ୍ତ ଜୁଡ଼ୁବୁଡ଼ୁ…

ଗାଜିଆବାଦ, ୩୦।୫: ଉତ୍ତର ପ୍ରଦେଶର ଗାଜିଆବାଦ ଅଞ୍ଚଳରୁ ଏକ ଅଭାବନୀୟ ତଥା ଦୁଃଖଦ ଖବର ସାମ୍ନାକୁ ଆସିଛି। ଜାତୀୟ ସ୍ତରର ପାରା ଖେଳାଳୀ ଚିରାଗ ତ୍ୟାଗୀଙ୍କୁ ନିର୍ମମ…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

IPL ଇତିହାସରେ ଏମିତି କାରନାମା କରିବାରେ ପ୍ରଥମ ଖେଳାଳି ହେଲେ ଶୁବମନ ଗିଲ

ନୂଆଦିଲ୍ଲୀ,୩୦।୫: ଗୁଜରାଟ ଟାଇଟାନ୍ସ କ୍ୱାଲିଫାୟର ୨ରେ ରାଜସ୍ଥାନ ରୟାଲ୍ସକୁ ୭ ଉଇକେଟରେ ପରାସ୍ତ କରି ଆଇପିଏଲ ୨୦୨୬ ଫାଇନାଲରେ ସ୍ଥାନ ପକ୍କା କରିଛି। କ୍ୱାଲିଫାୟର ୨ ମ୍ୟାଚ୍‌ରେ…

‘ଅଦ୍ଭୁତ ସୂର୍ଯ୍ୟା’! ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଶଂସାରେ ଶତମୁଖ ଅମିତାଭ ବଚ୍ଚନ; କହିଲେ- ଏହି ବୟସରେ ଆମେ…

ନୂଆଦିଲ୍ଲୀ,୩୦।୫: ଆଇପିଏଲର କ୍ୱାଲିଫାୟର୍‌-୨ରେ ଶୁକ୍ରବାର ରାଜସ୍ଥାନ ରୟାଲ୍ସ (RR) ଗୁଜରାଟ ଟାଇଟନ୍ସ (GT) ହାତରୁ ପରାଜୟର ସମ୍ମୁଖୀନ ହୋଇଛି। ଏହି ପରାଜୟ ସହ ଦଳ ଟୁର୍ନାମେଣ୍ଟରୁ ବାହାରି…

IPLରୁ RR ବିଦାୟ ନେବା ପରେ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ; ଭାଇରାଲ ଭିଡିଓ ଦେଖି ପ୍ରଶଂସକଙ୍କ ଆଖିରେ ବି ଲୁହ!

ନୂଆଦିଲ୍ଲୀ,୩୦।୫: ଆଇପିଏଲ ୨୦୨୬ରେ ରାଜସ୍ଥାନ ରୟାଲ୍ସର ସଫଳତାରେ ବୈଭବ ସୂର୍ଯ୍ୟବଂଶୀ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହି ୧୫ ବର୍ଷୀୟ ବ୍ୟାଟସମ୍ୟାନ ଏହି ସିଜିନରେ ଲଗାତାର ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri