୩୦ ଟଙ୍କାରେ କୋଭିଡ୍‌ ରିପୋର୍ଟ

ପାରାଦୀପ,୨୩।୧(ସ୍ବ.ପ୍ର.): ମାତ୍ର ୩୦ ଟଙ୍କା ବିନିମୟରେ ମିଳୁଛି କୋଭିଡ୍‌ ରିପୋର୍ଟ। ପାରାଦୀପ ଅଭଚାନ୍ଦପୁର ଥାନାଠାରୁ ମାତ୍ର ୨୦୦ ମିଟର ଦୂରରେ ଥିବା ଏକ ଜେରକ୍ସ ଦୋକାନରୁ ଏହି ରିପୋର୍ଟ ଦିଆଯାଉଥିଲା। ପାରାଦୀପ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ଶୁକ୍ରବାର ଏନେଇ ଖୋଳତାଡ କରାଯାଇଛି। ଖବରପାଇ ପୋଲିସ ସେଠାରେ ପହଞ୍ଚତ୍ ଦୋକାନରୁ ୩ ଜଣଙ୍କୁ ଉଠାଇ ଆଣି ପଚରାଉଚୁରା କରୁଛି।
ମିଳିଥିବା ସୂଚନା ଅନୁଯାୟୀ, ପାରାଦୀପ ତୈଳ ବିଶୋଧନାଗାର ପ୍ରକଳ୍ପରେ କାର୍ଯ୍ୟରତ ଶ୍ରମିକ ଓ କର୍ମଚାରୀଙ୍କ ପ୍ରବେଶ ପାଇଁ କୋଭିଡ୍‌ ନେଗେଟିଭ ରିପୋର୍ଟ ଅପରିହାର୍ଯ୍ୟ କରାଯାଇଛି। ମେଡିକାଲ ଯାଇ କୋଭିଡ୍‌ ଟେଷ୍ଟ ରିପୋର୍ଟ ଆଣିବା ସମୟସାପେକ୍ଷ ହେଉଥିଲା। ଏହାର ସୁଯୋଗ ନେଇ ଅଭିଯୁକ୍ତ ଜେରକ୍ସ ଦୋକାନୀ ଶ୍ରମିକମାନଙ୍କୁ ନକଲି କୋଭିଡ୍‌ ରିପୋର୍ଟ ପ୍ରଦାନ କରୁଥିଲେ। ଏଥିରେ ପାରାଦୀପ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଜଣେ ଡାକ୍ତରଙ୍କ ନାମ ଓ ଷ୍ଟାମ୍ପ ବ୍ୟବହାର କରୁଥିଲେ। ଗତବର୍ଷ ଜୁନ୍‌ରୁ ନଭେମ୍ବର ପର୍ଯ୍ୟନ୍ତ ଏହି ନକଲି ରିପୋର୍ଟ ପାଇଁ ୨୦୦ ରୁ ୩୦୦ ଟଙ୍କା ନିଆଯାଉଥିଲା ବୋଲି ପୋଲିସ ତଦନ୍ତରୁ ଜଣାପଡ଼ିଛି।
ପାରାଦୀପ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଜଣେ ଡାକ୍ତର ଏ ସମ୍ପର୍କରେ ସୂଚନାପାଇ ଅଭୟଚାନ୍ଦପୁର ପୋଲିସକୁ ଜଣାଇଥିଲେ। ପରେ ଏଏସ୍‌ପି ନିମାଇଁ ସେଠୀ ଓ ଥାନା ଅଧିକାରୀ ଯୁଗଳ କିଶୋର ଦାସ ସେଠାରେ ପହଞ୍ଚତ୍ ଘଟଣାର ତଦନ୍ତ କରିଛନ୍ତି। ରିପୋର୍ଟ ଲେଖାହେବା ବେଳକୁ ଥାନାରେ କୌଣସି ମାମଲା ରୁଜୁ ହୋଇ ନ ଥିଲା। ଏସମ୍ପର୍କରେ ଥାନା ଅଧିକାରୀ ଦାସ କହିଛନ୍ତି, କାଗଜପତ୍ର ଯାଞ୍ଚ ଚାଲିଛି। ସବିଶେଷ ତଥ୍ୟ ଶନିବାର ପ୍ରକାଶ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

କୁକୁଟବନ୍ଧ ଛକରେ ମର୍ମନ୍ତୁଦ ଦୁର୍ଘଟଣା; ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଲା ସ୍କୁଟି, ଚାଳକ ମୃତ

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଛକରେ ରାସ୍ତାକଡର ଏକ ଗଛକୁ ଧକ୍କା ଦେଲା ସ୍କୁଟି । ଦୁର୍ଘଟଣାରେ ସ୍କୁଟି…

ପତ୍ନୀଙ୍କୁ ହତ୍ୟା, ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଲେ ରାୟଗଡା ଏଡିଜେ

ଗୁଣପୁର,୨୭।୫( ସୁଜାତା ପାଢ଼ୀ ): ଘରୋଇ କନ୍ଦଳ ପରେ ପତ୍ନୀଙ୍କୁ ନିର୍ମମ ଭାବେ ହତ୍ୟା କରିବା ଘଟଣାରେ ବିଚାରଣା କରି ରାୟଗଡା ଏଡିଜେ ଅଳ୍ପନା ସ୍ବାଇଁ ଅଭିଯୁକ୍ତ…

ସାର୍ଟିଫିକେଟ ପାଇଁ ଯାଉଥିବା ବେଳେ ବାଇକକୁ ଧକ୍କା ଦେଲା ଟ୍ରକ, ଚାଲିଗଲା ଚନ୍ଦନଙ୍କ ଜୀବନ

ଗଜପତି,୨୭।୫(ଗିରିଧାରୀ ପରିଛା) : ଚାଉଳ ବୋଝେଇ ଟ୍ରକ ସହ ମୁହାଁମୁହିଁ ଧକ୍କା ହେଲା ବାଇକ । ଦୁର୍ଘଟଣାରେ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଥିବା ବେଳେ ଚାଳକ ଆହତ…

୨ ମାସରୁ ଊର୍ଦ୍ଧ୍ୱ ହେବ ଭତ୍ତା ପାଇନାହାନ୍ତି ହିତାଧିକାରୀ, ବ୍ଲକ କାର୍ଯ୍ୟାଳୟରେ ପହଞ୍ଚି ବିଡିଓଙ୍କୁ କଲେ ଗୁହାରି

ଥୁଆମୂଳ ରାମପୁର,୨୭ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ସାମାଜିକ ସୁରକ୍ଷା ଯୋଜନାରେ ଭତ୍ତା ପାଉଥିବା ହିତାଧିକାରୀମାନେ ଚରମ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ୨ ମାସରୁ…

ମର୍ମନ୍ତୁଦ ଦୁର୍ଘଟଣା; କାମସାରି ଘରକୁ ଫେରୁଥିବା ବେଳେ ଓଲଟିଲା ପିକଅପ୍ ଭ୍ୟାନ, ୨…

ରାଜନଗର, ୨୭ା୫ (ଭାସ୍କର ରାଉତରାୟ): ରାଜନଗର ବ୍ଲକ ରାଜନଗର ଗୁପ୍ତି ମୁଖ୍ୟ ରାସ୍ତାର ହାତୀନା ଗ୍ରାମ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ଦୁଇ…

ରାଜ୍ ପ୍ରସାଦ ରାୟଗଡ଼ାର ନୂଆ ଏସ୍ପି; ଦାୟିତ୍ବ ଗ୍ରହଣ କରୁକରୁ କହିଦେଲେ ଏହି କଥା, ଛାନିଆ…

ଗୁଣପୁର,୨୭।୫(ସୁଜାତା ପାଢ଼ୀ): ରାୟଗଡ଼ା ଜିଲାର ନୂତନ ଏସପି ଭାବେ ରାଜ୍ ପ୍ରସାଦ ବୁଧବାର କାର୍ଯ୍ୟରେ ଯୋଗଦାନ କରିଛନ୍ତି । ପୂର୍ବତନ ଏସପି ସ୍ୱାତି ଏସ କୁମାରଙ୍କ ଠାରୁ…

ବେଆଇନ ଗୋହତ୍ୟା ରୋକିବାକୁ ଜିଲାପାଳ, ଥାନାଧିକାରୀଙ୍କୁ ସ୍ମାରକପତ୍ର

ବନ୍ତ,୨୭ା୫(କିଶୋର କୁମାର ସେଠୀ): ମୁସଲମାନ ସମ୍ପ୍ରଦାୟର ପର୍ବ ଇଦ-ଉଲ-ଜୁହା (ବକ୍ରିଦ) ପର୍ବ ପାଳନ ହେବାକୁ ଯାଉଥିବା ବେଳେ, ଏହି ସମୟରେ ବେଆଇନ ଗୋହତ୍ୟା ଏବଂ ଗୋ-ଚାଲାଣକୁ ସମ୍ପୂର୍ଣ୍ଣ…

ଭାଇ-ଭାଇ ବିବାଦ ଯୋଗୁଁ ମା’ର କଲେନି ଅନ୍ତିମସଂସ୍କାର, ପୋଲିସ ଆସି କାନ୍ଧେଇଲା ଶବ

ବାଲେଶ୍ୱର,୨୭ା୫( ବାଞ୍ଛାନିଧି ଦେ): ଦୁଇ ପୁଅ ମଧ୍ଯରେ ବିବାଦ ପାଇଁ ବଳି ପଡିଲେ ମା’ । ଏମିତି କି ମା’ର ଶବସତ୍କାର କଲେନି ଦୁଇ ପୁଅ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri