୩୦ ଟଙ୍କାରେ କୋଭିଡ୍‌ ରିପୋର୍ଟ

ପାରାଦୀପ,୨୩।୧(ସ୍ବ.ପ୍ର.): ମାତ୍ର ୩୦ ଟଙ୍କା ବିନିମୟରେ ମିଳୁଛି କୋଭିଡ୍‌ ରିପୋର୍ଟ। ପାରାଦୀପ ଅଭଚାନ୍ଦପୁର ଥାନାଠାରୁ ମାତ୍ର ୨୦୦ ମିଟର ଦୂରରେ ଥିବା ଏକ ଜେରକ୍ସ ଦୋକାନରୁ ଏହି ରିପୋର୍ଟ ଦିଆଯାଉଥିଲା। ପାରାଦୀପ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ଶୁକ୍ରବାର ଏନେଇ ଖୋଳତାଡ କରାଯାଇଛି। ଖବରପାଇ ପୋଲିସ ସେଠାରେ ପହଞ୍ଚତ୍ ଦୋକାନରୁ ୩ ଜଣଙ୍କୁ ଉଠାଇ ଆଣି ପଚରାଉଚୁରା କରୁଛି।
ମିଳିଥିବା ସୂଚନା ଅନୁଯାୟୀ, ପାରାଦୀପ ତୈଳ ବିଶୋଧନାଗାର ପ୍ରକଳ୍ପରେ କାର୍ଯ୍ୟରତ ଶ୍ରମିକ ଓ କର୍ମଚାରୀଙ୍କ ପ୍ରବେଶ ପାଇଁ କୋଭିଡ୍‌ ନେଗେଟିଭ ରିପୋର୍ଟ ଅପରିହାର୍ଯ୍ୟ କରାଯାଇଛି। ମେଡିକାଲ ଯାଇ କୋଭିଡ୍‌ ଟେଷ୍ଟ ରିପୋର୍ଟ ଆଣିବା ସମୟସାପେକ୍ଷ ହେଉଥିଲା। ଏହାର ସୁଯୋଗ ନେଇ ଅଭିଯୁକ୍ତ ଜେରକ୍ସ ଦୋକାନୀ ଶ୍ରମିକମାନଙ୍କୁ ନକଲି କୋଭିଡ୍‌ ରିପୋର୍ଟ ପ୍ରଦାନ କରୁଥିଲେ। ଏଥିରେ ପାରାଦୀପ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଜଣେ ଡାକ୍ତରଙ୍କ ନାମ ଓ ଷ୍ଟାମ୍ପ ବ୍ୟବହାର କରୁଥିଲେ। ଗତବର୍ଷ ଜୁନ୍‌ରୁ ନଭେମ୍ବର ପର୍ଯ୍ୟନ୍ତ ଏହି ନକଲି ରିପୋର୍ଟ ପାଇଁ ୨୦୦ ରୁ ୩୦୦ ଟଙ୍କା ନିଆଯାଉଥିଲା ବୋଲି ପୋଲିସ ତଦନ୍ତରୁ ଜଣାପଡ଼ିଛି।
ପାରାଦୀପ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଜଣେ ଡାକ୍ତର ଏ ସମ୍ପର୍କରେ ସୂଚନାପାଇ ଅଭୟଚାନ୍ଦପୁର ପୋଲିସକୁ ଜଣାଇଥିଲେ। ପରେ ଏଏସ୍‌ପି ନିମାଇଁ ସେଠୀ ଓ ଥାନା ଅଧିକାରୀ ଯୁଗଳ କିଶୋର ଦାସ ସେଠାରେ ପହଞ୍ଚତ୍ ଘଟଣାର ତଦନ୍ତ କରିଛନ୍ତି। ରିପୋର୍ଟ ଲେଖାହେବା ବେଳକୁ ଥାନାରେ କୌଣସି ମାମଲା ରୁଜୁ ହୋଇ ନ ଥିଲା। ଏସମ୍ପର୍କରେ ଥାନା ଅଧିକାରୀ ଦାସ କହିଛନ୍ତି, କାଗଜପତ୍ର ଯାଞ୍ଚ ଚାଲିଛି। ସବିଶେଷ ତଥ୍ୟ ଶନିବାର ପ୍ରକାଶ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଛାଡ଼ିଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ, ବିଜେଡିରେ ହୋଇପାରନ୍ତି ସାମିଲ

ନୀଳଗିରି, ୨୯।୩(ପ୍ରଶାନ୍ତ କୁମାର ବିଶ୍ବାଳ): ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଭାରତୀୟ ଜନତା ପାର୍ଟି(ଭାଜପା)ରୁ ଇସ୍ତଫା ଦେଇଛନ୍ତି ନୀଳଗିରି ବିଧାୟକ ଛାଡିଲେ ସୁକାନ୍ତ। ଶୁକ୍ରବାର...

ନିର୍ବାଚନ ପୂର୍ବରୁ ବିବାଦୀୟ କୋଟିଆରେ ଡିଜିଟାଲ ମିଟର ବଣ୍ଟନ ଆରମ୍ଭ କଲା ଆନ୍ଧ୍ର

ଭୁବନେଶ୍ୱର,୨୯।୩: ଓଡ଼ିଶାର କୋରାପୁଟ ଜିଲାର ପଟାଙ୍ଗୀ ବ୍ଲକ ଅନ୍ତର୍ଗତ କୋଟିଆ ଅଂଚଳରେ ଆନ୍ଧ୍ରପ୍ରଦେଶ ବିବାଦୀୟ ଅଞ୍ଚଳରେ କ୍ରମାଗତ ଭାବରେ ଅନୁପ୍ରବେଶ କରୁଛି ଏବଂ ସ୍ଥାନୀୟ ବାସିନ୍ଦାଙ୍କୁ...

ବିଜେଡିରେ ସାମିଲ ହେଲେ କଂଗ୍ରେସର ପୂର୍ବତନ ବିଧାୟକ

ଭୁବନେଶ୍ୱର/ବଲାଙ୍ଗୀର,୨୯ା୩: ବିଧାନସଭା ନିର୍ବାଚନ ପୂର୍ବରୁ ବଲାଙ୍ଗୀର ଜିଲା ଟିଟିଲାଗଡ଼ର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସରୁ ଇସ୍ତଫା ଦେଇ ଗୁରୁବାର ଶଙ୍ଖଭବନରେ ବିଜେଡିରେ ସାମିଲ...

ମା’ ସମଲେଶ୍ୱରୀଙ୍କ ଦର୍ଶନ କରି ଆଶୀର୍ବାଦ ନେଲେ ବବି

ସମ୍ବଲପୁର,୨୯ା୩: ସମ୍ବଲପୁର ଲୋକ ସଭା ଆସନରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ନାଁ ଘୋଷଣା କରିବା ପରେ...

ଶ୍ୱଶୁରଙ୍କୁ ଛୁରି ଭୁସି ହତ୍ୟା କଲେ ଜ୍ୱାଇଁ

କୋରାପୁଟ,୨୯ା୩: ଶ୍ୱଶୁରଙ୍କୁ ଛୁରି ଭୁସି ଜ୍ୱାଇଁ  ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏମିତି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିଛି କୋରାପୁଟ ଜିଲା ନାରାୟଣପାଟଣା ଥାନା...

ଫୁଲଚାଷ ପ୍ରତି ବଢୁଛି ଆଗ୍ରହ

ସମ୍ବଲପୁର,୨୯ା୩ (ଭବାନୀ ଶଙ୍କର ଭୋଇ): ସମ୍ବଲପୁର ଜିଲାରେ ଧାନଫସଲରେ ପୂର୍ବଭଳି ଲାଭ ହେଉ ନ ଥିବାବେଳେ ଚାଷୀମାନେ ପନିପରିବା ଓ ଅନ୍ୟ ଅର୍ଥକରୀ ଫସଲ ଚାଷ...

ଭାଜପା ଆଶାୟୀ ପ୍ରାର୍ଥୀଙ୍କ ନିଦ ଗାଏବ

ଅନୁଗୋଳ,୨୯ା୩(ଅମିତ କୁମାର ସାମଲ): ବିଜେଡି-ଭାଜପା ମଧ୍ୟରେ ମେଣ୍ଟ ହେବ ବୋଲି ପ୍ରଥମେ ଶୁଣାଗଲା। ଏହାକୁ ନେଇ ଉଭୟ ଦଳ ପକ୍ଷରୁ ଘନ ଘନ ବୈଠକ ହେଲା।...

କେନ୍ଦୁଝର ବଳଦେବଜୀଉ ମନ୍ଦିର ହୁଣ୍ଡି ଟେକିନେଲେ ଦୁର୍ବୃତ୍ତ

କେନ୍ଦୁଝର,୨୯ା୩: କେନ୍ଦୁଝରର ଆରାଧ୍ୟ ଦେବତା ପ୍ରଭୁ ବଳଦେବଜୀଉଙ୍କ ମନ୍ଦିର ହୁଣ୍ଡିରୁ ଚୋରି ଅଭିଯୋଗ ଆସିଛି। ଗୁରୁବାର ମଧ୍ୟରାତ୍ରରେ ହୁଣ୍ଡି ଭାଙ୍ଗି ସେଥିରେ ଥିବା ଟଙ୍କା ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri