୩୦ ଯାଏ ଭିଜିବ ଓଡ଼ିଶା

ଭୁବନେଶ୍ୱର,୨୫ା୪(ବ୍ୟୁରୋ) : ମହାରାଷ୍ଟ୍ର ଏବଂ ଛତିଶଗଡ଼ ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବାରୁ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ଏପ୍ରିଲ ୩୦ ଯାଏ ଓଡ଼ିଶାର ବିଭିନ୍ନ ଜିଲାରେ ବର୍ଷା ସହ ପବନ ବହିବାର ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ରାଜ୍ୟର ୧୦ଟି ଜିଲାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏସବୁ ଜିଲା ହେଲା ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ଗଜପତି, କୋରାପୁଟ, ରାୟଗଡ଼ା, ସୁନ୍ଦରଗଡ଼ ଏବଂ ଦେବଗଡ଼। ଏହି ସମୟରେ ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବାର ଆଶଙ୍କା ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ବାରଣ କରାଯାଇଛି।