୩୦ ୟୁନିଟ୍‌ ରକ୍ତ ସଂଗୃହୀତ

କେନ୍ଦୁଝର, ୨୦ା୪(ଡି.ଏନ୍‌.ଏ.)-ଲକ୍‌ଡାଉନ୍‌ ସମୟରେ ବ୍ଲଡ ବ୍ୟାଙ୍କରେ ରକ୍ତ ଅଭାବ ସମୟରେ ବିଜେଡି ପକ୍ଷରୁ ଜିଲାର ବିଭିନ୍ନ ସ୍ଥାନରେ ଦୈନନ୍ଦିନ ‘ଜୀବନବିନ୍ଦୁ’ କାର୍ଯ୍ୟକ୍ରମ କରାଯାଇ ରକ୍ତ ସଂଗ୍ରହ କରାଯାଉଛି। ଏହିକ୍ରମରେ ସୋମବାର ଜିଲା ମୁଖ୍ୟାଳୟର ରୋଟାରୀ ଭବନ ପରିସରରେ ‘ଜୀବନବିନ୍ଦୁ’ କାର୍ଯ୍ୟକ୍ରମ ଆୟୋଜନ କରାଯାଇ ୩୦ୟୁନିଟ ରକ୍ତ ସଂଗୃହୀତ ହୋଇଛି। ଜିଲା ବିଜେଡି ସଭାପତି ମାଧବ ସର୍ଦ୍ଦାରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ରାଜ୍ୟ ବିଜେଡି ସମ୍ପାଦକ ଆଶିଷ ଚକ୍ରବର୍ତ୍ତୀ, ଜିଲା ଯୁବ ବିଜେଡି ସଭାପତି ସୌମ୍ୟଶଙ୍କର ଚକ୍ର, ନଗର ବିଜେଡି ସଭାପତି ପୂର୍ଣ୍ଣଚନ୍ଦ୍ର ସାହୁ, ପୂର୍ବତନ ନଗରପାଳ ମୀନା ମାଝୀ, ଦେବୁ ପଟ୍ଟନାୟକ ପ୍ରମୁଖ ସହଯୋଗ କରିଥିଲେ। ଏହି ରକ୍ତଦାନ ଶିବିରରେ ନିତ୍ୟାନନ୍ଦ ସାହୁ ଏବଂ ତାଙ୍କ ଝିଅ ପ୍ରିୟଦର୍ଶିନୀ ସାହୁ ଉଭୟ ରକ୍ତଦାନ କରି ଅନ୍ୟମାନଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛନ୍ତି। ରକ୍ତ ଭଣ୍ଡାରରେ ଦୈନିକ ୩୦ ୟୁନିଟ୍‌ ରକ୍ତର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଦୈନନ୍ଦିନ ଜୀବନବିନ୍ଦୁ କାର୍ଯ୍ୟକ୍ରମ ଆୟୋଜନ କରାଯାଉଥିବା ଜିଲା ବିଜେଡି ସଭାପତି ମାଧବ ସର୍ଦ୍ଦାର ପ୍ରକାଶ କରିଛନ୍ତି। ଲକ୍‌ଡାଉନ୍‌ ଯୋଗୁ ରକ୍ତ ସଂଗ୍ରହ ଯଥେଷ୍ଟ କମି ଯାଉଥିବାରୁ ଏହି ସମୟରେ ଅଧିକରୁ ଅଧିକ କ୍ୟାମ୍ପ ଆୟୋଜନ କରିବାକୁ ଲକ୍ଷ୍ୟ ରଖିଥିବା ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri