୩୧ରୁ ବ୍ୟାଙ୍କ ଧର୍ମଘଟ

ଭୁବନେଶ୍ୱର,୩୦-୧: ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ୍ସ(ୟୁଏଫ୍‌ବିୟୁ) ପକ୍ଷରୁ ଚଳିତ ମାସ ୩୧ (ଶୁକ୍ରବାର) ଏବଂ ୧ ଫେବୃୟାରୀ( ଶନିବାର) ୨ ଦିନିଆ ଦେଶ ବ୍ୟାପି ଧର୍ମଘଟ ଡାକରା ଦିଆଯାଇଛି। ଏହି ଦିନଗୁଡିକରେ ଦେଶର ୧୦ ଲକ୍ଷ ବ୍ୟାଙ୍କ କର୍ମଚାରୀ ଧାରଣାକୁ ଓହ୍ଲାଇବେ ବୋଲି ସଙ୍ଗଠନ ପକ୍ଷରୁ ଏଠାରେ ଏକ ଖବରଦାତା କାର୍ଯ୍ୟକ୍ରମରେ ସୂଚନା ଦିଆଯାଇଛି। ଗୁରୁବାର ସରସ୍ବତୀ ପୂଜା ଯୋଗୁ ବ୍ୟାଙ୍କ ବନ୍ଦ ରହିବ। ଶୁକ୍ରବାର, ଶନିବାର ଧର୍ମଘଟ ଏବଂ ରବିବାର ବ୍ୟାଙ୍କ ଛୁଟି ଥିବାରୁ କାରବାର ବନ୍ଦ ରହିବ। ମୋଟା ମୋଟି ଭାବେ କହିବାକୁ ଗଲେ ୪ ଦିନ ବ୍ୟାଙ୍କ ବନ୍ଦ ରହିବ। ଏହି ଧର୍ମଘଟରେ ରାଜ୍ୟର ୪୦ ହଜାର କର୍ମଚାରୀ ସାମିଲ ହେବେ ବୋଲି ସୂଚନା ରହିଛି। ସେହିଭଳି ରାଜ୍ୟର ୫ ହଜାର ବ୍ୟାଙ୍କ ଶାଖା ଏହି ସମୟରେ ବନ୍ଦ ରହିବ।
ଏଆଇବିଇଏ, ଏଆଇବିଓସି, ଏନ୍‌ସିବିଇ, ଏଆଇବିଓଏ, ବିଇଏଫ୍‌ଆଇ, ଆଇଏନ୍‌ବିଇଏଫ୍‌, ଆଇଏନ୍‌ବିଓସି, ଏନ୍‌ଓବିଓଡବ୍ଲ୍ୟୁ ଏବଂ ଏନ୍‌ଓବିଓ ଭଳି ସଂଘ ଧର୍ମଘଟରେ ସାମିଲ ହେବେ। କର୍ମଚାରୀମାନେ ୧୨ ଦଫା ଦାବି ନେଇ ଏହି ଧର୍ମଘଟ ଡାକରା ଦେଇଛନ୍ତି। ମଜୁରୀ ସଂଶୋଧନରେ ୨୦% ବୃଦ୍ଧି, ୫ ଦିନ କାର୍ଯ୍ୟ ଦିବସ, ବେସିକ ପେ ସହ ସ୍ବତନ୍ତ୍ର ଭତ୍ତା ମିଶ୍ରଣ, ସ୍ବତନ୍ତ୍ର ପେନଶନ ସ୍କିମ, ପରିବାର ପେନଶନ ବୃଦ୍ଧି ଭଳି ଦାବି କର୍ମଚାରୀମାନେ ରଖିଛନ୍ତି। ଦାବି ଉପରେ ବିହିତ ପଦକ୍ଷେପ ଗ୍ରହଣ କରାନ ଗଲେ ମାର୍ଚ୍ଚ ମାସ ୧୧,୧୨ ଏବଂ ୧୩ ତାରିଖରେ ୩ ଦିନ ଧର୍ମଘଟ ହେବ। ପୁଣି ଯଦି ଦାବି ପୂରଣ ନ ହୁଏ ତେତେ ଏପ୍ରିଲ ପହିଲାରୁ ଅନିର୍ଦ୍ଦିଷ୍ଟ କାଳ ଲାଗି କର୍ମଚାରୀମାନେ ଧାରଣା ଦେବେ। କର୍ମଚାରୀଙ୍କ ଦାବିର ସମାଧାନ ଲାଗି ମୁଖ୍ୟ ଶ୍ରମ କମିଶନର, ଶ୍ରମ ମନ୍ତ୍ରଣାଳୟ ଏବଂ କେନ୍ଦ୍ର ସରକାରଙ୍କ ପକ୍ଷରୁ ଚଳିତ ମାସ ୨୭ରେ ନୂଆଦିଲ୍ଲୀରେ ବସିଥିବା ବୈଠକରେ ଆଇବିଏ କଠୋର ଆଭିମୁଖ୍ୟ ଗ୍ରହଣ କରିଥିଲା। କର୍ମଚାରୀଙ୍କ ଦାବି ଉପରେ ବୈଠକରେ କୌଣସି ନିର୍ଯାସ ବାହାରି ପାରିନାହିଁ। ଗତ ୩୦ ମାସ ଧରି କର୍ମଚାରୀମାନେ ଧୈର୍ଯ୍ୟର ସହ ଅପେକ୍ଷା କରିବା ସହ ଲୋକମାନେ ପ୍ରଭାବିତ ନ ହେଲା ଭଳି ଧର୍ମଘଟ କରି ନ ଥିଲେ। ହେଲେ ଆଇବିଏ କର୍ମଚାରୀଙ୍କ ସମସ୍ୟା ପ୍ରତି କର୍ଣ୍ଣପାତ କରୁ ନ ଥିବା ଯୋଗୁ କୌଣସି ବିକଳ୍ପ ନ ପାଇ ସଂଘ ପକ୍ଷରୁ ଧର୍ମଘଟ ନିଷ୍ପତ୍ତି ନିଆଯାଇଛି।
ବ୍ୟାଙ୍କ କର୍ମଚାରୀ ଏବଂ ଅଧିକାରୀଙ୍କ ବେତନ ଏବଂ ସେବା ସର୍ତ୍ତାବଳୀ ୫ ବର୍ଷରେ ସଂଘର ଦାବି ଏବଂ ଆଇବିଏ ଆଲୋଚନା ଦ୍ୱାରା ନିର୍ଦ୍ଧାରଣ ହୋଇଥାଏ। ସେହି ଅନୁଯାୟୀ ଶେଷ ରାଜିନାମା ଅବଧି ୨୦୧୨ ନଭେମ୍ବରରୁ ୨୦୧୭ ଅକ୍ଟୋବର ଯାଏ ରହିଥିଲା। ଏହି ଆଧାରରେ ମଜୁରୀ ସଂଶୋଧନ ୨୦୧୭ ନଭେମ୍ବର ପହିଲାରୁ ହେବା ଆବଶ୍ୟକ ଥିଲା। ମଜୁରୀ ସଂଶୋଧନର ବିଳମ୍ବିତ ପ୍ରକ୍ରିୟା, ଗତ ୩୦ ମାସ ଧରି କ୍ରମାଗତ ଆଲୋଚନାରେ ବିଫଳତା, କାର୍ଯ୍ୟଚାପ, ଦରଦାମ ବୃଦ୍ଧି ଭଳି ପ୍ରସଙ୍ଗକୁ ଆଧାର କରି ଧର୍ମଘଟ ଡାକରା ଦିଆଯାଇଛି ବୋଲି ସଂଘ ଗୁଡିକ ପକ୍ଷରୁ କୁହାଯାଇଛି। କାର୍ଯ୍ୟକ୍ରମରେ ୟୁଏଫ୍‌ବିୟୁ ସଂଯୋଜକ ସମ୍ବିତ ମିଶ୍ର, ଏଆଇବିଓସି ରାଜ୍ୟ ସମ୍ପାଦକ ସବ୍ୟସାଚୀ ସ୍ବାଇଁ, ଏନ୍‌ସିବିଇ ପ୍ରତିନିଧି ଅନୀଲ ପ୍ରଧାନ, ଏଆଇବିଇଏ ସାଧାରଣ ସମ୍ପାଦକ ମନୋରଞ୍ଜନ ଦାଶ, ବିଇଏଫ୍‌ଆଇ ସାଧାରଣ ସମ୍ପାଦକ ପ୍ରକାଶ ରାୟ, ଏଆଇବିଓସି ଜାତୀୟ କାର୍ଯ୍ୟକାରିଣୀ ସଦସ୍ୟ ଦାମୋଦର ନନ୍ଦ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ପାଇଁ ଗୁଗୁଲର ମେଗା ପ୍ଲାନ୍: ସମୁଦ୍ର ତଳେ ଆମେରିକା ଯାଏଁ ବିଛାଯିବ କେବୁଲ୍, ନିବେଶ ହେବ ୧.୩୬ ଲକ୍ଷ କୋଟି

ନୂଆଦିଲ୍ଲୀ,୧୮।୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ବା AI କ୍ଷେତ୍ରରେ ଏକ ବଡ଼ ବିପ୍ଳବ ଆସିବାକୁ ଯାଉଛି। ଟେକ୍ ଜଗତର କମ୍ପାନୀ ‘ଗୁଗୁଲ’ ଭାରତରେ ବ୍ୟାପକ ପୁଞ୍ଜି ନିବେଶ…

ଡିଜିଟାଲ୍ ଯୁଗରେ ବି କ୍ୟାଶ୍‌ର କମାଲ୍: ବଜାରରେ ୪୦ ଲକ୍ଷ କୋଟି ଅତିକ୍ରମ କଲା ନଗଦ ଟଙ୍କା

ନୂଆଦିଲ୍ଲୀ,୧୭।୨: ଦେଶରେ ଡିଜିଟାଲ୍ ପେମେଣ୍ଟ ବା UPI କାରବାରରେ ବ୍ୟାପକ ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ଭାରତୀୟ ଅର୍ଥନୀତିରେ ନଗଦ ଟଙ୍କାର ପ୍ରଚଳନ ଏକ ନୂଆ…

ଭାରତରେ ଶିଶୁଙ୍କ ପାଇଁ ବ୍ୟାନ୍ ହେବ ସୋସିଆଲ ମିଡିଆ: କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୭।୨: ଭାରତରେ ଶିଶୁ ଏବଂ କିଶୋରମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ଉପରେ ଏକ ବଡ଼ କଟକଣା ଆସିବାକୁ ଯାଉଛି। କୋମଳମତି ପିଲାଙ୍କ ମାନସିକ ସ୍ୱାସ୍ଥ୍ୟ ଏବଂ…

ମହଙ୍ଗା ହେଲା ସିଗାରେଟ୍‌: ଏସବୁ ବ୍ରାଣ୍ଡ ମୂଲ୍ୟରେ ୪୧% ପର୍ଯ୍ୟନ୍ତ ବୃଦ୍ଧି

ନୂଆଦିଲ୍ଲୀ,୧୭।୨: ଦେଶର ଅଗ୍ରଣୀ ସିଗାରେଟ୍ ପ୍ରସ୍ତୁତକାରୀ କମ୍ପାନୀ ITC ଲିମିଟେଡ୍ ଏହାର ପ୍ରମୁଖ ବ୍ରାଣ୍ଡଗୁଡ଼ିକର ମୂଲ୍ୟରେ ବଡ଼ ଧରଣର ବୃଦ୍ଧି ଘଟାଇଛି। ସରକାରଙ୍କ ଦ୍ୱାରା ଲାଗୁ ହୋଇଥିବା…

ନିର୍ବାଚନୀ ବୈତରଣୀ ପାର ହେବାକୁ ‘ନଗଦ ଟଙ୍କା’ ମୁଖ୍ୟ ଅସ୍ତ୍ର: ଶିକ୍ଷା, ସ୍ୱାସ୍ଥ୍ୟରେ କମୁଛି ଖର୍ଚ୍ଚ

ନୂଆଦିଲ୍ଲୀ,୧୭।୨: ଭାରତୀୟ ରାଜନୀତିରେ ଏବେ ‘ସିଧାସଳଖ ନଗଦ ହସ୍ତାନ୍ତର’ ସବୁଠାରୁ ବଡ଼ ନିର୍ବାଚନୀ ଅସ୍ତ୍ର ପାଲଟିଛି। ୧୬ଶ ଅର୍ଥ କମିଶନଙ୍କ ରିପୋର୍ଟ ଅନୁଯାୟୀ, ୨୦୧୮-୧୯ରେ ରାଜ୍ୟଗୁଡ଼ିକର ମୋଟ…

ଜାନୁଆରୀରେ ବଢ଼ିଲା ହୋଲସେଲ୍ ଦରଦାମ୍: ୧୦ ମାସର ସର୍ବୋଚ୍ଚ ସ୍ତରରେ…

ନୂଆଦିଲ୍ଲୀ,୧୬।୨: ଦେଶରେ ପୁଣି ଥରେ ମହଙ୍ଗା ମାଡ଼ର ଆଭାସ ମିଳିଛି। ଜାନୁଆରୀ ମାସରେ ଭାରତର ହୋଲସେଲ୍ ଦରଦାମ୍ (WPI) ୧୦ ମାସର ସର୍ବୋଚ୍ଚ ସ୍ତର ୧.୮୧% କୁ…

ଜାତୀୟ ରାଜପଥରେ ବଢ଼ିପାରେ ଟୋଲ୍ ଟ୍ୟାକ୍ସ: ବଡ଼ ଯୋଜନା କରୁଛନ୍ତି କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୬।୨: ଭାରତରେ ଆଗକୁ ବଢିପାରେ ଟୋଲ୍ ଟ୍ୟାକ୍ସ। ଦେଶରେ ଏକ୍ସପ୍ରେସ-ୱେ ଏବଂ ହାଇ-ସ୍ପିଡ୍ ରୋଡ୍ ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼…

ଚାଷୀଙ୍କ ପାଇଁ ଖୁସି ଖବର: କିଷାନ କ୍ରେଡିଟ କାର୍ଡ ନିୟମରେ ବଡ଼ ପରିବର୍ତ୍ତନ କରିବ RBI

ମୁମ୍ବାଇ,୧୫ା୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) କିଶାନ କ୍ରେଡିଟ୍ କାର୍ଡ (KCC) ଯୋଜନାରେ ବ୍ୟାପକ ସଂସ୍କାର ଆଣିବା ପାଇଁ ଏକ ନୂତନ ଚିଠା ମାର୍ଗଦର୍ଶିକା ଜାରି କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri