୩୧,୧୮୮ ଚାଷୀ ୨୧,୧୯,୫୦୧ କୁଇଣ୍ଟାଲ ଧାନ ବିକିଲେ

ଭୁବନେଶ୍ୱର, ୫ା୧୨(ବ୍ୟୁରୋ): ୨୦୧୯-୨୦ ଖରିଫ୍‌ ଧାନ ସଂଗ୍ରହ ବର୍ଷର ମଙ୍ଗଳବାର ସୁଦ୍ଧା ୩୧ ହଜାର ୧୮୮ ଜଣ ଚାଷୀ ମୋଟ ୨୧ ଲକ୍ଷ ୧୯ ହଜାର ୫୦୧ କୁଇଣ୍ଟାଲ୍‌ ବିଭିନ୍ନ ଧାନ ସଂଗ୍ରହ କେନ୍ଦ୍ରରେ ବିକ୍ରି କରିଛନ୍ତି, ଯାହାକି ଗତବର୍ଷ ତୁଳନାରେ ୧୩ ପ୍ରତିଶତ ଅଧିକ। ୨୦୧୮ ଡିସେମ୍ବର ୩ ତାରିଖ ସୁଦ୍ଧା ମୋଟ ୧୮ ଲକ୍ଷ ୭୮ ହଜାର ୮୭୧ କୁଇଣ୍ଟାଲ୍‌ ଧାନ ସଂଗ୍ରହ ହୋଇଥିଲା। ଧାନ ସଂଗ୍ରହ କାର୍ଯ୍ୟକ୍ରମକୁ ସ୍ବଚ୍ଛ ଓ ବ୍ୟବସ୍ଥିତ କରିବା ପାଇଁ ଅନ୍‌ଲାଇନ୍‌ରେ ପଞ୍ଜୀକୃତ ଚାଷୀମାନଙ୍କୁ ଆଗୁଆ ଟୋକନ୍‌ ବ୍ୟବସ୍ଥା ପି- ପାସ୍‌ ଜରିଆରେ କରାଯାଉଛି। ବର୍ତ୍ତମାନ ସୁଦ୍ଧା ୧୭ଟି ଜିଲାରେ ୯୬୬ଟି ଧାନ ସଂଗ୍ରହ କେନ୍ଦ୍ରରୁ ୧ ଲକ୍ଷ ୫୨ ହଜାର ୯୭୫ ଜଣ ଚାଷୀଙ୍କୁ ୨ ଲକ୍ଷ ୫ ହଜାର ୬୦୧ ଆଗୁଆ ଟୋକନ୍‌ ଦିଆଯାଇଛି।
ଅଧିକ ଧାନ ସଂଗ୍ରହ ହୋଇଥିବା ଜିଲାଗୁଡ଼ିକ ମଧ୍ୟରେ ବରଗଡ଼ରେ ୧୬ ହଜାର ୨୩ ଜଣ ଚାଷୀ ୧୧ ଲକ୍ଷ ୩୮ ହଜାର ୬୧୬ କୁଇଣ୍ଟାଲ୍‌ ଧାନ ବିକ୍ରି କରିଥିବା ବେଳେ ବଲାଙ୍ଗୀର ଜିଲାର ୨୦୭୭ ଜଣ ଚାଷୀ ୧ ଲକ୍ଷ ୪୬ ହଜାର ୫୯ କୁଇଣ୍ଟାଲ୍‌, କଳାହାଣ୍ଡି ଜିଲାର ୩୫୦୫ ଜଣ ଚାଷୀ ୨ ଲକ୍ଷ ୩୨ ହଜାର ୬୧୧ କୁଇଣ୍ଟାଲ, ମାଲକାନଗିରି ଜିଲାର ୨୮୭୭ ଜଣ ଚାଷୀ ୧ ଲକ୍ଷ ୫ ହଜାର ୯୫୬ କୁଇଣ୍ଟାଲ୍‌, ନୂଆପଡ଼ା ଜିଲାର ୧୭୮୬ ଜଣ ଚାଷୀ ୬୯ ହଜାର ୫୪୩ କୁଇଣ୍ଟାଲ୍‌, ସମ୍ବଲପୁର ଜିଲାର ୨୫୩୪ ଜଣ ଚାଷୀ ୨ ଲକ୍ଷ ୩୩ ହଜାର ୭୩୦ କୁଇଣ୍ଟାଲ ଏବଂ ସୁବର୍ଣ୍ଣପୁର ଜିଲାର ୧୯୨୧ ଜଣ ଚାଷୀ ୧ ଲକ୍ଷ ୬୬ ହଜାର ୩୧୪ କୁଇଣ୍ଟାଲ ଧାନ ବିଭିନ୍ନ ପ୍ୟାକସ୍‌ରେ ଧାନ ବିକ୍ରି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଟେନସନ୍‌ରେ ପଡ଼ିଲେ ଗୌତମ ଗମ୍ଭୀର! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ପୂର୍ବରୁ ଭାରତୀୟ ଦଳ ସାମ୍ନାରେ ଏକ ବଡ଼ ପ୍ରଶ୍ନ ଠିଆ ହୋଇଛି। ଅଭିଷେକ ଶର୍ମାଙ୍କ ସହ ଇନିଂସ ଓପନ କରିବେ…

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ବ୍ୟକ୍ତିଙ୍କ ମୃତ୍ୟୁ

ପାଟଣା, ୯।୯ (ବୀର କିଶୋର ଦାଶ): ପାଟଣା ଥାନା ଅନ୍ତର୍ଗତ ମୂଷାଖୋରୀ ପଞ୍ଚାୟତର ମୂଷାନାଳି ଗ୍ରାମରେ ବିଦ୍ୟୁତ୍ ଆଘାତ ଲାଗି ବୁଧବାର ସକାଳେ ଦୟାନିଧି ମହାନ୍ତ (୪୮)ଙ୍କ…

ଭଦ୍ରକ-ଧାମରା ରେଳପଥ ଅବରୋଧ ଡିପିସିଏଲ୍‌ର ଅନ୍ୟାୟ: ଅନୀତି ବିରୋଧରେ ଜନଆକ୍ରୋଶ

ତିହିଡ଼ି, ୯।୯ (ସଞ୍ଜିତ ବଳ): ଭଦ୍ରକ-ଧାମରା ରେଳପଥର ତିହିଡ଼ି ବ୍ଲକ ଅଧୀନ ପୀରହାଟ ଥାନା ଅନ୍ତର୍ଗତ ଗୁରୁଦାସପୁରଠାରେ ବୁଧବାର ସକାଳଠାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

PM ମୋଦିଙ୍କ ସାର୍ବଜନୀନ ଜୀବନର ୨୫ ବର୍ଷ: ନୀତିନ ନବୀନ କହିଲେ- ଅକ୍ଟୋବର ୨ରେ…

ନୂଆଦିଲ୍ଲୀ,୯।୯: ଭାରତୀୟ ଜନତା ପାର୍ଟି (BJP) ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସାର୍ବଜନୀନ ଜୀବନର ୨୫ ବର୍ଷ ପୂର୍ତ୍ତି ଅବସରରେ ଆସନ୍ତା ମାସରେ ‘ସେବା ସଂକଳ୍ପ ଅଭିଯାନ’…

BJP ଅଫିସ୍‌ରେ ଆତଙ୍କ! AC ତଳୁ ବାହାରିଲା ୫ ଫୁଟ୍‌ର କିଙ୍ଗ କୋବ୍ରା, ତା’ପରେ…

ସୀତାପୁର,୯।୯: ଉତ୍ତରପ୍ରଦେଶର ସୀତାପୁରରେ ବୁଧବାର ସକାଳେ BJP କାର୍ଯ୍ୟାଳୟରେ ଦେଖିବାକୁ ମିଳିଥିଲା ଆତଙ୍କଜନକ ଦୃଶ୍ୟ। କାର୍ଯ୍ୟାଳୟରେ ଥିବା କର୍ମଚାରୀମାନେ ପ୍ରାୟ ୫ ଫୁଟ ଲମ୍ବର ଏକ କିଙ୍ଗ…

ସ୍କୁଲରେ ତାଲା ପକାଇଲେ ଅଭିଭାବକ:ବାତ୍ୟା ଆଶ୍ରୟସ୍ଥଳୀରେ ପାଠପଢ଼ିଲେ ଛାତ୍ରୀଛାତ୍ର

ମହାକାଳପଡ଼ା,୯।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳବର୍ତ୍ତୀ ସୁନିତି ପଞ୍ଚାୟତ ଅନ୍ତର୍ଗତ ଓଲ୍ଡ ଫିଲ୍ଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅଭିଭାବକମାନେ ତାଲା ପକାଇବା ଘଟଣାକୁ…

ପ୍ରଧାନ ଶିକ୍ଷକଙ୍କ ବଦଳି ନିଷ୍ପତ୍ତି ପ୍ରତ୍ୟାହାର ଦାବି: ଧାରଣାରେ ବସିଲେ ଅଭିଭାବକ

ବରୀ,୯।୯(ମହେନ୍ଦ୍ର ସ୍ବାଇଁ):ସରକାର ଶିକ୍ଷା ବ୍ୟବସ୍ଥାର ସୁଦୃଢ଼ୀକରଣ ଉପରେ ଗୁରୁତ୍ୱ ଦେଉଥିବାବେଳେ ବରୀ ଶିକ୍ଷାମଣ୍ଡଳ ଅଧୀନସ୍ଥ କୃଷ୍ଣନଗର ପ୍ରାଥମିକ ବିଦ୍ୟାଳୟରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ,…

ଏସିଆ କପ୍‌ ଚାଲିଥିବାବେଳେ ସ୍ମୃତି ମନ୍ଧାନାଙ୍କୁ ମିଳିଲା ବଡ଼ ଖୁସିଖବର

ନୂଆଦିଲ୍ଲୀ,୯।୯: ମହିଳା ଏସିଆ କପରେ ହଂକଂ ବିପକ୍ଷରେ ଏକ ଚମତ୍କାର ଶତକ ମାରିଥିବା ସ୍ମୃତି ମନ୍ଧାନା ICC T20 ରାଙ୍କିଙ୍ଗର ଶୀର୍ଷ ୫ରେ ସ୍ଥାନ ପାଇଛନ୍ତି। ହଂକଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri