୩୧ କେନ୍ଦ୍ର ସମ୍ବେଦନଶୀଳ

ଅନୁଗୋଳ ଅଫିସ, ୮।୨ – ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଆସନ୍ତା ଫେବୃୟାରୀ ୧୯ରୁ ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖରେ ଶେଷ ହେବ। ଜିଲାରେ ଚଳିତ ବର୍ଷ ମୋଟ ୧୭ ହଜାର ୪୯୨ ଜଣ ପରୀକ୍ଷାର୍ଥୀ ୮୫ଟି କେନ୍ଦ୍ରରେ ପରୀକ୍ଷା ଦେବେ ବୋଲି ଶିକ୍ଷା ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ପରୀକ୍ଷା ପରିଚାଳନା ସମୟରେ ଜିଲାରେ ଥିବା ୨୫ଟି ସମ୍ବେଦନଶୀଳ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗାଯିବାର ବ୍ୟବସ୍ଥା କରାଯାଇଥିବା ଜିଲା ଶିକ୍ଷା ଅଧିକାରୀ କାର୍ଯ୍ୟାଳୟରୁ ବୋର୍ଡ଼କୁ ଚିଠା ପଠାଇଛନ୍ତି। ତେବେ ବୋର୍ଡ ପକ୍ଷରୁ ୩୧ଟି କେନ୍ଦ୍ରକୁ ସମ୍ବେଦନଶୀଳ କେନ୍ଦ୍ର ଭାବେ ଘୋଷଣା କରାଯାଇ ସେଠାରେ ସିସିଟିଭି ଲଗାଇବାକୁ ନିର୍ଦ୍ଦେଶ ଦେଇଛନ୍ତି। ସେଥିମଧ୍ୟରୁ ଅନୁଗୋଳ ବ୍ଲକର ୪ଟି କେନ୍ଦ୍ର, ଆଠମଲ୍ଲିକର ୫ଟି, ବଅଁରପାଳର ୩ଟି, ଛେଣ୍ଡିପଦାର ୩ଟି, କଣିହଁ। ର ୮ଟି, କିଶୋରନଗରର ୩ଟି, ପାଲଲହଡ଼ା ବ୍ଲକର ୪ଟି ଓ ତାଳଚେର ବ୍ଲକରେ ୧ଟି କେନ୍ଦ୍ରକୁ ବୋର୍ଡ ପକ୍ଷରୁ ସମ୍ବେଦନଶୀଳ ଘୋଷଣା କରାଯାଇଛି।
ସୂଚନାଯୋଗ୍ୟ, ଚଳିତ ବର୍ଷ ଜିଲାର ୨୬୨ଟି ଉଚ୍ଚ ବିଦ୍ୟାଳୟର ୧୬ ହଜାର ୩୩୨ ଜଣ ରେଗୁଲାର ଛାତ୍ରୀଛାତ୍ର ମାଟ୍ରିକ ପରୀକ୍ଷା ଦେବେ। ଏଥିସହିତ ୨୮୯ ଜଣ ଏକ୍ସ-ରେଗୁଲାର ଓ ୨୫୪ ଜଣ ପତ୍ରବିନିମୟ ଛାତ୍ରୀଛାତ୍ର ପ୍ରଥମ ସିଟିଂରେ ପରୀକ୍ଷା ଦେବେ। ସେହିପରି ୬୧୧ ଜଣ ଷ୍ଟେଟ୍‌ ଓପନ୍‌ ସ୍କୁଲର ଛାତ୍ରୀଛାତ୍ର ଓ ୬ ଜଣ ମଧ୍ୟମା ଛାତ୍ରୀଛାତ୍ର ଦ୍ୱିତୀୟ ସିଟିଂରେ ପରୀକ୍ଷା ଦେବେ ବୋଲି ଅନୁଗୋଳ ଜିଲା ଶିକ୍ଷା ଅଧିକାରୀ ସଚ୍ଚିଦାନନ୍ଦ ବେହେରା ସୂଚନା ଦେଇଛନ୍ତି। ୬୧୧ ଜଣ ଷ୍ଟେଟ ଓପନ୍‌ ସ୍କୁଲର ଛାତ୍ରୀଛାତ୍ରଙ୍କ ପାଇଁ ଯଥାକ୍ରମେ ଅନୁଗୋଳ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ଆଲୁମିନିୟମ ଉଚ୍ଚ ବିଦ୍ୟାଳୟ କୁଲାଡ଼, ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ବିଜିଗୋଳ ଓ ଫପଣ୍ଡ ଉଚ୍ଚ ବିଦ୍ୟାଳୟ ପାଲଲହଡ଼ାରେ ସେଣ୍ଟର ଖୋଲାଯିବ ବୋଲି ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରୁ ସୂଚନା ମିଳିଛି। ଅନୁଗୋଳ ଜିଲାରେ ଅତି ସମ୍ବେଦନଶୀଳ ପରୀକ୍ଷା କେନ୍ଦ୍ର ନ ଥିବା ଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସମ ରଣନୀତିରେ ବିଜେଡି-ଭାଜପା

ବଇଣ୍ଡା,୨୨ା୪(ପରିକ୍ଷିତ ସାହୁ):ଅନୁଗୋଳ ଜିଲା ଆଠମଲ୍ଲିକ ବିଧାନସଭା କ୍ଷେତ୍ରରେ ଆସନ୍ତା ମେ ୨୫ରେ ହେବ ଭୋଟଗ୍ରହଣ। ଏଥର ଏହି ନିର୍ବାଚନମଣ୍ଡଳୀରେ ବିଜେଡି ଓ ଭାଜପା ପ୍ରାର୍ଥୀ ପରିବର୍ତ୍ତନ...

ସ୍ବଳ୍ପ ଖର୍ଚ୍ଚରେ ଅଧିକ ରୋଜଗାର ବାଟ ଦେଖାଉଛନ୍ତି ଶିକ୍ଷକ

ଛେଣ୍ଡିପଦା,୨୧ା୪(ଅଜିତ ଧଳ)ଶିକ୍ଷକତାରୁ ଟିକେ ସମୟ ପାଇଲେ ଲାଗିପଡ଼ନ୍ତି ଚାରା ଉତ୍ପାଦନରେ। ନିଜ ଫାର୍ମରେ ଥିବା ବିଭିନ୍ନ ଗଛରୁ କଲମୀକରଣ କରିବା ସହିତ କିପରି ସେଥିରୁ ଭଲ...

ଭୋଟ ଭିକ୍ଷା କଲେ ପ୍ରଣବ ଦାସ: ମୁଖ୍ୟମନ୍ତ୍ରୀଙ୍କୁ ସଶକ୍ତ କରିବାବୁ ଆଶୀର୍ବାଦ ଦିଅ

ଅନୁଗୋଳ,୧୯।୪ (ଅମିତ କୁମାର ସାମଲ):ସମ୍ବଲପୁର ଲୋକ ସଭା କ୍ଷେତ୍ରର ବିଜେଡି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି) ଏହି...

ଅନୁଗୋଳରେ ପ୍ରଥମ କରି ମହିଳା କାର୍ଡ

ଅନୁଗୋଳ ୧୮।୪ (ଅମିତ କୁମାର ସାମଲ)ଅନୁଗୋଳ ବିଧାନସଭା କ୍ଷେତ୍ରରେ ବିଜେଡି ଖୋଲିଛି ମହିଳା କାର୍ଡ। ବିଜେଡିର ଦୀର୍ଘ ୨୪ ବର୍ଷ ଇତିହାସରେ ଦଳ କେବେ ବି...

ହାଇଓ୍ବାକୁ ଧକ୍କା ଦେଲା ବସ୍‌: ଚାଲିଗଲା ଜଣଙ୍କ ଜୀବନ,୧୫ରୁ ଅଧିକ ଆହତ

ଛେଣ୍ଡିପଦା,୧୬।୪(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଦେଇ ଯାଇଥିବା ଅନୁଗୋଳ ସମ୍ବଲପୁର ୫୫ନଂ ଜାତୀୟ ରାଜପଥର ଜରପଡା ଠାରେ ମଙ୍ଗଳବାର ସକାଳେ ଡଲଫିନ ବସ...

ଅନୁଗୋଳ ଜିଲାର ୪ ସ୍ଥାନରେ ପ୍ରାର୍ଥୀ ଦେଲା କଂଗ୍ରେସ

ଅନୁଗୋଳ,୧୫।୪ (ଅମିତ କୁମାର ସାମଲ): ଅନୁଗୋଳ ଜିଲା ପାଇଁ କଂଗ୍ରେସ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଜିଲାର ୫ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ଅନୁଗୋଳ, ତାଳଚେର,...

ବିଳମ୍ବ ହେଉଛି ଅନୁଗୋଳ ବିଜେଡିର ପ୍ରାର୍ଥୀ ଘୋଷଣା

ଅନୁଗୋଳ,୧୫।୪(ଅମିତ କୁମାର ସାମଲ): ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡିର ପ୍ରାର୍ଥୀ ଘୋଷଣା ବିଳମ୍ବିତ ହେଉଛି। ଫଳରେ ଏହାକୁ ନେଇ ଅନୁଗୋଳ ବିଧାୟକ ରଜନୀକାନ୍ତ ସିଂହ, ତାଙ୍କ...

ଶଙ୍ଖ ଚିହ୍ନ ପାଇଁ ଭୋଟ କର

ଅନୁଗୋଳ,୧୪।୪ (ଅମିତ କୁମାର ସାମଲ)ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଏଯାଏ ପ୍ରାର୍ଥୀ ଘୋଷଣା କରିନାହିଁ। ଇତିମଧ୍ୟରେ ଦଳ ୪ର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri