୩୧ ତମ ଜାତୀୟ ସଡ଼କ ସୁରକ୍ଷା ସପ୍ତାହ ଉଦ୍‌ଯାପିତ

ବ୍ରହ୍ମପୁର ଅଫିସ, ୧୭।୧: ଗଞ୍ଜାମ ଜିଲା ବ୍ରହ୍ମପୁର ଟ୍ରାଫିକ୍‌ ପୋଲିସ ଓ ଜିଲା ସଡ଼କ ସୁରକ୍ଷା ସମିତି ପକ୍ଷରୁ ୩୧ ତମ ଜାତୀୟ ସଡ଼କ ସୁରକ୍ଷା ସପ୍ତାହ ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ଗତ୧୧ ତାରିଖଠାରୁ ବ୍ରହ୍ମପୁର ଟ୍ରାଫିକ୍‌ ପୋଲିସ ଓ ସଡ଼କ ସୁରକ୍ଷା ସମିତି ପକ୍ଷରୁ ଜିଲା ସମେତ ବ୍ରହ୍ମପୁର ସହରର ବିଭିନ୍ନ ସ୍ଥାନରେ ଟ୍ରାଫିକ୍‌ ସଚେତନତା ବାର୍ତ୍ତା ଦିଆଯାଇଥିଲା। ଶୁକ୍ରବାର ଉଦ୍‌ଯାପନୀ ଦିବସରେ ସ୍ଥାନୀୟ ପୁରୁଣା ବସଷ୍ଟାଣ୍ଡଠାରେ ଟ୍ରାଫିକ୍‌ ପୋଲିସ ପକ୍ଷରୁ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଯାଇଛି। ଏଥିରେ ବ୍ରହ୍ମପୁର ଏସ୍‌ପି ପିନାକି ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ । ସେ ଉପସ୍ଥିତ ଛାତ୍ରଛାତ୍ରୀ ଓ ସାଧାରଣ ଜନତାଙ୍କୁ ଗାଡ଼ି ଚଳାଇବା ସମୟରେ ହେଲ୍‌ମେଟ ପିନ୍ଧିବା ସହିତ ଟ୍ରାଫିକ୍‌ ନିୟମ ପାଳନ କରିବାକୁ ପରାମର୍ଶ ଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ଡିଏସ୍‌ପି ସାର୍ଥକ ରାୟ ଅଧ୍ୟକ୍ଷତା କରିଥିବା ବେଳେ ଏଏସ୍‌ପି ପ୍ରଭାତ ରାଉତରାୟ ,ପ୍ରଶାନ୍ତ କୁମାର ମିଶ୍ର, ସଦର ଏସ୍‌ଡିପିଓ ଜୟନ୍ତ ମହାପାତ୍ରଙ୍କ ସମେତ ବହୁ ପୋଲିସ ଅଧିକାରୀ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲ ହେବେ ପ୍ରଧାନମନ୍ତ୍ରୀ! ହେଲେ କିଏ ବାଛିଲା ତାଙ୍କୁ? ଜାଣନ୍ତୁ କଂଗ୍ରେସର ଏହି ଦାବି ସମ୍ପର୍କରେ

ନୂଆଦିଲ୍ଲୀ,୧।୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ପ୍ରଧାନମନ୍ତ୍ରୀ ପଦ ପାଇଁ ମେଣ୍ଟର ପ୍ରାର୍ଥୀ ଘୋଷଣା କରାଯାଇଛି। ତାମିଲନାଡୁ ବିଧାନସଭାରେ କଂଗ୍ରେସ ବିଧାୟକ ଦଳ (ସିଏଲପି)ର ନେତା…

ଭେନେଜୁଏଲା ତୈଳ

ଭନେଜୁଏଲାର ତତ୍କାଳୀନ ରାଷ୍ଟ୍ରପତି ନିକୋଲାସ ମାଦୁରୋ ଏବଂ ତାଙ୍କ ସ୍ତ୍ରୀଙ୍କୁ ୮ ମାସ ତଳେ ଆମେରିକା ସେନା ଉଠାଇ ନେଇଥିଲା। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ନିର୍ଦ୍ଦେଶ…

ଗ୍ରେଟର ହାଇଦ୍ରାବାଦ୍‌ ଭଳି ଗ୍ରେଟର ଭୁବନେଶ୍ୱର ଆଶା ପୂରଣ ହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧ା୯(ରବିନାରାୟଣ ଜେନା): ପୌର ସଂସ୍ଥାକୁ ବିଭିନ୍ନ କାର୍ଯ୍ୟ ନେଇ ଆସୁଥିବା ନାଗରିକମାନଙ୍କୁ ସମ୍ମାନର ସହ ସେବା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୌର ପ୍ରଶାସନକୁୁ ନିର୍ଦ୍ଦେଶ…

‘କମିବ ତେଲ ଦର’, ଏମିତି ଘୋଷଣା କରି ଚମକାଇ ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୧।୯: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋମବାର ଜୋର ଦେଇ କହିଥିଲେ ଯେ ଭେନେଜୁଏଲା ସହିତ ତାଙ୍କର ତୈଳ ଚୁକ୍ତି ଯୋଗୁ ଗ୍ୟାସ ମୂଲ୍ୟରେ ଦ୍ରୁତ ହ୍ରାସ ଘଟିବ,…

ପାଣିପାଗ ବିଭାଗର ବଡ଼ ସୂଚନା, ଆଜି ୧୮ ଜିଲାରେ ଝଡ଼ବର୍ଷା

ଭୁବନେଶ୍ୱର,୧ା୯(ବନ୍ଦନା ସେଠୀ): ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଉତ୍ତର ଉପକୂଳ ଓଡ଼ିଶା ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଅଞ୍ଚଳ ଉପରେ ଥିବା ସ୍ପଷ୍ଟ ଭାବେ ଚିହ୍ନିତ ଲଘୁଚାପ କ୍ଷେତ୍ରଟି…

୩ରେ ରାଜ୍ୟ କ୍ୟାବିନେଟ୍, ୯ରୁ ଊର୍ଦ୍ଧ୍ୱ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୧ା୯(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ସେପ୍ଟେମ୍ବର ୩ରେ ରାଜ୍ୟ କ୍ୟାବିନେଟ୍‌ ଅନୁଷ୍ଠିତ ହେବ । ଲୋକସେବା ଭବନର ତୃତୀୟ ମହଲାରେ ସନ୍ଧ୍ୟା…

ମାସ ଆରମ୍ଭରୁ ଗ୍ରାହକଙ୍କୁ ଲାଗିଲା ବଡ଼ ଝଟକା, ବଢିଲା ଗ୍ୟାସ ଦର

ନୂଆଦିଲ୍ଲୀ,୧।୯: ସେପ୍ଟେମ୍ବର ଆରମ୍ଭରୁ ଏଲପିଜି ଗ୍ରାହକମାନେ ଏକ ବଡ଼ ଝଟକା ପାଇଛନ୍ତି। ସେପ୍ଟେମ୍ବର ୧ ରେ ଜାରି ହୋଇଥିବା ନୂତନ ଦର ଅନୁସାରେ, 19 କିଲୋଗ୍ରାମ ବାଣିଜ୍ୟିକ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏସ୍‌ସି, ଏସ୍‌ଟି ଛାତ୍ରୀଛାତ୍ରଙ୍କୁ ଦେବାକୁ ପଡ଼ିବନି…

ଭୁବନେଶ୍ୱର,୧ା୯(ସୁନିତ୍‌ ମିଶ୍ର): ରାଜ୍ୟର ଅନୁସୂଚିତ ଜାତି (ଏସ୍‌ସି) ଓ ଅନୁସୂଚିତ ଜନଜାତି (ଏସ୍‌ଟି) ବର୍ଗର ମେଧାବୀ ଗରିବ ଛାତ୍ରୀଛାତ୍ରମାନଙ୍କ ପାଇଁ ବଡ଼ ଆଶ୍ୱସ୍ତି। ସରକାରୀ ମେଡିକାଲ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri