୩୧ ପର୍ଯ୍ୟନ୍ତ ଜରୁରୀ ମାମଲାର ଶୁଣାଣି: ଲକ୍‌ଡାଉନ୍‌ ଅଞ୍ଚଳରେ ଦିନକୁ ଘଣ୍ଟାଏ ଖୋଲିବ କୋର୍ଟ

କଟକ ଅଫିସ,୨୩ା୩- କରୋନା ଭୂତାଣୁ ସଂକ୍ରମଣ ରୋକିବା ଦିଗରେ ହାଇକୋର୍ଟ ପକ୍ଷରୁ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ହାଇକୋର୍ଟ ରେଜିଷ୍ଟ୍ରାର୍‌(ଜୁଡିସିଆଲ୍‌) ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ରାଜ୍ୟ ସରକାର ୧୪ଟି ଜିଲା ପାଇଁ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଆସନ୍ତା ୨୯ତାରିଖ ରାତି ୯ଟା ପର୍ଯ୍ୟନ୍ତ ଏହା ବଳବତ୍ତର ରହିବ। ଏହାକୁ ଦୃଷ୍ଟିରେ ରଖି ହାଇକୋର୍ଟ ପକ୍ଷରୁ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ତଦନୁଯାୟୀ ସୋମବାର ସମସ୍ତ ମାମଲାର ଶୁଣାଣିକୁ ବାତିଲ୍‌ କରିଦିଆଯାଇଛି। ଆସନ୍ତା ୩୧ତାରିଖ ପର୍ଯ୍ୟନ୍ତ କୌଣସି ମାମଲା ତାଲିକାଭୁକ୍ତ ହେବ ନାହିଁ। କେବଳ ଜରୁରୀରୁ ଅତି ଜରୁରୀ ମାମଲାକୁ ହ୍ବାଟସ୍‌ଆପ୍‌ କିମ୍ବା ଭିଡିଓ କଲ୍‌ ମାଧ୍ୟମରେ ରେଜିଷ୍ଟ୍ରାର୍‌(ଜୁଡିସିଆଲ୍‌)ଙ୍କ ସମ୍ମୁଖରେ ଉପସ୍ଥାପନ କରାଯିବ। ଏଥିସହ କୋର୍ଟ ପରିସରରେ ୨୪ଘଣ୍ଟା ଡାକ୍ତରୀ ଟିମ୍‌ ଉପସ୍ଥିତ ରହିବା ସହ ଏକ ଗାଡି ମହଜୁଦ୍‌ ରହିବ। କୋର୍ଟ କର୍ମଚାରୀମାନେ ରୋଟେସନ୍‌ ଅନୁଯାୟୀ କାର୍ଯ୍ୟରେ ଯୋଗଦେବେ। ଆସନ୍ତା ୩୧ତାରିଖ ପର୍ଯ୍ୟନ୍ତ ଏହି ନିର୍ଦ୍ଦେଶ କାର୍ଯ୍ୟକାରୀ ହେବ। ଏଥିସହ ଗତ ୧୬ତାରିଖର ନିର୍ଦ୍ଦେଶଗୁଡ଼ିକର କାର୍ଯ୍ୟକାରୀ ଜାରି ରହିବ ବୋଲି ରେଜିଷ୍ଟ୍ରାର୍‌(ଜୁଡ଼ିସିଆଲ୍‌) ପକ୍ଷରୁ କୁହାଯାଇଛି।
ସେହିପରି ନିମ୍ନକୋର୍ଟଗୁଡିକ ପାଇଁ ମଧ୍ୟ ହାଇକୋର୍ଟ ପକ୍ଷରୁ ସୋମବାର ସର୍କୁଲାର୍‌ ଜାରି କରାଯାଇଛି। ରେଜିଷ୍ଟ୍ରାର୍‌ ଜେନେରାଲ୍‌ଙ୍କ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଲକ୍‌ଡାଉନ୍‌ ଘୋଷିତ ଜିଲା ଓ ପୌରାଞ୍ଚଳର ନିମ୍ନକୋର୍ଟଗୁଡିକ ସମୟରେ ପରିବର୍ତ୍ତନ କରାଯାଇଛି। ସେଠାରେ ମଧ୍ୟାହ୍ନ ୧୨ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ କୋର୍ଟ ଖୋଲା ରହିବ। କେବଳ ଅତି ଜରୁରୀ ମାମଲାର ଶୁଣାଣି ସହ ଜାମିନ, ରିମାଣ୍ଡଗୁଡିକର ଶୁଣାଣି ହେବ। ଅନ୍ୟପକ୍ଷରେ ଲକ୍‌ଡାଉନ୍‌ ଘୋଷଣା ହୋଇ ନ ଥିବା ଜିଲା ଓ ପୌରାଞ୍ଚଳର ନିମ୍ନ ଅଦାଲତଗୁଡିକ ପୂର୍ବାହ୍ନ ୧୧ରୁ ଅପରାହ୍ନ ୧ଟା ଯାଏ ଖୋଲା ରହିବ। ଉଭୟ ଅଞ୍ଚଳରେ କମ୍‌ ସଂଖ୍ୟକ କୋର୍ଟ କର୍ମଚାରୀ କାର୍ଯ୍ୟରେ ଯୋଗଦେବେ ଏବଂ ଅପରାହ୍ନ ୧ଟା ପରେ କୋର୍ଟ ଓ କାର୍ଯ୍ୟାଳୟ ବନ୍ଦ କରାଯିବ। ଅଣ ନିୟୋଜିତ କର୍ମଚାରୀମାନେ ଆବଶ୍ୟକ ଅନୁଯାୟୀ ଡାକରା ପାଇଲେ କାର୍ଯ୍ୟରେ ଯୋଗଦେବେ। କୋର୍ଟରେ ଭିଡକୁ ଏଡାଇବା ପାଇଁ ଜରୁରୀ ମାମଲାଗୁଡିକର ଶୁଣାଣି ବେଳେ ଜଣେ ଆଇନଜୀବୀଙ୍କୁ ପକ୍ଷ ରଖିବାକୁ ଅନୁମତି ଦିଆଯିବ। କୋର୍ଟ କର୍ମଚାରୀମାନେ ଘରେ ରହି ଜରୁରିକାଳୀନ କାର୍ଯ୍ୟ କରିପାରିବେ। କୋର୍ଟର ପ୍ରିଜାଇଡିଂ ଅଫିସରମାନେ ଆବଶ୍ୟକତା ଅନୁଯାୟୀ କର୍ମଚାରୀଙ୍କୁ ନିୟୋଜିତ କରିବେ। ଏହିସବୁ ନିର୍ଦ୍ଦେଶଗୁଡିକ ପାଳନ ଦିଗରେ ଆଇନଜୀବୀ ସଂଘ ଏବଂ ଆଇନଜୀବୀମାନେ ସହଯୋଗ କରିବେ। ଆବଶ୍ୟକ ପଡିଲେ ଜିଲା ଜଜ୍‌ମାନେ ପ୍ରଶାସନିକ ଅଧିକାରୀଙ୍କ ପରାମର୍ଶ ନେଇପାରିବେ ବୋଲି ସର୍କୁଲାର୍‌ରେ ଉଲ୍ଲେଖ କରାଯାଇଛି। ଏହା ଆସନ୍ତା ୩୧ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ ବୋଲି ରେଜିଷ୍ଟ୍ରାର ଜେନେରାଲ୍‌ଙ୍କ ସୂତ୍ରରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କାର୍‌ରୁ ୩୦ ଲକ୍ଷ ଟଙ୍କା ଜବତ କଲା ପୋଲିସ

ମାଲକାନଗିରି,୨୪।୪(ଦୁର୍ଯ୍ୟୋଧନ ପାତ୍ର): ନିର୍ବାଚନ ନେଇ ସୀମାରେ ହାଇଆଲର୍ଟ ଜାରି କରାଯିବା ସହ ଯାଞ୍ଚକୁ କଡାକଡି କରାଯାଉଛି। ଛତିଶଗଡ଼ ପଟୁ ଆସୁଥିବା ଏକ କାରକୁ ପୋଲିସ ଯାଞ୍ଚ...

୧୫ ଦିନରେ ଦଳବଦଳ: ଭାଜପାରେ ମିଶିଥିବା କର୍ମୀ ବିଜେଡିକୁ ଫେରିଲେ

ବିଞ୍ଝାରପୁର,୨୪ା୪(ରାମକୃଷ୍ଣ ଦାସ):ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଞ୍ଝାରପୁରରେ ଏଥର ୩ ପ୍ରମୁଖ ରାଜନୈତିକ ଦଳ ନିଜର ରଣନୀତି ସୁଦୃଢ଼ କରୁଛନ୍ତି। ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଭାଜପା ପ୍ରାର୍ଥୀ...

ବର୍ଷାଙ୍କୁ ଜିତାଇବାକୁ ପ୍ରଣବଙ୍କ ନିବେଦନ

ଚଣ୍ଡିଖୋଲ/ବଡ଼ଚଣା,୨୪ା୪(ପ୍ରଦୀପ୍ତ କୁମାର ପୃଷ୍ଟି/ଦିଲୀପ କୁମାର ମହାନ୍ତି):ଯାଜପୁର ଜିଲା ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ପ୍ରାର୍ଥୀ କରିଛି। ରାଜନୀତି କ୍ଷେତ୍ରରେ ସମ୍ପୂର୍ଣ୍ଣ...

୨୯ ଓଭର ହେଡ୍‌ ଟାଙ୍କି, ଲୋକଙ୍କୁ ପାଣି ମୁନ୍ଦେ ମିଳୁନି

ମାର୍ଶାଘାଇ,୨୪ା୪ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଅଞ୍ଚଳରେ ପାନୀୟ ଜଳ ସମସ୍ୟାକୁ ନେଇ ଲୋକେ ତ୍ରାହି ତ୍ରାହି ଡାକିଲେଣି। ପ୍ରଚଣ୍ଡ ରୌଦ୍ରତାପ ସାଙ୍ଗକୁ...

ଋ଼ଣ ଖିଲାପ ପରେ ଘର ଅଧିଗ୍ରହଣ କଲା ବ୍ୟାଙ୍କ

ପାରାଦୀପ,୨୪।୪(ଶରତ ରାଉତ):ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଗଡ଼ଠାରେ ମଙ୍ଗଳବାର ଏକ କୋଠାଘରକୁ ବ୍ୟାଙ୍କ କର୍ତ୍ତୃପକ୍ଷ ନିଜ ହେପାଜତକୁ ନେଇଛନ୍ତି। ଉକ୍ତ ଘର ପାଇଁ ନିଆଯାଇଥିବା ଋ଼ଣ...

ଶୁଖିଲାଣି ଜଳାଶୟ, ଉତ୍କଟ ଜଳ ସଙ୍କଟ

ଜଗତ୍‌ସିଂହପୁର, ୨୩ା୪ (ପ୍ରମୋଦ କୁମାର ନାୟକ):ପ୍ରବଳ ଗ୍ରୀଷ୍ମପ୍ରବାହ ଯୋଗୁ ଜଗତ୍‌ସିଂହପୁର ସହରରେ ଜଳସଙ୍କଟ ସୃଷ୍ଟି ହୋଇଛି। ଗଡିଆ, ପୋଖରୀଗୁଡିକ ଶୁଖିଯିବା ସହ ଭୂତଳ ଜଳସ୍ତର ହ୍ରାସ...

ବିଜେଡି, ଭାଜପାରେ ଗୋଷ୍ଠୀ କନ୍ଦଳ

ପଟ୍ଟାମୁଣ୍ଡାଇ,୨୪ା୪ (କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲା ରାଜନଗର ବିଧାନସଭା ଆସନ ସବୁବେଳେ ରାଜ୍ୟ ରାଜନୀତିରେ ସମ୍ବେଦନଶୀଳ ଓ ଗୁରୁତ୍ୱପୂର୍ଣ୍ଣ ହୋଇଆସିଛି। ସବୁଥର ଏହି ଆସନରେ ବିଜେଡି ଓ...

ବିଜେଡି ଛାଡ଼ିଲେ ବରିଷ୍ଠ ନେତା ଭକ୍ତିପ୍ରସାଦ

ଅନୁଗୋଳ,୨୪।୪ (ଅମିତ କୁମାର ସାମଲ):ଅନୁଗୋଳ ଜିଲାର ବରିଷ୍ଠ ନେତା ଭକ୍ତି ପ୍ରସାଦ ଦାସ ମଙ୍ଗଳବାର ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି। ଦଳରେ ତାଙ୍କୁ ଅଣଦେଖା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri