୩୧ ପର୍ଯ୍ୟନ୍ତ ଜରୁରୀ ମାମଲାର ଶୁଣାଣି: ଲକ୍‌ଡାଉନ୍‌ ଅଞ୍ଚଳରେ ଦିନକୁ ଘଣ୍ଟାଏ ଖୋଲିବ କୋର୍ଟ

କଟକ ଅଫିସ,୨୩ା୩- କରୋନା ଭୂତାଣୁ ସଂକ୍ରମଣ ରୋକିବା ଦିଗରେ ହାଇକୋର୍ଟ ପକ୍ଷରୁ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ହାଇକୋର୍ଟ ରେଜିଷ୍ଟ୍ରାର୍‌(ଜୁଡିସିଆଲ୍‌) ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ରାଜ୍ୟ ସରକାର ୧୪ଟି ଜିଲା ପାଇଁ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଆସନ୍ତା ୨୯ତାରିଖ ରାତି ୯ଟା ପର୍ଯ୍ୟନ୍ତ ଏହା ବଳବତ୍ତର ରହିବ। ଏହାକୁ ଦୃଷ୍ଟିରେ ରଖି ହାଇକୋର୍ଟ ପକ୍ଷରୁ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ତଦନୁଯାୟୀ ସୋମବାର ସମସ୍ତ ମାମଲାର ଶୁଣାଣିକୁ ବାତିଲ୍‌ କରିଦିଆଯାଇଛି। ଆସନ୍ତା ୩୧ତାରିଖ ପର୍ଯ୍ୟନ୍ତ କୌଣସି ମାମଲା ତାଲିକାଭୁକ୍ତ ହେବ ନାହିଁ। କେବଳ ଜରୁରୀରୁ ଅତି ଜରୁରୀ ମାମଲାକୁ ହ୍ବାଟସ୍‌ଆପ୍‌ କିମ୍ବା ଭିଡିଓ କଲ୍‌ ମାଧ୍ୟମରେ ରେଜିଷ୍ଟ୍ରାର୍‌(ଜୁଡିସିଆଲ୍‌)ଙ୍କ ସମ୍ମୁଖରେ ଉପସ୍ଥାପନ କରାଯିବ। ଏଥିସହ କୋର୍ଟ ପରିସରରେ ୨୪ଘଣ୍ଟା ଡାକ୍ତରୀ ଟିମ୍‌ ଉପସ୍ଥିତ ରହିବା ସହ ଏକ ଗାଡି ମହଜୁଦ୍‌ ରହିବ। କୋର୍ଟ କର୍ମଚାରୀମାନେ ରୋଟେସନ୍‌ ଅନୁଯାୟୀ କାର୍ଯ୍ୟରେ ଯୋଗଦେବେ। ଆସନ୍ତା ୩୧ତାରିଖ ପର୍ଯ୍ୟନ୍ତ ଏହି ନିର୍ଦ୍ଦେଶ କାର୍ଯ୍ୟକାରୀ ହେବ। ଏଥିସହ ଗତ ୧୬ତାରିଖର ନିର୍ଦ୍ଦେଶଗୁଡ଼ିକର କାର୍ଯ୍ୟକାରୀ ଜାରି ରହିବ ବୋଲି ରେଜିଷ୍ଟ୍ରାର୍‌(ଜୁଡ଼ିସିଆଲ୍‌) ପକ୍ଷରୁ କୁହାଯାଇଛି।
ସେହିପରି ନିମ୍ନକୋର୍ଟଗୁଡିକ ପାଇଁ ମଧ୍ୟ ହାଇକୋର୍ଟ ପକ୍ଷରୁ ସୋମବାର ସର୍କୁଲାର୍‌ ଜାରି କରାଯାଇଛି। ରେଜିଷ୍ଟ୍ରାର୍‌ ଜେନେରାଲ୍‌ଙ୍କ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଲକ୍‌ଡାଉନ୍‌ ଘୋଷିତ ଜିଲା ଓ ପୌରାଞ୍ଚଳର ନିମ୍ନକୋର୍ଟଗୁଡିକ ସମୟରେ ପରିବର୍ତ୍ତନ କରାଯାଇଛି। ସେଠାରେ ମଧ୍ୟାହ୍ନ ୧୨ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ କୋର୍ଟ ଖୋଲା ରହିବ। କେବଳ ଅତି ଜରୁରୀ ମାମଲାର ଶୁଣାଣି ସହ ଜାମିନ, ରିମାଣ୍ଡଗୁଡିକର ଶୁଣାଣି ହେବ। ଅନ୍ୟପକ୍ଷରେ ଲକ୍‌ଡାଉନ୍‌ ଘୋଷଣା ହୋଇ ନ ଥିବା ଜିଲା ଓ ପୌରାଞ୍ଚଳର ନିମ୍ନ ଅଦାଲତଗୁଡିକ ପୂର୍ବାହ୍ନ ୧୧ରୁ ଅପରାହ୍ନ ୧ଟା ଯାଏ ଖୋଲା ରହିବ। ଉଭୟ ଅଞ୍ଚଳରେ କମ୍‌ ସଂଖ୍ୟକ କୋର୍ଟ କର୍ମଚାରୀ କାର୍ଯ୍ୟରେ ଯୋଗଦେବେ ଏବଂ ଅପରାହ୍ନ ୧ଟା ପରେ କୋର୍ଟ ଓ କାର୍ଯ୍ୟାଳୟ ବନ୍ଦ କରାଯିବ। ଅଣ ନିୟୋଜିତ କର୍ମଚାରୀମାନେ ଆବଶ୍ୟକ ଅନୁଯାୟୀ ଡାକରା ପାଇଲେ କାର୍ଯ୍ୟରେ ଯୋଗଦେବେ। କୋର୍ଟରେ ଭିଡକୁ ଏଡାଇବା ପାଇଁ ଜରୁରୀ ମାମଲାଗୁଡିକର ଶୁଣାଣି ବେଳେ ଜଣେ ଆଇନଜୀବୀଙ୍କୁ ପକ୍ଷ ରଖିବାକୁ ଅନୁମତି ଦିଆଯିବ। କୋର୍ଟ କର୍ମଚାରୀମାନେ ଘରେ ରହି ଜରୁରିକାଳୀନ କାର୍ଯ୍ୟ କରିପାରିବେ। କୋର୍ଟର ପ୍ରିଜାଇଡିଂ ଅଫିସରମାନେ ଆବଶ୍ୟକତା ଅନୁଯାୟୀ କର୍ମଚାରୀଙ୍କୁ ନିୟୋଜିତ କରିବେ। ଏହିସବୁ ନିର୍ଦ୍ଦେଶଗୁଡିକ ପାଳନ ଦିଗରେ ଆଇନଜୀବୀ ସଂଘ ଏବଂ ଆଇନଜୀବୀମାନେ ସହଯୋଗ କରିବେ। ଆବଶ୍ୟକ ପଡିଲେ ଜିଲା ଜଜ୍‌ମାନେ ପ୍ରଶାସନିକ ଅଧିକାରୀଙ୍କ ପରାମର୍ଶ ନେଇପାରିବେ ବୋଲି ସର୍କୁଲାର୍‌ରେ ଉଲ୍ଲେଖ କରାଯାଇଛି। ଏହା ଆସନ୍ତା ୩୧ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ ବୋଲି ରେଜିଷ୍ଟ୍ରାର ଜେନେରାଲ୍‌ଙ୍କ ସୂତ୍ରରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ମଞ୍ଚେଶ୍ୱର ଥାନା ASI, ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…

ଭୁବନେଶ୍ୱର,୧୭।୬: ରାଜଧାନୀରେ ପୁଣି ଜଣେ ପୋଲିସ ବାବୁଙ୍କ ଲାଞ୍ଚ କାରବାରର ପର୍ଦ୍ଦାଫାଶ ହୋଇଛି। ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭୁବନେଶ୍ୱର ମଞ୍ଚେଶ୍ୱର ଥାନାର ଏଏସଆଇ (ASI)। ଏକ ମାମଲା…

ଝାରସୁଗୁଡ଼ା ସହ ଏହି ଜିଲାରେ ବଢ଼ିଲା ଖରାଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ ସ୍କୁଲ

ଭୁବନେଶ୍ୱର, ୧୭।୬: ଝାରସୁଗୁଡ଼ା ଜିଲାରେ ପଢୁଥିବା ସ୍କୁଲ୍ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଗୁରୁତ୍ଵପୂର୍ଣ୍ଣ ଖବର। ଜିଲାରେ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରି ରହିଥିବାରୁ ଛାତ୍ରଛାତ୍ରୀଙ୍କ ସ୍ଵାସ୍ଥ୍ୟକୁ ଦୃଷ୍ଟିରେ ରଖି…

ବୁଧଙ୍କ କୃପାରୁ ଚମକିବ ଭାଗ୍ୟ: ଏହି ୫ଟି ରାଶିର ଲୋକେ ହେବେ ମାଲାମାଲ୍‌, ଧନବର୍ଷା ସାଙ୍ଗକୁ ବଢ଼ିବ ସୁଖ-ସମୃଦ୍ଧି

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ବୁଧଙ୍କୁ ବୁଦ୍ଧି, ବାଣୀ, ବ୍ୟାପାର, ଗଣିତ, ଶିକ୍ଷା, ତର୍କ ଶକ୍ତି ଏବଂ ଯୋଗାଯୋଗର କାରକ ଗ୍ରହ ଭାବେ ବିବେଚନା କରାଯାଏ। ବର୍ତ୍ତମାନ ବୁଧ…

ବିନା ଇଣ୍ଟରନେଟ୍‌ରେ ବି କରିପାରିବେ Google Maps ବ୍ୟବହାର, ଜାଣନ୍ତୁ ଏହି ସହଜ ଉପାୟ

ନୂଆଦିଲ୍ଲୀ,୧୭।୬: ଗୁଗଲ୍ ମ୍ୟାପ୍ସ ଏବେ କେବଳ କୌଣସି ସ୍ଥାନର ରାସ୍ତା ଦେଖାଇବା ପାଇଁ ଏକ ସାଧାରଣ ଆପ୍ ହୋଇ ରହିନାହିଁ, ବରଂ ଏହା ଏକ ସମ୍ପୂର୍ଣ୍ଣ ‘ଡିଜିଟାଲ୍…

୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ: ଗଞ୍ଜାମ, ଯାଜପୁର ସମେତ ୯ଟି ଜିଲାରେ ହେବ…

ଭୁବନେଶ୍ୱର, ୧୭।୬: ରାଜ୍ୟର ୯ଟି ଜିଲାରେ ୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ। ବୁଧବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା HLCA ବୈଠକରେ ଅନୁମୋଦନ ମିଳିଛି। ୭୬ ହଜାର…

ରବି ଧାନ କିଣାରେ ଅଚଳାବସ୍ଥା, କେଉଁ ଚାଷୀଙ୍କ ଧାନ ପ୍ରଥମେ କିଣାଯିବ? ସୃଷ୍ଟି ହେଲା ସମସ୍ୟା

ତିହିଡ଼ି ୧୭।୬ (କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକରେ ରବି ଧାନ ସଂଗ୍ରହ ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଶତାଧିକ ଚାଷୀ ଗଭୀର ଚିନ୍ତାରେ ପଡ଼ିଛନ୍ତି। ଚାଷୀମାନେ…

କୁରାଢ଼ି ଆକ୍ରମଣ ମାମଲା: ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ବଞ୍ଚୋ, ୧୭।୬:(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ପଞ୍ଚୁଗୋଛିଆ ପଂଚାୟତ ସହାନନ୍ଦପୁର ଗ୍ରାମରେ ଘଟିଥିବା ଏକ କୁରାଢ଼ି ଆକ୍ରମଣ ମାମଲାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ପିସିସି ସଭାପତି: ଦେବୀ ବିଷୋୟୀଙ୍କୁ କଂଗ୍ରେସରୁ କଲେ ନିଲମ୍ବନ

ଭଞ୍ଜନଗର,୧୭।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର ପୂର୍ବତନ କଂଗ୍ରେସ ବିଧାୟକ ପ୍ରାର୍ଥୀ ତଥା ପିସିସି ସଭ୍ୟ ଦେବୀ ବିଷୋୟୀଙ୍କୁ ବୁଧବାର କଂଗ୍ରେସ ଦଳରୁ ନିଲମ୍ବିତ କରାଯାଇଛି। ଦଳୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri