୩୧ ପର୍ଯ୍ୟନ୍ତ ବନ୍ଦ ରହିଲା ଡିଏଲ୍‌, ଏଲ୍‌ଏଲ୍‌ ଟେଷ୍ଟ

ଭୁବନେଶ୍ୱର, ୧୮।୩(ବ୍ୟୁରୋ): ଆର୍‌ଟିଓ କାର୍ଯ୍ୟାଳୟରେ ବୁଧବାରଠାରୁ ଡିଏଲ୍‌ ଏବଂ ଏଲ୍‌ଏଲ୍‌ ଟେଷ୍ଟ ବନ୍ଦ ରହିବ। ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ଏହାକୁ ବନ୍ଦ ରଖିବା ପାଇଁ ରାଜ୍ୟ ପରିବହନ କର୍ତ୍ତୃପକ୍ଷଙ୍କ ପକ୍ଷରୁ ମଙ୍ଗଳବାର ଏହା ଘୋଷଣା କରାଯାଇଛି। ଏନେଇ ଏକ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କାର୍ଯ୍ୟାଳୟକୁ ସ୍ବିକୃତି ମିଳିବାପରେ ଏନେଇ ସୂଚନା ଦିଆଯାଇଛି। କେବଳ ଗାଡ଼ିର ଫିଟ୍‌ନେସ, ପରମିଟ୍‌ ଏବଂ ଟ୍ୟାକ୍ସ ଆଦାୟ ଜାରି ରହିବ ବୋଲି ସୂଚନା ମିଳିଛି। ଆର୍‌ଟିଓରେ ଜନଗହଳି ହେଉଥିବା ଦେଖି ଏଭଳି ନିଷ୍ପତ୍ତି ନିଆଯାଇଛି। ମଙ୍ଗଳବାର ପରିବହନ ବିଭାଗ ପକ୍ଷରୁ ଲାଇସେନ୍ସ ପ୍ରଦାନ କ୍ଷେତ୍ରରେ ମଧ୍ୟ ସତର୍କତା ଅବଲମ୍ବନ ପାଇଁ କୁହାଯାଇଛି। କେନ୍ଦ୍ର ସରକାର ନୂଆ ମୋଟର ଯାନ ଆଇନ ଦେଶବ୍ୟାପୀ ଲାଗୁ କରିବାପରେ ଲାଇସେନ୍ସ ନେବା ପାଇଁ ଆର୍‌ଟିଓ କାର୍ଯ୍ୟାଳୟଗୁଡ଼ିକରେ ପ୍ରବଳ ଭିଡ଼ ଦେଖିବାକୁ ମିଳୁଛି। ହେଲେ ଏବେଠାରୁ ଆର୍‌ଟିଓ କାର୍ଯ୍ୟାଳୟଗୁଡିକରେ ୫୦ରୁ ଅଧିକ ଲୋକ ଏକାଠି ନ ହେବା ପାଇଁ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ପରାମର୍ଶ ଦେବା ସହ ଭିଡ଼ ନ କରିବାକୁ କହିଛନ୍ତି। ମନ୍ତ୍ରୀ ବେହେରା ଆହୁରି କହିଛନ୍ତି ଯେ, ଗୋଟିଏ ଦିନରେ ୫୦ଜଣ ଆସନ୍ତୁ। ଯେଉଁମାନଙ୍କ ଲାଇସେନ୍ସ ପରୀକ୍ଷା ପାଇଁ ତାରିଖ ନ ରହୁଛି ସେମାନେ ନ ଆସନ୍ତୁ। ଏଥିଲାଗି ସବୁ ଆର୍‌ଟିଓକୁ ନିର୍ଦ୍ଦେଶ ଦେବା ସହ ସେମାନେ କିପରି ଏ ସମ୍ପର୍କରେ ଲୋକମାନଙ୍କୁ ଜଣାଇପାରିବେ ସେଥିପାଇଁ ବ୍ୟବସ୍ଥା କରାଯିବ। ସେହିପରି ବସ୍‌ଷ୍ଟାଣ୍ଡରେ ମଧ୍ୟ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯିବ। ବସ୍‌ କର୍ମଚାରୀଙ୍କୁ ମାସ୍କ ଓ ସାନିଟାଇଜର ଦିଆଯିବ। ବସ୍‌ ମାଲିକ ସଂଘ ଓ ପରିବହନ ବିଭାଗ ମିଳିତଭାବେ ମାସ୍କ ଯୋଗାଇବେ। ବସ୍‌ଷ୍ଟାଣ୍ଡଗୁଡିକୁ ମଧ୍ୟ ସାନିଟାଇଜ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଳାବୈଶାଖୀର ତାଣ୍ଡବ: ଦାରିଙ୍ଗବାଡିରେ ଉପୁଡିଲା ବଡ଼ ବଡ଼ ଗଛ, ଭାଙ୍ଗିଲା ଘର

ଦାରିଙ୍ଗବାଡି, ୨୨।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଏକାଧିକ ସ୍ଥାନରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ଗୋପାଳପୁରରୁ ରାଇପୁରକୁ ସଂଯୋଗ…

ଗାଈଗୋଠରେ ବଜ୍ରାଘାତ, ଆଉ ତା’ପରେ…

ଗୁଣୁପୁର,୨୨।୫(ସୁଜାତା ପାଢ଼ୀ): କାଳବୈଶାଖୀ ପ୍ରଭାବରେ ରାୟଗଡ଼ା ଜିଲା ଗୁଣପୁର ଅଞ୍ଚଳରେ ଶୁକ୍ରବାର ଝଡ଼ତୋଫାନ ସହ ପ୍ରବଳ ବର୍ଷା ହୋଇଛି। ସେତିକିବେଳେ ଗୁଣପୁର ଓଭର ବ୍ରିଜ କୃଷି ବିଭାଗ…

ବଦଳିଲା OTET ପରୀକ୍ଷା ତାରିଖ: ଜୁନ୍ ୨୧ ପରିବର୍ତ୍ତେ ଏହି ତାରିଖରେ ହେବ ପରୀକ୍ଷା, ଜାଣନ୍ତୁ କେବେ…

କଟକ,୨୨।୫:  ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET) ଦେବାକୁ ଥିବା ପରୀକ୍ଷାର୍ଥୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ଚଳିତ ବର୍ଷ ଅନୁଷ୍ଠିତ ହେବାକୁ ଥିବା OTET ପରୀକ୍ଷା…

ଜିଲା ଆଇନ ସେବା ପ୍ରାଧିକରଣ: ସୁରକ୍ଷିତ ବାଲ୍ୟକାଳ, ସୁରକ୍ଷିତ ଭବିଷ୍ୟତ କାର୍ଯ୍ୟକ୍ରମ

ଛତ୍ରପୁର,୨୨ା୫ (ଦିଲ୍ଲୀପ ସାମଲ): ଜିଲା ଆଇନସେବା ପ୍ରାଧିକରଣ ପକ୍ଷରୁ ସୁରକ୍ଷିତ ବାଲ୍ୟକାଳ, ସୁରକ୍ଷିତ ଭବିଷ୍ୟତ ଶୀର୍ଷକ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଶୁକ୍ରବାର ଛତ୍ରପୁର ସ୍ଥିତ ବିଜ୍ଞାନ…

ଆହୁରି ଗାଡ଼ି ସଂଖ୍ୟା କମାଇଲେ ମୁଖ୍ୟମନ୍ତ୍ରୀ,ଏଣିକି ୭ ବଦଳରେ…

ଭୁବନେଶ୍ୱର,୨୨।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ପୁଣି ଏକ ବଡ଼ ଏବଂ ପ୍ରଶଂସନୀୟ ପଦକ୍ଷେପ ନେଇଛନ୍ତି। ନିଜ କାର୍‌କେଡ୍‌ (କାର୍‌…

ଗଞ୍ଜେଇ ଲିଙ୍କରେ ପୂର୍ବତନ ସରପଞ୍ଚଙ୍କୁ ବାନ୍ଧିଲା ପୋଲିସ

ମୋହନା,୨୨ା୫ (ମନ୍ମଥ ମିଶ୍ର): ଗଞ୍ଜେଇ ଚୋରା ଚାଲାଣ ଓ ପ୍ରୋତ୍ସାହନ ମାମଲାରେ ଅଡ଼ବା ଥାନା ବିରିକୋଟ ପଞ୍ଚାୟତର ପୂର୍ବତନ ସରପଞ୍ଚ ମାଶା ମାଝୀଙ୍କୁ ଗିରଫ କରି କୋର୍ଟ…

ସିଏସ୍‌କେ ଅଧିନାୟକ ଋତୁରାଜଙ୍କୁ ଜରିମାନା, କାହିଁକି ଜାଣନ୍ତୁ…

ଅହମଦାବାଦ,୨୨ା୫: ଗୁଜରାଟ ଟାଇଟନ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ ଓଭର-ରେଟ୍‌ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ) ଅଧିନାୟକ ଋତୁରାଜ ଗାଏକ୍ୱାଡଙ୍କୁ ଜରିମାନା କରାଯାଇଛି। ଗୁଜରାଟ ଟାଇଟାନ୍ସ…

କେଏସୟୁବି କଲେଜରେ ନୂତନ ଅଧ୍ୟକ୍ଷ ଭାବେ ଯୋଗଦେଲେ ଡ. ଗଗନ ବିହାରୀ ପୁରୋହିତ

ଭଞ୍ଜନଗର,୨୨।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷଙ୍କ ଭାବେ ଡ. ଗଗନ ବିହାରୀ ପୁରୋହିତ ଶୁକ୍ରବାର ଅପରାହ୍ନରେ ଦାୟିତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri