୩୪ରେ ପାଦ ଥାପିଲେ ଶ୍ରୁତି ହାସନ: ଧନୁଷ ଏବଂ ମାଇକେଲଙ୍କ ସହିତ ଥିଲା ପ୍ରେମ ସମ୍ପର୍କ

ମୁମ୍ବାଇ: ବଲିଉଡ୍‌ ତଥା ଦକ୍ଷିଣ ଫିଲ୍ମ ଇଣ୍ଡଷ୍ଟ୍ରିର ସଫଳ ଅଭିନେତ୍ରୀ କମଲ ହାସନଙ୍କ ଲଳନା ଶ୍ରୁତି ହାସନ ମଙ୍ଗଳବାର ୩୪ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୮୬ ଜାନୁୟାରୀ ୨୮ରେ ଚେନ୍ନାଇଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପ୍ରକୃତ ନାମ ଶ୍ରୁତି ରାଜଲକ୍ଷ୍ମୀ ହାସନ। ଚାଚି ୪୨୦ରେ ସେ ଶିଶୁ କଳାକାର ଭାବେ ଅଭିନୟ କରିଥିଲେ। ଫିଲ୍ମ ଲକ୍‌ରେ ସେ ବଲିଉଡ୍‌ରେ ଡେବ୍ୟୁ କରିଥିଲେ। ସେ ଏଥିରେ ଇମରାନ୍‌ ଖାଁଙ୍କ ଅପୋଜିଟ୍‌ରେ ଅଭିନୟ କରି ଢ଼େର୍‌ ପ୍ରଶଂସା ସାଉଁଟି ଥିଲେ। ଏହାପରେ ତାଙ୍କର ଫିଲ୍ମ ରାମାୟ ବସ୍ତାବୟା ମଧ୍ୟ ସଫଳ ରହିଥିଲା। ଶ୍ରୁତି ଏବଂ ରଜନୀକାନ୍ତଙ୍କ ଜ୍ୱାଇଁ ଧନୁଷଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ନେଇ ଦକ୍ଷିଣ ଫିଲ୍ମ ଇଣ୍ଡଷ୍ଟ୍ରି ସହିତ ବଲିଉଡ୍‌ରେ ବେଶ୍‌ ଚର୍ଚ୍ଚା ରହିଥିଲା। ସେମାନେ ଡେଟିଂରେ ଯାଉଥିବା ନେଇ ନାନା ଖବର ମଧ୍ୟ ଶୁଣିବାକୁ ମିଳିଥିଲା। ମାଇକେଲ କୋର୍ସେଲ୍‌ଙ୍କ ସହିତ ତାଙ୍କର ପ୍ରେମ ସମ୍ପର୍କ ନେଇ ବେଶ୍‌ ଚର୍ଚ୍ଚା ହୋଇଥିଲା। ଦୀର୍ଘ ଦିନ ପ୍ରେମ ସମ୍ପର୍କ ପରେ ସେମାନେ ପରସ୍ପରଠାରୁ ଦୂରେଇ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

ରଜନୀକାନ୍ତ, ଧନୁଷ, କମଲ ହାସନ ଚେନ୍ନାଇରେ ଦେଲେ ଭୋଟ, ସର୍ବପ୍ରଥମେ ପହଞ୍ଚିଲେ ଏହି ସୁପରଷ୍ଟାର

ଚେନ୍ନାଇ,୧୯।୪: ଶୁକ୍ରବାର ସକାଳୁ ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସମସ୍ତ ରାଜନୈତିକ ଦଳ ଭାଗ୍ୟ ପରୀକ୍ଷା କରିବାକୁ ରାଜନୈତିକ ମଞ୍ଚରେ...

ଖୁବ ଶୀଘ୍ର ଆଈ ହେବାକୁ ଯାଉଛନ୍ତି ନୀନା ଗୁପ୍ତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ନୀନା ଗୁପ୍ତାଙ୍କ ଘରକୁ କୁନି ଅତିଥି ଆସିବାକୁ ଆଉ ବେଶୀ ସମୟ ବାକି ନାହିଁ। ଅଭିନେତ୍ରୀଙ୍କ ଝିଅ ମାସାବା ଖୁବଶୀଘ୍ର ମା’...

ଶଳା ସଲମାନ୍‌ ନୁହେଁ, ବରଂ ଫିଲ୍ମ କରିବା ପୂର୍ବରୁ ପୋଷାକୁକୁର ସହ କଥା ହୁଅନ୍ତି ଆୟୁଷ  

ବମ୍ବେ: ବଲିଉଡର ଦବଙ୍ଗ ଖାନ୍‌ଙ୍କ ସାନ ଉଭଣୀ ଅର୍ପିତା ଖାନ୍‌ଙ୍କ ସ୍ବାମୀ ହେଉଛନ୍ତି ଆୟୁଷ ଶର୍ମା। ଖ୍ୟାତନାମା ଫିଲ୍ମନିର୍ମାତା ସଲୀମ ଖାନ୍‌ଙ୍କ ସେ ଜ୍ୱାଇଁ ହୋଇଥିବାରୁ...

ନୂଆ ରେକର୍ଡ କଲା ଅଲୁ ଅର୍ଜୁନଙ୍କ ପୁଷ୍ପା ୨, ଏହି ପ୍ଲାଟଫର୍ମକୁ ୨୭୫ କୋଟି ଟଙ୍କାରେ ବିକ୍ରୀ କଲା ଡିଜିଟାଲ୍ ରାଇଟ୍

ମୁମ୍ବାଇ: ଅଲୁ ଅର୍ଜୁନଙ୍କ ପୁଷ୍ପା ୨ ଟିଜର ଆସିବା ପରଠାରୁ ଏହା ହେଡଲାଇନରେ ରହିଛି। ଏବେ ଖବର ଆସିଛି ଯେ, ବହୁ ପ୍ରତୀକ୍ଷିତ ସୁକୁମାରଙ୍କ ନିର୍ଦ୍ଦେଶିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri