୩୪୬ଛାତ୍ରୀଙ୍କୁ ସାନିଟାରି ନାପ୍‌କିନ

ସୋନପୁର,୨୯।୭(ନି.ପ୍ର.): ସୋନପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ବିଦ୍ୟାଳୟସ୍ତରୀୟ ସ୍ବାସ୍ଥ୍ୟ ସଚେତନତା ଓ ସାନିଟାରି ନାପ୍‌କିନ ‘ଖୁସି’ ବଣ୍ଟନ କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଶାନ୍ତନୁ କୁମ୍ଭକାରଙ୍କ ଅଧ୍ୟକ୍ଷତାରେ ଏକ ସଭା ଅନୁଷ୍ଠିତ ହୋଇଥିଲା। ସୋନପୁର ଗୋଷ୍ଠୀ ଶିକ୍ଷା ଅଧିକାରୀ ଘନଶ୍ୟାମ ମେହେର ମୁଖ୍ୟ ଅତିଥିଭାବେ ଯୋଗଦେଇ ଖୁସି ଯୋଜନା ବିଷୟରେ କହିଥିଲେ। ସହକାରୀ ଜିଲା ଜନସ୍ବାସ୍ଥ୍ୟ ଯୋଗାଯୋଗ ଅଧିକାରୀ ପ୍ରଦ୍ୟୁମ୍ନ କୁମାର ସାହୁ ବ୍ୟକ୍ତିଗତ ସ୍ବଚ୍ଛତା ସହ ଏକ ସୁସ୍ଥ ସମାଜ ଗଠନ ଦିଗରେ ଝିଅମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି ବୋଲି କହିଥିଲେ। ସୁସ୍ଥ ରହିବା ପାଇଁ ଉତ୍ତମ ଅଭ୍ୟାସ ଉପରେ ଛାତ୍ରୀଙ୍କ ସହ ସେ ଆଲୋଚନା କରିଥିଲେ। ଏହି ଅବସରରେ ସାହୁ ସୂଚନା ଦେଇଥିଲେ ଯେ, ଓଡିଶା ରାଜ୍ୟ ମେଡିକାଲ କର୍ପୋରେଶନ ତାଲିକା ଅନୁଯାୟୀ ଜିଲାର ପ୍ରାୟ ସବୁ ବିଦ୍ୟାଳୟକୁ ସାନିଟାରୀ ନାପ୍‌କିନ ପହଞ୍ଚାଇ ଦିଆଯାଇଛି। ମହିଳା ସ୍ବାସ୍ଥ୍ୟକର୍ମୀ ପ୍ରଣତୀ ସାହୁ ଛାତ୍ରୀମାନଙ୍କୁ ସାନିଟାରୀ ନାପ୍‌କିନର ବ୍ୟବହାର ପ୍ରକ୍ରିୟା ବୁଝାଇଥିଲେ। ବିଦ୍ୟାଳୟର ଶିକ୍ଷୟିତ୍ରୀ ଇନ୍ଦିରା ମିଶ୍ର ସଭା ପରିଚାଳନା କରିଥିଲା ବେଳେ ସତମାନିନୀ ପାଣିଗ୍ରାହୀ ଧନ୍ୟବାଦ ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମରେ ଉପସ୍ଥିତ ଥିବା ୩୪୬ ଛାତ୍ରୀଙ୍କୁ ନାପକିନ୍‌ ବଣ୍ଟନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟିମ ମାହୋଲରେ ଖୁସିନାହାନ୍ତି ବିରାଟ କୋହଲି: ଚାଞ୍ଚଲ୍ୟକର ବୟାନ ଦେଲେ କ୍ରିକେଟ୍‌ କିମ୍ବଦନ୍ତୀ

ନୂଆଦିଲ୍ଲୀ,୩୦।୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ରେ ବ୍ୟସ୍ତ ଅଛନ୍ତି ବିରାଟ କୋହଲି। ଏହି ସମୟରେ ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବିରାଟଙ୍କ ଟେଷ୍ଟ କ୍ରିକେଟରୁ ଅବସରକୁ…

ମହାନଦୀର ପଛୁଆ ପାଣିରେ ବୁଡ଼ିଲା ରାସ୍ତାଘାଟ, ଡଙ୍ଗା ପାଲଟିଛି ସାହାରା

ଖୋର୍ଦ୍ଧା,୩୦ା୯(ପ୍ରଭାତ ପାଣିଗ୍ରାହୀ): ମହାନଦୀର ପଛୁଆ ପାଣି ପ୍ରବେଶ ଯୋଗୁ ଖୋର୍ଦ୍ଧା ବ୍ଲକରେ ବନ୍ୟାଜଳ ପରିସ୍ଥିତି ସୃଷ୍ଟି ହୋଇଛି। ଏହି ବ୍ଲକ ଓରବରସିଂହ ପଞ୍ଚାୟତର ହିରୁମୂଳକୁ ସଂଯୋଗ କରୁଥିବା…

ଲଭ-ସେକ୍ସ-ଧୋକା: ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗ: ଅଭିଯୁକ୍ତ ଫେରାର

ଦିଗପହଣ୍ଡି, ୩୦।୯ (ଅଶେଷ ନାଥ ମିଶ୍ର): ଭଲ ପାଇବା, ବିବାହର ପ୍ରତିଶ୍ରୁତି ଏବଂ ପରେ ପ୍ରତାରଣା ଅଭିଯୋଗକୁ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଏକ ମାମଲା…

ପାଣି ପାଇଁ ତାତିଲେ ମହିଳା, ହାଣ୍ଡି-ମାଠିଆ ଧରି ରାସ୍ତାରେ ବସିଲେ

ପୁରୁଷୋତ୍ତମପୁର,୩୦ା୯(ସବିତା ପାଣି): ପାଣି ପାଇଁ ଫୁଟିଲା ଅସନ୍ତୋଷ। ହାଣ୍ଡି-ମାଠିଆ ଧରି ରାଜରାସ୍ତାକୁ ଓହ୍ଲାଇଲେ ମହିଳା। ଦୁଇ ମାସ ଧରି ପାନୀୟଜଳ ମିଳୁ ନ ଥିବା ଅଭିଯୋଗରେ ଗଞ୍ଜାମ…

ବିଦ୍ୟାଭାରତୀଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଝଟ୍‌କା: ଆବେଦନ ଖାରଜ

ଭୁବନେଶ୍ୱର,୩୦।୯: : ବହୁଚର୍ଚ୍ଚିତ ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ତାଙ୍କ ପତ୍ନୀ ବିଦ୍ୟାଭାରତୀ ମହାପାତ୍ରଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ବିଦ୍ୟାଭାରତୀଙ୍କ ପକ୍ଷରୁ ଦାଖଲ ହୋଇଥିବା…

ଲୋଇସିଂହାର ଗର୍ବ ଇଫ୍ରାତା: ‘ଇଣ୍ଡିଆ ଟ୍ୟାଲେଣ୍ଟ ଫାଇଟ’ରେ ଚମକିଲେ

ଲୋଇସିଂହା,୩୦।୯(ସୁଶାନ୍ତ ବାରିକ):ଜାତୀୟସ୍ତରୀୟ ରିଆଲିଟି ଶୋ’ ଟ୍ୟାଲେଣ୍ଟ ଫାଇଟସୁପର ମଡେଲ’ ଜୁନିୟର କାଟାଗୋରିରେ ଚାମ୍ପିୟନ ହୋଇ ଲୋଇସିଂହା ତଥା ବଲାଙ୍ଗୀର ଜିଲା ପାଇଁ ଗୌରବ ଆଣିଛନ୍ତି ଇଫ୍ରାତା। ତାଙ୍କ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ସରିଲା କ୍ଷୀତିଶଙ୍କ ରିମାଣ୍ଡ ଅବଧି, ପୋଲିସ ହାତରେ ଲାଗିଲା କିଛି ନୂଆ ତଥ୍ୟ

ବଲାଙ୍ଗୀର,୩୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ନିସ୍ତୁକ ମାଡ଼ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କ…

ଶୌଚ ହେବାକୁ ଯାଇଥିଲେ ଗୋବର୍ଦ୍ଧନ, ଅତର୍କିତ ଆକ୍ରମଣ କଲା ଭାଲୁ, ଆଉ ତା’ ପରେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପୋଇପାଣି ଗ୍ରାମ ନିକଟରେ ବୁଧବାର ଭୋର୍‌ରୁ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?