୩୫ କୁଇଣ୍ଟାଲ ଗଞ୍ଜେଇ ଜବତ, ୪ ଗିରଫ

ସୋରଡା,୧୨ା୯(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ବଡଗଡ଼ ପୋଲିସ ଗୁରୁବାର ଏକ ବଡଧରଣର ଗଞ୍ଜେଇ ଚୋରାଚାଲାଣ ଉଦ୍ୟମ ପଣ୍ଡ କରିଛି। ଯାଞ୍ଚବେଳେ ୪୦୭ ଟ୍ରକ୍‌, ପିକ୍‌ଅପ୍‌, ବୋଲେରୋ ଓ ଏକ କାରରୁ ପାଖାପାଖି ୩୫ କୁଇଣ୍ଟାଲ ଗଞ୍ଜେଇ ଜବତ କରିବା ସହ ୪ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଗଜପତି ଜିଲା ମୋହନା ଅଞ୍ଚଳର ମାନୁଆଲ ମଣ୍ଡଳ, ଜାକବ ମାଝି, ମହେଶ ଗମାଙ୍ଗ, ସିନ୍ଧୁ ଗମାଙ୍ଗ ବୋଲି ଆସିକା ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନ ସୂଚନା ଦେଇଛନ୍ତି॥
ପ୍ରକାଶ ଯେ, ଗୁରୁବାର ଭୋରରେ ବଡଗଡ ଥାନା ଅଞ୍ଚଳଦେଇ ବିପୁଳ ପରିମାଣର ଗଞ୍ଜେଇ ଚୋରା ଚାଲାଣ ହେବ ବୋଲି ପୋଲିସକୁ ବିଶେଷ ସୂତ୍ରରୁ ସୂଚନା ମିଳିଥିଲା। ସୂଚନା ଆଧାରରେ ଆକାଶନଗର ଅଞ୍ଚଳରେ ପୋଲିସ ବ୍ଲକିଂ କରି ଯାନବାହନ ଯାଞ୍ଚ ଚଳାଇଥିଲା। ଯାଞ୍ଚବେଳେ ଏକ ୪୦୭ ଟ୍ରକ୍‌ (ନଂ.ଓଆର୍‌୦୭ଟି-୦୧୨୫), ଏକ ପିକ୍‌ ଅପ୍‌ ଭ୍ୟାନ୍‌ (ନଂ.ଓଆର୍‌୦୭ଏନ୍‌-୦୮୪୯), କାର (ନଂ.ଓଡି୦୭ଓ୍ବାଇ-୪୧୦୦) ଓ ବୋଲେରୋ (ନଂ-ଓଡି୨୦-୫୮୩୪)ରୁ ବିପୁଳ ପରିମାଣର ଗଞ୍ଜେଇ ବସ୍ତା ମିଳିଥିଲା। ଜବତ ଗାଡିଗୁଡିକୁ ଥାନାକୁ ଆଣି ସେଥିରେ ଥିବା ଗଞ୍ଜେଇ ବସ୍ତାଗୁଡିକୁ ସୋରଡା ଅତିରିକ୍ତ ତହସିଲଦାର କୋରେଶୁ କୁମାର ଜାନିଙ୍କ ଉପସ୍ଥିତିରେ ଓଜନ କରାଯାଇଥିଲା। ଓଜନ ପରେ ପାଖାପାଖି ୩୫ କୁଇଣ୍ଟାଲ ଗଞ୍ଜେଇ ଥିବା ଜଣାପଡିଥିଲା। ଏହାର ଆନୁମାନିକ ମୂଲ୍ୟ ଦେଢ କୋଟି ଟଙ୍କାରୁ ଉର୍ଦ୍ଧ୍ୱ ହେବ ବୋଲି କହିଥିଲେ ଆସିକା ଏସ୍‌ଡିପିଓ ପ୍ରଧାନ। ନଂ.୧୯୬/୧୯ରେ ମାମଲା ରୁଜୁ କରି ୪ ଜଣଙ୍କୁ ପଚରାଉଚରା ଚାଲିଥିବା ବଡଗଡ ଥାନା ଅଧିକାରୀ ପ୍ରତାପ ଚନ୍ଦ୍ର ତ୍ରିପାଠୀ କହିଛନ୍ତି।
((((ଫଟୋ—-


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ ଟ୍ରାକ୍‌ରେ ପଡ଼ିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ, ହାତରେ ଲେଖା ଅଛି ଏମିତି, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର,୩ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଖୁଜେନପାଲି ରେଳ ଫାଟକ ନିକଟରେ ଜଣେ ଯୁବତୀଙ୍କ କ୍ଷତାକ୍ତ ଅବସ୍ଥାରେ ମୃତଦେହ ପଡ଼ିଥିବା ଶୁକ୍ରବାର ଦେଖାଯାଇଛି। ମୃତ ଯୁବତୀଙ୍କ ପରିଚୟ ମିଳିଥିବା ବେଳେ…

୨୦୨୭ ରୁ ଆଇପିଏଲ ମ୍ୟାଚ ସଂଖ୍ୟା ବୃଦ୍ଧି ପାଇବ? ଅଧ୍ୟକ୍ଷଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ

ନୂଆଦିଲ୍ଲୀ,୩।୪: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସଂସ୍କରଣ ବର୍ତ୍ତମାନ ଚାଲିଛି; ଛଅଟି ମ୍ୟାଚ ଖେଳାଯାଇସାରିଛି, ଏବଂ ଶୁକ୍ରବାର ଚେନ୍ନାଇ ସୁପର କିଙ୍ଗସ ଏବଂ ପଞ୍ଜାବ କିଙ୍ଗସ ମଧ୍ୟରେ…

କଲ୍ୟାଣ ମଣ୍ଡପ ନିର୍ମାଣରେ ଖର୍ଚ୍ଚ ହେବ ୬୦ ଲକ୍ଷ ଟଙ୍କା, ଆଜି ସରପଞ୍ଚଙ୍କ ସମେତ…

ଗଞ୍ଜାମ,୩ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟସ୍ଥିତ ମା’ ଶୀତଳl ଠାକୁରାଣୀ ମନ୍ଦିର ନିକଟରେ ନିର୍ମାଣ ହେବ ଅତ୍ୟାଧୁନିକ କଲ୍ୟାଣ ମଣ୍ଡପ। ଏଥିପାଇଁ ସରପଞ୍ଚ ମମତା…

ଶିକ୍ଷା କ୍ଷେତ୍ରରେ ବଡ଼ ପରିବର୍ତ୍ତନ: NCERTକୁ ଖୁବଶୀଘ୍ର ମିଳିପାରେ ‘ଡିମ୍ଡ ୟୁନିଭରସିଟି’ ମାନ୍ୟତା

ନୂଆଦିଲ୍ଲୀ,୩।୪: ଦେଶର ସ୍କୁଲ ଶିକ୍ଷା ବ୍ୟବସ୍ଥାରେ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନକୁ ଦୃଷ୍ଟିରେ ରଖି, କେନ୍ଦ୍ର ସରକାର ନିକଟ ଭବିଷ୍ୟତରେ ଜାତୀୟ ଶିକ୍ଷା ଗବେଷଣା ଏବଂ ତାଲିମ ପରିଷଦ…

ହର୍ମୁଜ ପାର୍‌ ହେବା ପରେ ସମୁଦ୍ର ମଝିରେ ହେଲା ଖେଳ! ଭାରତ ଅଭିମୁଖେ ଯାଉଥିବା ଇରାନୀ ଜାହାଜ ହଠାତ୍‌ ନେଲା ୟୁ-ଟର୍ନ, ଗତି ବଦଳାଇ…

ନୂଆଦିଳ୍ଲୀ,୩।୪: ହର୍ମୁଜ ପ୍ରଣାଳୀ ପାର୍‌ ହେବା ପରେ ସମୁଦ୍ରରେ ଏକ ଅଜବ ଘଟଣା ଘଟିଛି। ସାତ ବର୍ଷ ପରେ ଇରାନରୁ ଭାରତକୁ ତେଲ ନେଇ ଯାଉଥିବା ଏକ…

ଏହି ଯୋଜନାରେ ୨ କୋଟି ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ କରୁଛନ୍ତି ସରକାର, ଏହି ଉପାୟରେ ଲାଭ ଉଠାଇପାରିବେ କୃଷକ

ନୂଆଦିଳ୍ଲୀ,୩।୪: ଦେଶର ଅଧାରୁ ଅଧିକ ଜନସଂଖ୍ୟା ଏବେ ବି ଚାଷ ଏବଂ କୃଷି ମାଧ୍ୟମରେ ଜୀବିକା ନିର୍ବାହ କରନ୍ତି, ଏବଂ ଏହି କାରଣରୁ ଭାରତର ପ୍ରଗତି ପାଇଁ…

ଆମ ବସ୍‌ ଧକ୍କାରେ ଅତିରିକ୍ତ ଡିସିପି ଆହତ

ଭୁବନେଶ୍ୱର,୩ା୪: ରାଜଧାନୀରେ ପୁଣି ଥରେ ଦୁର୍ଘଟଣା ଘଟାଇଛି ଆମ ବସ୍‌। ଏହି ବସ୍‌ ଧକ୍କାରେ ଅତିରିକ୍ତ ଡିସିପି କୃଷ୍ଣଚନ୍ଦ୍ର ସେଠୀ ଆହତ ହୋଇଛନ୍ତି। ସାଇକେଲ୍‌ରେ ଯିବା ସମୟରେ…

ଅବକାରୀ ବିଭାଗରେ ମହାଘୋଟାଲା: ଏତିକି କୋଟି ଟଙ୍କା ଚଳୁ କରି ୨ ଗିରଫ

ସମ୍ବଲପୁର,୩ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଅବକାରୀ ବିଭାଗରେ ଏକ ବଡ଼ ଧରଣର ଆର୍ଥିକ ଅନିୟମିତତା ଘଟଣା ସାମ୍ନାକୁ ଆସିଛି। ଜାଲିଆତି କରି ବିଭାଗରୁ ପ୍ରାୟ ୩.୬୭ କୋଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri