୩୬୦ ଲିଟର ମଦ ଜବତ, ୪ ଗିରଫ

ଢେଙ୍କାନାଳ ଅଫିସ, ୨୩।୪: ଢେଙ୍କାନାଳ ଜିଲା ଅବକାରୀ ମୋବାଇଲ ସ୍କ୍ବାଡ୍‌ ପକ୍ଷରୁ ବୁଧବାର ଭୋର ସମୟରେ ସଦର ଥାନା ବେଲଟିକିରି, କାଙ୍କଡ଼ପାଳ ଏବଂ ସିମିଳିଆ ଅଞ୍ଚଳରେ ଚଢ଼ାଉ କରାଯାଇ ୩୬୦ ଲିଟର ଦେଶୀ ମଦ ଜବତ କରାଯାଇଛି। ଏହି ଘଟଣାରେ ୪ଜଣଙ୍କୁ ଗିରଫ କରାଯାଇଛି। ଲକ୍‌ଡାଉନ ସୁଯୋଗରେ ଜିଲାରେ ବ୍ୟାପକ ଚୋରା ମଦ କାରବାର ଚାଲିଥିବା ସୂଚନା ପାଇ ଇନ୍ସପେକ୍ଟର ସୁଶ୍ରୀ ସଙ୍ଗୀତା ମହାନ୍ତି, ସମୀର କୁମାର ମହାନ୍ତି, ଏସ୍‌ଆଇ ଭକ୍ତବତ୍ସଳ ବର୍ମା, କର୍ମଚାରୀ ସନ୍ତୋଷ ସ୍ବାଇଁ ପ୍ରମୁଖ ଚଢ଼ାଉ କରିଥିଲେ। ବେଲଟିକିରି କଲେଜ ସମ୍ମୁଖ ରାସ୍ତାରେ ଦ୍ରୁତ ଗତିରେ ଯାଉଥିବା କାର୍‌ (ନଂ. ଓଡି୦୬ଏଫ୍‌- ୬୩୧୫)ରେ ଚାଲାଣ ହେଉଥିବା ୩୦୦ ଲିଟର ଦେଶୀ ମଦ ଜବତ କରାଯାଇଛି। ଏହି ଘଟଣାରେ ଗୋରଡାପାଳ ଗ୍ରାମର ପ୍ରକାଶ ଦେହୁରୀ, ଟୁକୁନା ବେହେରାଙ୍କୁ ଗିରଫ କରାଯାଇଛି। ସେମାନଙ୍କ ନିକଟରୁ ନଗଦ ୫୦ହଜାର ଟଙ୍କା ଜବତ କରାଯାଇଛି। କାର ଚାଳକ ଜିତେନ୍ଦ୍ର ମଲ୍ଲିକ ଖସି ପଳାଇଛନ୍ତି। ସେହିପରି କାଙ୍କଡପାଳ ଛକରୁ ବିଭୁନା ଦେହୁରୀଙ୍କଠାରୁ ୨୦ଲିଟର ମଦ ଜବତ ହୋଇଛି। ସିମିଳିଆ ଅଞ୍ଚଳରୁ ସ୍କୁଟି (ନଂ. ଓଆର ୦୨ ଏପି ୮୫୦୬) ସହ ୪୦ ଲିଟର ମଦ ଜବତ କରାଯାଇଛି। ଏଥିରେ ସମ୍ପୃକ୍ତ ନକୁଳ ଦେହୁରୀ(୩୮)ଙ୍କୁ ଗିରଫ କରାଯାଇଛି। ଦେଶୀ ମଦ କଟକ ଜିଲା ଆଠଗଡ଼ ଥାନା ଏବଂ ଢେଙ୍କାନାଳ ଜିଲା ସୀମାନ୍ତ କୋରଙ୍ଗା ଅଞ୍ଚଳରୁ ଅଣାଯାଇଥିବା ଅବକାରୀ ବିଭାଗ ପକ୍ଷରୁ ସନ୍ଦେହ କରାଯାଉଥିବା ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

ପ୍ରେମ ପାଇଁ ନିଆରା ପ୍ରୟାସ, ପ୍ରେମିକା ପାଇଁ ୪ କି.ମି ରାସ୍ତାରେ ଗଡ଼ିଗଡ଼ି ମନ୍ଦିର ଗଲେ ପ୍ରେମିକ

ମୁନିଗୁଡା,୧୬।୨(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଅମ୍ବାଦଳାର ଅମ୍ଳାଭଟା ଅଞ୍ଚଳରେ ଜାଗର ଦିନ ଏକ ଅନନ୍ୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ…

ମାଳମାଳ ଅଭିଯୋଗ, ଫଳ ଶୂନ, ଏହି ବ୍ୟବସ୍ଥାକୁ ନେଇ…

ଦାରିଙ୍ଗବାଡ଼ି,୧୬ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଏହି ସମୟରେ ପ୍ରତ୍ୟେକ ଅଭିଯୋଗ ଶୁଣାଣିରେ…

ହୋଟେଲ ମାଲିକଙ୍କୁ ହତ୍ୟା: ଦୋକାନ ଆଗରେ…

ସିମୁଳିଆ, ୧୬।୨(ସନ୍ତୋଷ ନାୟକ): ବାଲେଶ୍ବର ଜିଲା ସିମୁଳିଆ ଥାନା ଠାରୁ ୩କି.ମି. ଦୂର ୧୬ନଂ ଜାତୀୟ ରାଜପଥ ପାଶର୍‌ବରେ ଥିବା ଜୟ ମା ’ଦୁର୍ଗା ନାମକ ହୋଟେଲର…

ବ୍ରିଜ୍‌ ଭାଙ୍ଗି ନଦୀକୁ ଖସିଲା ଅଦା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଡ୍ରାଇଭର-ହେଲ୍‌ପର

ବସ୍ତା,୧୬ା୨(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଥାନୀ ବାଇପାସ ପେଗରପଡ଼ା ଜଳକା ନଦୀର ବ୍ରିଜରୁ ଘନ କୁହୁଡି ଯୋଗୁ ସୋମବାର ଭୋର୍‌ ସମୟରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri