Posted inଜାତୀୟ

୩୬ ଘଣ୍ଟା ପରେ ମିଳିଲା ସିଦ୍ଧାର୍ଥଙ୍କ ମୃତଦେହ

ବେଙ୍ଗାଲୁରୁ,୩୧।୭: କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏସ୍‌.ଏମ୍‌. କୃଷ୍ଣାଙ୍କ ଜ୍ୱାଇଁ କେଫ୍‌ କଫି ଡେ’ର ମାଲିକ ଭିି.ଜି. ସିଦ୍ଧାର୍ଥଙ୍କ ମୃତଦେହ ୩୬ ଘଣ୍ଟା ପରେ ଉଦ୍ଧାର କରାଯାଇଛି। ନେତ୍ରବତୀ ନଦୀରୁ ତାଙ୍କ ମୃତଦେହକୁ ଉଦ୍ଧାର କରାଯାଇଛି। ସୋମବାରଠାରୁ ୨ ଶହ ପୋଲିସ ଏବଂ ଉଦ୍ଧାରକାରୀ ଦଳ ୨୫ଟି ଡଙ୍ଗାରେ ଖୋଜାଖୋଜି ଜାରି ରଖିଥିଲେ। ସିଦ୍ଧାର୍ଥଙ୍କ ଉପରେ ୭ ହଜାର କୋଟି ଟଙ୍କାର ଋଣ ବୋଝ ଥିବା କୁହାଯାଉଛି। ସେ ସୋମବାର ମାଙ୍ଗାଲୋର୍‌ ଯିବା ବାଟରେ ନେତ୍ରବତୀ ନଦୀ ଉପରେ ଥିବା ଜେପିନା ମୋଙ୍ଗାରୁ ଜାତୀୟ ରାଜପଥ ଉପରେ କାର୍‌ରୁ ଓହ୍ଲାଇଥିଲେ। ସେ ମୋବାଇଲ୍‌ରେ କଥା ହୋଇ ପୋଲ ଉପରେ ଚାଲବୁଲ୍‌ କରୁଥିଲେ। ତେବେ ଅଧଘଣ୍ଟାରୁ ଅଧିକ ସମୟ ବିତିଗଲେ ମଧ୍ୟ ସିଦ୍ଧାର୍ଥ ନ ଫେରିବାରୁ ଡ୍ରାଇଭରଙ୍କର ସନ୍ଦେହ ହୋଇଥିଲା। ସେ ସିଦ୍ଧାର୍ଥଙ୍କ ମୋବାଇଲ୍‌କୁ ଫୋନ୍‌ କରିଥିଲେ। ମୋବାଇଲ୍‌ ସୁଇଚ୍‌ ଅଫ୍‌ ଥିବା ଜଣାପଡ଼ିଥିଲା। ଖୋଜାଖୋଜି କରିବା ସହ ସିଦ୍ଧାର୍ଥଙ୍କ ପରିବାର ସଦସ୍ୟଙ୍କୁ ଏ ସମ୍ପର୍କରେ ଅବଗତ କରାଇଥିଲେ। ଏନେଇ ଦକ୍ଷିଣ କନ୍ନଡ଼ ପୋଲିସ ପକ୍ଷରୁ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯେବେ ମମତା ରାଗିଯାଇ ବାଜପେୟୀଙ୍କ ଟେବୁଲ ଉପରେ ରଖିଥିଲେ ମଣିଷ ଖପୁରୀ, କାରଣ ଜାଣିଲେ ତାଜୁବ ହେବେ

ନୂଆଦିଲ୍ଲୀ,୨୫।୪: ରାଜନୀତିର ଚର୍ଚ୍ଚିତ ଚେହେରା ମମତା ବାନାର୍ଜୀ। ଯିଏ ଭାରତୀୟ ରାଜନୀତିର ନିଜ ରାଗ ଓ ଜିଦ ପାଇଁ ମଧ୍ୟ ଜଣାଶୁଣା। ଯଦି ଦିଦି କିଛି...

ଭାଜପାରେ ଯୋଗ ଦେବେ ଲୋକପ୍ରିୟ ୟୁଟ୍ୟୁବର ମନୀଷ କଶ୍ୟପ

ନୂଆଦିଲ୍ଲୀ,୨୫।୪: ପଦ୍ମ ଧରିବେ ଲୋକପ୍ରିୟ ୟୁଟ୍ୟୁବର ମନୀଷ କଶ୍ୟପ । ବିହାରର ଏହି ଚର୍ଚ୍ଚିତ ୟୁଟ୍ୟୁବର ଗୁରୁବାର ଭାରତୀୟ ଜନତା ପାର୍ଟିରେ ସାମିଲ ହେବେ ।...

ନିର୍ବାଚନ ଡ୍ୟୁଟି ଲାଗିବା ମାତ୍ରେ କର୍ମଚାରୀ ଅସୁସ୍ଥ ହେବା ସଂଖ୍ୟା ବୃଦ୍ଧି, ମିଛ ହେଲେ କାର୍ଯ୍ୟାନୁଷ୍ଠାନ

ଭୋଜପୁର,୨୫।୪: ବିହାରର ଭୋଜପୁରରେ ଲୋକ ସଭା ଓ ବିଧାନସଭା ଉପ ନିର୍ବାଚନ ପାଇଁ ଡ୍ୟୁଟି ଲାଗିବା ମାତ୍ରେ ସରକାରୀ କର୍ମଚାରୀ ବହୁ ସଂଖ୍ୟାରେ ଅସୁସ୍ଥ ହୋଇପଡିଛନ୍ତି।...

ଆସିଲା JEE Mains ରେଜଲ୍ଟ: କେମିତି ଜାଣିବେ ମେରିଟ ଲିଷ୍ଟ ତାଲିକା

ନୂଆଦିଲ୍ଲୀ,୨୫।୪: ନ୍ୟାଶନାଲ ଟେଷ୍ଟ ଏଜେନ୍ସି (ଏନ୍‌ଟିଏ) ପକ୍ଷରୁ ମିଳିତ ପ୍ରବେଶିକା ପରୀକ୍ଷା (JEE Mains) ସେସନ-୨ ରେଜଲ୍ଟ ପ୍ରକାଶ ପାଇଛି। ଚଳିତ ବର୍ଷ ଜାନୁଆରୀ ଏବଂ...

ନିର୍ବାଚନ ପୂର୍ବରୁ ଜେଡିୟୁ ନେତାଙ୍କୁ ହତ୍ୟା

ପାଟନା,୨୫।୪: ବିହାରରେ ଶାସକ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଦଳର ଜଣେ ନେତାଙ୍କୁ ଗୁଳି କରି ହତ୍ୟା କରାଯାଇଛି। ରାଜଧାନୀ ପାଟନା ଅଞ୍ଚଳରେ ଏହି ହତ୍ୟାକାଣ୍ଡ ପରେ...

ଓବିସି ବର୍ଗର ସବୁଠୁ ବଡ଼ ଶତ୍ରୁ ହେଉଛି କଂଗ୍ରେସ: ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୪ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର କଂଗ୍ରେସ ନେତୃତ୍ୱାଧୀନ କର୍ଣ୍ଣାଟକ ସରକାରଙ୍କ ମୁସଲିମ ସମ୍ପ୍ରଦାୟକୁ ରାଜ୍ୟ ଓବିସି ତାଲିକାରେ ଅନ୍ତର୍ଭୁକ୍ତ କରିବା ନିଷ୍ପତ୍ତିକୁ ସମାଲୋଚନା କରି...

ଏହି ଆସନରେ ନିଜର ପ୍ରାର୍ଥୀଙ୍କୁ ଭୋଟ୍‌ ନଦେବାକୁ ନିବେଦନ କରୁଛି କଂଗ୍ରେସ

ନୂଆଦିଲ୍ଲୀ,୨୪ା୪: ଦେଶରେ ଜାରି ରହିଥିବା ସାଧାରଣ ନିର୍ବାଚନକୁ ନେଇ ନାନା ରୋଚକ ଖବରମାନ ଦେଖିବାକୁ ମିଳୁଛି। ଏହାରି ମଧ୍ୟରେ ରାଜସ୍ଥାନରେ କଂଗ୍ରେସ ଏହାର ଏକ ପ୍ରାର୍ଥିଙ୍କୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri