Posted inଜାତୀୟ

୩୭୦ ଉଚ୍ଛେଦକୁ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୧୮ା୮: ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନ କରୁଥିବା ସମ୍ବିଧାନର ଅନୁଚ୍ଛେଦ ୩୭୦କୁ ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶନାମା ବଳରେ ଉଚ୍ଛେଦ କରାଯାଇଥିବାରୁ ଏହାକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରାଯାଇଛି। କେତେଜଣ ଅବସରପ୍ରାପ୍ତ ସାମରିକ ଓ ପ୍ରଶାସନିକ ଅଧିକାରୀ ରାଷ୍ଟ୍ରପତୀୟ ନିର୍ଦ୍ଦେଶନାମା ବିରୋଧରେ ସର୍ବୋଚ୍ଚ ଅଦାଲତରେ ପିଟିଶନ୍‌ ଦାଏର କରିଛନ୍ତି। ଗତ ୫ ତାରିଖରେ କେନ୍ଦ୍ର ସରକାର ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ କରିଥିଲେ। ଏହାର ଦିନକ ପୂର୍ବରୁ ସେଠାରେ ଟେଲିଫୋନ୍‌, ଇଣ୍ଟରନେଟ ଓ ଟେଲିଭିଜନ ସେବା ବନ୍ଦ କରିଦିଆଯାଇଥିଲା।
ଅନୁଚ୍ଛେଦ ୩୭୦ ଉଚ୍ଛେଦ ବିରୋଧରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିବା ପୂର୍ବତନ ଅଧିକାରୀଙ୍କ ମଧ୍ୟରେ ଅଛନ୍ତି ୨୦୧୦-୧୧ରେ ଜମ୍ମୁ-କଶ୍ମୀର ପାଇଁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଗଠିତ ମଧ୍ୟସ୍ଥ କମିଟିର ପୂର୍ବତନ ସଦସ୍ୟ ରାଧା କୁମାର,ଜମ୍ମୁ-କଶ୍ମୀର କ୍ୟାଡରର ପୂର୍ବତନ ଆଇଏଏସ୍‌ ଅଫିସର ହିନ୍ଦଲ ହାଇଦର ତୟାବ୍‌ଜି, ଅବସରପ୍ରାପ୍ତ ଏୟାର ଭାଇସ୍‌ ମାର୍ଶାଲ କପିଲ କାକ୍‌। କପିଲ ପ୍ରତିରକ୍ଷା ଅଧ୍ୟୟନ ଓ ଅନୁଶୀଳନ ସଂସ୍ଥାର ଉପନିର୍ଦ୍ଦେଶକ ମଧ୍ୟ ଥିଲେ। ଏହାବ୍ୟତୀତ ଅବସରପ୍ରାପ୍ତ ମେଜର ଜେନେରାଲ ଅଶୋକ କୁମାର ମେହେଟା, ପଞ୍ଜାବ କ୍ୟାଡର ଆଇଏଏସ ଅମିତାଭ ପାଣ୍ଡେ, କେରଳ କ୍ୟାଡର ଆଇଏଏସ ଅଫିସର ତଥା ଅବସରପ୍ରାପ୍ତ ସ୍ବରାଷ୍ଟ୍ର ସଚିବ ଗୋପାଳ ପିଲାଇ ମଧ୍ୟ ପିଟିଶନର ଗୋଷ୍ଠୀରେ ସାମିଲ ଅଛନ୍ତି। ରାଷ୍ଟ୍ରପତୀୟ ନର୍ଦ୍ଦେଶନାମାକୁ ରଦ୍ଦ କରିବା ସହ ଜମ୍ମୁ-କଶ୍ମୀର ପୁନର୍ଗଠନ ଆଇନ, ୨୦୧୯ ବାତିଲ ପାଇଁ ପିଟିଶନ୍‌ରେ ଅନୁରୋଧ କରାଯାଇଛି। ଅନୁଚ୍ଛେଦ ୩୭୦ ଉଚ୍ଛେଦ ବିରୋଧରେ ଏହା ହେଉଛି ସପ୍ତମ ପିଟିଶନ୍‌। ପୂର୍ବରୁ ସୁପ୍ରିମକୋର୍ଟରେ ୬ଟି ପିଟିଶନ ଦାଏର ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୁଖତାରଙ୍କ ୧୨ଶହ କୋଟି ଟଙ୍କାର ସମ୍ପତ୍ତି

ଲକ୍ଷ୍ନୌ,୨୮।୩: ମୁଖତାର ଅନସାରୀଙ୍କ ନାମ କିଏ ବା ନ ଶୁଣିଛି। ଯଦି ଆମେ ପୂର୍ବାଞ୍ଚଳ ବିଷୟରେ କଥା ହେବା, ସେଠାରେ ଥିବା ସମସ୍ତେ ନିଶ୍ଚୟ ତାଙ୍କ...

ମାଫିଆ ମୁଖତାର ଅନସାରୀଙ୍କ ମୃତ୍ୟୁ, ହସ୍ପିଟାଲରେ ପୋଲିସ ଛାଉଣି, ୧୪୪ ଧାରା ଜାରି

ବାନ୍ଦା,୨୮।୩: ଉତ୍ତର ପ୍ରଦେଶର ବାନ୍ଦା ହସ୍ପିଟାଲରେ ଶୁକ୍ରବାର ରାତିରେ ମାଫିଆରୁ ରାଜନେତା ହୋଇଥିବା ମୁଖତାର ଅନସାରୀଙ୍କ ମୃତ୍ୟୁ ହୋଇଛି। ବାନ୍ଦା ଜେଲରେ ହାର୍ଟ ଆଟାକ ପରେ...

ଇଡି ଜବତ କରୁଥିବା ସମ୍ପତ୍ତି ହୁଏ କ’ଣ, ଯାହାକୁ ଗରିବଙ୍କ ମଧ୍ୟରେ ବାଣ୍ଟି ଦେଉଥିବା କହୁଛନ୍ତି ମୋଦି?

ନୂଆଦିଲ୍ଲୀ,୨୮।୩: ନିର୍ବାଚନ ଋତୁରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଥରେ ଏକ ବଡ଼ ଦାବି କରିଛନ୍ତି। ପଶ୍ଚିମବଙ୍ଗର କୃଷ୍ଣନଗର ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ...

ଜେଲରୁ ପ୍ରଚାର କରିବେ ଆଜମ ଖାଁ? ଷ୍ଟାର ପ୍ରଚାରକ ଲିଷ୍ଟରେ ରହିଛି ନାମ

ଲକ୍ଷ୍ନୌ,୨୮।୩: ଲୋକସଭା ନିର୍ବାଚନ ୨୦୨୪ ପାଇଁ ବିଗୁଲ ବାଜି ସାରିଛି ଏବଂ ଉତ୍ତରପ୍ରଦେଶର ୮୦ଟି ଆସନରେ ୭ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ। ୟୁପିରେ ପ୍ରଥମ...

ମୁଖତାର ଅନସାରୀ ଗୁରୁତର, ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ,୨୮।୩: ବାହୁବଳୀ ନେତା ମୁଖତାର ଅନସାରୀ ଗୁରୁତର ହୋଇପଡିଛନ୍ତି। ବାନ୍ଦା ଜେଲରେ ଥିବା ବେଳେ ତାଙ୍କର ସ୍ବାସ୍ଥ୍ୟ ବିଗିଡି ଯାଇଛି। ଏହା ପରେ ତାଙ୍କୁ ବାନ୍ଦା...

କେଜ୍‌ରିଓ୍ବାଲଙ୍କ ଗିରଫଦାରୀକୁ ନେଇ ଆମେରିକା ଦେଇଥିବା ମନ୍ତବ୍ୟ ଉପରେ କଡ଼ା ଜବାବ ଦେଲା ଭାରତ

ନୂଆଦିଲ୍ଲୀ,୨୮।୩ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଗିରଫଦାରୀ ଏବଂ କଂଗ୍ରେସର ବ୍ୟାଙ୍କ ଆକାଉଣ୍ଟକୁ ଅଚଳ କରାଯିବା ଘଟଣା ଉପରେ ଆମେରିକାର ମନ୍ତବ୍ୟ ଅବାଞ୍ଛିତ ବୋଲି...

ଭାଜପା ସହ ହେଲା ନାହିଁ ମେଣ୍ଟ ତ ନବୀନ ଖେଳିଲେ ନୂଆ ଗେମ! ପୁରୁଷଙ୍କ ଟିକେଟ କାଟି ପତ୍ନୀମାନଙ୍କୁ କଲେ ପ୍ରାର୍ଥୀ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮।୩: ଓଡ଼ିଶାରେ ଶାସକ ବିଜୁ ଜନତା ଦଳ (ବିଜେଡି) ଆଗାମୀ ବିଧାନସଭା ନିର୍ବାଚନ ପାଇଁ ୪ ମହିଳାଙ୍କୁ ସେମାନଙ୍କ ସ୍ବାମୀଙ୍କ ସ୍ଥାନରେ ପ୍ରାର୍ଥୀ କରିଛି। ଏହି...

୧୪ ବର୍ଷର ବନବାସ ଶେଷ କରି କାହିଁକି ରାଜନୀତିକୁ ଫେରିଲେ ଛୋଟେ ମିଆଁ

ମୁମ୍ବାଇ,୨୮।୩: ବଲିଉଡ଼ ଅଭିନେତା ତଥା ପୂର୍ବତନ ଏମପି ଗୋବିନ୍ଦା ଗୁରୁବାର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ଶିବସେନାରେ ଯୋଗ ଦେଇଛନ୍ତି। ମୁମ୍ବାଇ ଉତ୍ତର ପଶ୍ଚିମରେ ଶିବସେନାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri