Posted inଜାତୀୟ

‘୩୭୦ ଉଚ୍ଛେଦ ଜାତୀୟ ପ୍ରସଙ୍ଗ’

ଚେନ୍ନାଇ,୧୨ା୮(ଆଇଏଏନ୍‌ଏସ୍‌) : ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ଏକ ରାଜନୈତିକ ପ୍ରସଙ୍ଗ ନୁହେଁ ବରଂ ଜାତୀୟ ପ୍ରସଙ୍ଗ ବୋଲି ଉପରାଷ୍ଟ୍ରପତି ଏମ୍‌. ଭେଙ୍କାୟା ନାଇଡୁ କହିଛନ୍ତି। ଏହା ରାଷ୍ଟ୍ରର ଭବିଷ୍ୟତ ସ୍ବାର୍ଥ ପାଇଁ ଉଦ୍ଦିଷ୍ଟ। ଏହା ସମୟର ଆବଶ୍ୟକତା ଏବଂ ଏକ ଭଲ କଥା। ବିଲ୍‌ ଗୃହୀତ ହୋଇସାରିଥିବାରୁ ସେ ଏହା ଉପରେ କହିବାର ସ୍ବାଧୀନତା ପାଇଥିବା ଭେଙ୍କାୟା କହିଛନ୍ତି। ଉପରାଷ୍ଟ୍ରପତି ଭାବେ ତାଙ୍କର ଦୁଇବର୍ଷର କାର୍ଯ୍ୟକାଳ ଉପରେ ଲିଖିତ ଏକ ପୁସ୍ତକ ଉନ୍ମୋଚନ ଅବସରରେ ଭେଙ୍କାୟା ଉପରୋକ୍ତ ମନ୍ତବ୍ୟ ଦେଇଛନ୍ତି। ଉକ୍ତ ପୁସ୍ତକକୁ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହ ରବିବାର ଉନ୍ମୋଚନ କରିଛନ୍ତି। ‘ଲିସନିଂ, ଲର୍ନିଂ ଆଣ୍ଡ୍‌ ଲିଡିଂ’ ନାମରେ ଏହି ପୁସ୍ତକରେ ୧୯ଟି ଦେଶକୁ ଭେଙ୍କାୟାଙ୍କ ଗସ୍ତ, ବିଭିନ୍ନ ସାଧାରଣ ଓ କୂଟନୈତିକ କାର୍ଯ୍ୟକ୍ରମ ସମେତ ରାଜ୍ୟ ସଭା ଅଧ୍ୟକ୍ଷ ଭାବେ ତାଙ୍କର ସଫଳତା ଓ ପଦକ୍ଷେପ ସମ୍ପର୍କରେ ଉଲ୍ଲେଖ ରହିଛି।
ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନ କରୁଥିବା ଅନୁଚ୍ଛେଦ ୩୭୦ ଉଚ୍ଛେଦ ହୋଇଥିବାରୁ ଏହା ଆତଙ୍କବାଦର ପରିସମାପ୍ତି ଘଟାଇବା ସହ ଉକ୍ତ ଅଞ୍ଚଳରେ ବିକାଶର ଦ୍ୱାର ଉନ୍ମୁକ୍ତ କରିବ ବୋଲି ଏହି ଅବସରରେ ଶାହ କହିଥିଲେ। ସେ ଗୁଜରାଟ ବିଧାୟକ ଥିବାବେଳେ କଶ୍ମୀରରୁ ସ୍ବତନ୍ତ୍ର ମାନ୍ୟତା ଉଚ୍ଛେଦ ହେବା ସପକ୍ଷରେ ଥିଲେ। ତେଣୁ ସ୍ବରାଷ୍ଟ୍ରମନ୍ତ୍ରୀ ହେବା ପରେ ଅନୁଚ୍ଛେଦ ୩୭୦ ଉଚ୍ଛେଦ ଓ ଏହାର ପ୍ରଭାବକୁ ନେଇ ସେ ଆଦୌ ସନ୍ଦିହାନ ନ ଥିଲେ ବୋଲି କହିଛନ୍ତି। ଅନୁଚ୍ଛେଦ ୩୭୦ ନା କଶ୍ମୀର ପାଇଁ ଲାଭଦାୟକ ଥିଲା ନା ଦେଶ ପାଇଁ। ଏହା କଶ୍ମୀର ବିକାଶ ପଥରେ ପ୍ରତିବନ୍ଧକ ଥିଲା ବୋଲି ସ୍ବରାଷ୍ଟ୍ରମନ୍ତ୍ରୀ କହିଛନ୍ତି।
ଅନୁଚ୍ଛେଦ ୩୭୦ ଉଚ୍ଛେଦ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହଙ୍କର ଏକ ଦୁଃସାହସିକ ପଦକ୍ଷେପ ବୋଲି ତାମିଲନାଡୁ ଉପମୁଖ୍ୟମନ୍ତ୍ରୀ ଓ. ପନିରସେଲ୍‌ଭମ କହିଛନ୍ତି। ଏହା ଦୀର୍ଘଦିନର ପ୍ରତୀକ୍ଷା ଏବଂ ପୂର୍ବତନ ମୁଖ୍ୟମନ୍ତ୍ରୀ ଜୟଲଲିଥାଙ୍କର ମୁଖ୍ୟ ଦାବି ଥିଲା ବୋଲି ପନିରସେଲ୍‌ଭମ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା ଯୋଗୁ ମ୍ୟାଚ ଧୋଇଗଲେ ଏହି ନିମୟମରେ ହେବ ସେମିଫାଇନାଲର ନିଷ୍ପତ୍ତି, ବୁଝନ୍ତୁ ଏହି ଗଣିତ

ନୂଆଦିଲ୍ଲୀ,୨୨।୨: ୨୦୨୬ ଟି୨୦ ବିଶ୍ୱକପ ସୁପର ୮ ପର୍ଯ୍ୟାୟରେ ବର୍ଷା ବିପର୍ଯ୍ୟୟ ସୃଷ୍ଟି କରୁଛି। ଗତ ଶନିବାର (୨୧ ଫେବୃଆରୀ) ପାକିସ୍ତାନ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଅନୁଷ୍ଠିତ…

‘କଂଗ୍ରେସ ପ୍ରଥମରୁ ଉଲଗ୍ନ,’ କାହିଁକି କଂଗ୍ରେସ ନେତାଙ୍କୁ ଏମିତି ସମାଲୋଚନା କଲେ ମୋଦି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୨।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ରାଜଧାନୀ ଦିଲ୍ଲୀରେ ଅନୁଷ୍ଠିତ ଇଣ୍ଡିଆ AI ଇମ୍ପାକ୍ଟ ସମ୍ମିଳନୀରେ ଭାରତୀୟ ଯୁବ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନକୁ ନେଇ କଂଗ୍ରେସ ଦଳ…

ବେଆଇନ ଭାବରେ ଅନ୍‌ଲୋଡିଂ ହେଉଥିଲା ଶହଶହ ଜିଞ୍ଜର ବୋତଲ, ମାଡ଼ିବସିଲା ଅବକାରୀ ବିଭାଗ

ବାଲେଶ୍ୱର,୨୨ା୨(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଭ୍ରାମ୍ୟମାଣ ଅବକାରୀ ୟୁନିଟ୍‌ ପକ୍ଷରୁ ରବିବାର ଚଢ଼ାଉ କରାଯାଇଛି। ସୋର ଥାନା ଅନ୍ତର୍ଗତ ଦୟାନିଧିପୁର ନିକଟ ଖେଳପଡ଼ିଆରେ ବେଆଇନ ଭାବେ ଏକ…

ଦନ୍ତା ଦଳିଦେବା ପରେ ପରିବାର ଲୋକେ କଲେ ଏମିତି କାମ, ଅମର ରହିଗଲେ ଊର୍ମିଳା

ଦିଗପହଣ୍ଡି,୨୨ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ପଞ୍ଚାୟତ ଜଲମେରିପଲ୍ଲୀ ଗ୍ରାମର ସିମାଞ୍ଚଳ ରାଉତଙ୍କ ସ୍ତ୍ରୀ ଊର୍ମିଳା ରାଉତ(୫୧) ରବିବାର ସକାଳେ ଦନ୍ତା ହାତୀ…

ସୁପର-୮ରେ ଟିମ୍‌ ଇଣ୍ଡିଆକୁ ରହିବାକୁ ପଡ଼ିବ ସାବଧାନ! ଦକ୍ଷିଣ ଆଫ୍ରିକାର ଏହି ୪ ଖେଳାଳି କରିପାରନ୍ତି…

ନୂଆଦିଲ୍ଲୀ,୨୨।୨: ରବିବାର ଭାରତ ଏବଂ ଦକ୍ଷିଣ ଆଫ୍ରିକା ଟି-୨୦ ବିଶ୍ୱକପ ୨୦୨୬ରେ ମୁହାଁମୁହିଁ ହେବେ। ସୁପର ୮ ରାଉଣ୍ଡରେ ଗ୍ରୁପ ୧ର ଏହା ପ୍ରଥମ ମ୍ୟାଚ, ଯାହା…

ବାଇକ୍‌ରେ ଯାଉଥିଲେ ଯୁବକ, ଚାପିଦେଲା ଅଜଣା ଗାଡ଼ି

ଭଞ୍ଜନଗର,୨୨ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବାରଡ଼ା ନିକଟରେ ରବିବାର ଅପରାହ୍ନରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

‘ଲୋକଙ୍କ ସେବାରେ ଆସିବ ପ୍ରଧାନମନ୍ତ୍ରୀଙ୍କ ଜନୌଷଧି କେନ୍ଦ୍ର’

ପୁରୁଷୋତ୍ତମପୁର,୨୨ା୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ରୋଗୀଙ୍କୁ ସ୍ବଳ୍ପ ମୂଲ୍ୟରେ ବିଭିନ୍ନ ଔଷଧ ଯୋଗାଇଦେବା ଲକ୍ଷ୍ୟରେ ପ୍ରଧାନମନ୍ତ୍ରୀ ଜନୌଷଧି କେନ୍ଦ୍ରକୁ ରବିବାର ଆସିକା ଏମ୍‌ପି ଅନିତା ଶୁଭଦର୍ଶନୀ…

ସାଇବର ଠକେଇର ପର୍ଦ୍ଦାଫାଶ, ୨ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ବୁଗୁଡ଼ା,୨୨ା୨(କାଳୀଚରଣ ଦାଶ): ସମ୍ପ୍ରତି ବିଭିନ୍ନ ମାଧ୍ୟମରେ ସଚେତନତା ସତ୍ତ୍ବେ ଲୋକେ ସାଇବର ଠକେଇର ଶିକାର ହୋଇଆସୁଥିବା ବେଳେ ଓଡ଼ିଶା ପୋଲିସର ସାଇବର କବଚ ସ୍ବତନ୍ତ୍ର ଅଭିଯାନ ପରିପ୍ରେକ୍ଷୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri