Posted inଜାତୀୟ

୩୭୦ ଉଚ୍ଛେଦ ନିଷ୍ପତ୍ତିର ଗୁରୁତ୍ୱ ଲୋକଙ୍କୁ ଜଣାଇବ ଭାଜପା

ନୂଆଦିଲ୍ଲୀ,୨୭ା୮(ପି.ଟି.): ସମ୍ବିଧାନର ଅନୁଚ୍ଛେଦ ୩୭୦ ଏବଂ ୩୫ଏ ଉଚ୍ଛେଦ ପାଇଁ କେନ୍ଦ୍ର ସରକାରଙ୍କ ନିଷ୍ପତ୍ତିର ଗୁରୁତ୍ୱ ସମ୍ପର୍କରେ ଭାଜପା ଜନସାଧାରଣଙ୍କୁ ଜଣାଇବ। ଏଥିପାଇଁ ମାସେ ବ୍ୟାପୀ ସାରା ଦେଶରେ ଜନସମ୍ପର୍କ କାର୍ଯ୍ୟକ୍ରମ ମାଧ୍ୟମରେ ସଚେତନତା ସୃଷ୍ଟି କରିବାକୁ ଗୈରିକ ଦଳ ସୋମବାର ଘୋଷଣା କରିଛି। ଦେଶର ୩୫ଟି ମହାନଗରୀ ଓ ୩୭୦ଟି ସହରରେ ଅନୁଷ୍ଠିତ ହେବାକୁ ଥିବା ସାଧାରଣ ସଭାରେ ମନ୍ତ୍ରୀ ଓ ଦଳୀୟ ଏମ୍‌ପି ତଥା କାର୍ଯ୍ୟକର୍ତ୍ତାମାନେ ଯୋଗଦେବେ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଗଜେନ୍ଦ୍ର ସିଂ ଶେଖାଓ୍ବତ ଖବରଦାତାମାନଙ୍କୁ କହିଛନ୍ତି। ସେମାନେ ଦେଶର ବିଭିନ୍ନ ଭାଗରେ ଥିବା ପ୍ରମୁଖ ବ୍ୟକ୍ତିବିଶେଷଙ୍କୁ ମଧ୍ୟ ଭେଟିବେ। ସେପ୍ଟେମ୍ବର ୧ରୁ ୩୦ ମଧ୍ୟରେ ଉପତ୍ୟକାର ଶ୍ରୀନଗର, ଅନନ୍ତନାଗ, ବାରମୁଲା ଏବଂ ସୋପୋରେ ସମେତ ଜମ୍ମୁ-କଶ୍ମୀରର ୯ଟି ସ୍ଥାନରେ ଏହି ଜନସମ୍ପର୍କ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବାକୁ ସ୍ଥିର ହୋଇଛି। ଅନୁଚ୍ଛେଦ ୩୭୦ ଉଚ୍ଛେଦ ଏକ ଐତିହାସିକ ନିଷ୍ପତ୍ତି। ଦଳମତ ନିର୍ବିଶେଷରେ ସମସ୍ତେ ଏହାକୁ ସମର୍ଥନ କରିଥିବା ଧର୍ମେନ୍ଦ୍ର କହିଛନ୍ତି। କେନ୍ଦ୍ର ସରକାରଙ୍କ ୮୫ଟି ଉନ୍ନୟନମୂଳକ ଯୋଜନା ଜମ୍ମୁ-କଶ୍ମୀର ଓ ଲଦାଖ କେନ୍ଦ୍ରଶାସିତ ଅଞ୍ଚଳରେ କାର୍ଯ୍ୟକାରୀ ହେବ ବୋଲି କେନ୍ଦ୍ରମନ୍ତ୍ରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri