୩୭୦ ଉଚ୍ଛେଦ ପରେ ଭାରତ-ପାକ୍‌ ବିବାଦ :ମୁଣ୍ଡ ଖେଳାଇବନି ଜାତିସଂଘ

ଜାତିସଂଘ,୧୦ା୮(ପି.ଟି./ଆଇଏଏନ୍‌ଏସ୍‌): ସମ୍ବିଧାନ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ସୃଷ୍ଟି ହୋଇଥିବା ବିବାଦରେ ଜାତିସଂଘ ମୁଣ୍ଡ ଖେଳାଇବ ନାହିଁ। ଜମ୍ମୁ-କଶ୍ମୀର ପ୍ରସଙ୍ଗରେ ଦୁଇଦେଶ କୌଣସି ଉତ୍ତେଜନା ସୃଷ୍ଟିକାରୀ ପଦକ୍ଷେପ ନ ନେଇ ସର୍ବାଧିକ ସଂଯମ ଅବଲମ୍ବନ କରନ୍ତୁ। ଏଥିସହ ଶିମ୍‌ଲା ରାଜିନାମାକୁ ଅନୁସରଣ କରି ବିବାଦର ସମାଧାନ କରନ୍ତୁ ବୋଲି ଶୁକ୍ରବାର ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁଟେରେସ୍‌ ଭାରତ ଓ ପାକିସ୍ତାନକୁ ପରାମର୍ଶ ଦେଇଛନ୍ତି।
ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନ କରୁଥିବା ଅନୁଚ୍ଛେଦ ୩୭୦କୁ ହଟାଯାଇ ରାଜ୍ୟକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ପରିଣତ କରାଯାଇଛି। ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ଏଥିରେ ଛାନିଆ ହୋଇ ଭାରତକୁ ଯୁଦ୍ଧଭୟ ଦେଖାଇବା ସହ ପୁଲଓ୍ବାମା ଭଳି ଆକ୍ରମଣ ପୁଣି ଘଟିବ ବୋଲି ଚେତାବନୀ ଦେଇଛନ୍ତି। ଭାରତର ନିଷ୍ପତ୍ତିକୁ ଇସ୍‌ଲାମାବାଦ ଏକତରଫା ଏବଂ ବେଆଇନ ବୋଲି ଦର୍ଶାଇ କୂଟନୈତିକ ଓ ବାଣିଜି୍ୟକ ସମ୍ପର୍କ ଛିନ୍ନ କରିଛି। ଏହାସହ ଦୁଇଦେଶ ମଧ୍ୟରେ ଚାଲିଥିବା ସମ୍‌ଝୌତା ଏକ୍ସପ୍ରେସ୍‌କୁ ବନ୍ଦ କରିଦେଇଥିବାବେଳେ ଥର୍‌ ଏକ୍ସପ୍ରେସ୍‌କୁ ମଧ୍ୟ ବନ୍ଦକରିବା ପାଇଁ ଚିନ୍ତା କରୁଛି। ସେହିପରି ସମସ୍ତ ପ୍ରକାର ଦ୍ୱିପାକ୍ଷିକ ସାଂସ୍କୃତିକ ସମ୍ପର୍କକୁ ମଧ୍ୟ ବାତିଲ କରିଦେଇଛି। ପାକିସ୍ତାନର ଏଭଳି ନିଷ୍ପତ୍ତିକୁ ଭାରତ ପକ୍ଷରୁ ନିନ୍ଦା କରାଯାଇ ପୁନର୍ବିଚାର ପାଇଁ କୁହାଯାଇଥିବାବେଳେ ଜାତିସଂଘର ଦ୍ୱାରସ୍ଥ ହୋଇଛି ଇସ୍‌ଲାମାବାଦ। ହେଲେ ଜାତିସଂଘ ଏହି ବ୍ୟାପାରରେ ମୁଣ୍ଡ ଖେଳାଇବା ପାଇଁ ମନାକରିଦେଇଥିବାରୁ ପାକିସ୍ତାନକୁ ଶକ୍ତ ଝଟକା ଲାଗିଛି। ମହାସଚିବ ଆଣ୍ଟୋନିଓ ଗୁଟେରେସ୍‌ କହିଛନ୍ତି, ଜମ୍ମୁ-କଶ୍ମୀର ସ୍ଥିତି ଉପରେ ଜାତିସଂଘ ନଜର ରଖିଛି। ଉଭୟ ପକ୍ଷ ଯଥାସମ୍ଭବ ସଂଯମ ରହିବା ଉଚିତ। ଭାରତ-ପାକିସ୍ତାନ ୧୯୭୨ ଶିମ୍‌ଲା ରାଜିନାମା ଅନୁସାରେ କାମ କରନ୍ତୁ। ତେବେ ଏହି ପ୍ରସଙ୍ଗରେ ହସ୍ତକ୍ଷେପ ବା ମଧ୍ୟସ୍ଥତା କରିବାକୁ ଗୁଟେରେସ୍‌ ମନା କରିଦେଇଥିତ୍ବା ତାଙ୍କ ମୁଖପାତ୍ର ଷ୍ଟିଫେନ୍‌ ଡୁଜାରିକ୍‌ ଏହି ସୂଚନା ଦେଇଛନ୍ତି। ଅନ୍ୟପକ୍ଷରେ ବର୍ତ୍ତମାନ ସ୍ଥିତିରେ ଏହି ବିବାଦରେ କୌଣସି ଦେଶ ଛନ୍ଦି ହେବାକୁ ଚାହୁଁ ନ ଥିବା ଜଣାପଡ଼ିଛି। ଆପୋସ ଆଲୋଚନା ମାଧ୍ୟମରେ ବିବାଦର ସମାଧାନ ପାଇଁ ଦୁଇଦେଶକୁ ଚାଇନା ପରାମର୍ଶ ଦେଇଥିବାବେଳେ ପାକିସ୍ତାନର ବହିର୍ବ୍ୟାପାର ମନ୍ତ୍ରୀ ଶାହ ମେହମୁଦ୍‌ କୁରେଶୀ ବେଜିଂ ଧାଇଁଛନ୍ତି। ଇତିମଧ୍ୟରେ ଏହି ପ୍ରସଙ୍ଗରେ ଆମେରିକା ତା’ର ପୂର୍ବ ନୀତି ବଜାୟ ରଖିଥିବା ଓ୍ବାଶିଂଟନ ପକ୍ଷରୁ ସ୍ପଷ୍ଟ କରାଯାଇଛି। ଫଳରେ ଅନ୍ତର୍ଜାତୀୟ ସମୁଦାୟ ନିକଟରେ ଭାରତ ବିରୋଧରେ ଫେରାଦ ହୋଇଥିବା ପାକିସ୍ତାନକୁ ନିରାଶ ହେବାକୁ ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ରୁଷିଆ ଯାତ୍ରା କରୁଥିବା ବ୍ୟକ୍ତିଙ୍କ ପାଇଁ MEA ପକ୍ଷରୁ ଆଡଭାଇଜରୀ ଜାରି; କୁହାଯାଇଛି ଯେ, ‘ରିପୋର୍ଟରୁ ଜଣାପଡ଼ୁଛି ଯେ…’

ନୂଆଦିଲ୍ଲୀ,୧।୧୦: ଭାରତ ସରକାର ରୁଷିଆ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଆଡଭାଇଜରୀ ଜାରି କରିଛନ୍ତି। ଗୁରୁବାର ‘ଏକ୍ସ’ (X) ରେ ଏକ ପୋଷ୍ଟ ମାଧ୍ୟମରେ ବୈଦେଶିକ…

ବୈଜ୍ଞାନିକଙ୍କ ଚମତ୍କାରିତା, ଭୂକମ୍ପ ଆସିଲେ ପବନରେ ଉଡ଼ିବ ଘର! ଜାଣନ୍ତୁ କେମିତି

ଟୋକିଓ,୧ା୧୦: ଭୂକମ୍ପ ଆସିଲେ ଘର ଦୋହଲିବ ନାହିଁ, ବରଂ ଜମିରୁ ପ୍ରାୟ ୩ ସେଣ୍ଟିମିଟର ଉପରକୁ ଉଠିଯିବ! ଜାପାନର ଏକ କମ୍ପାନୀ ବିକଶିତ କରିଥିବା ଏଭଳି ଭୂକମ୍ପ…

ଫ୍ଲାଏଦୁବାଇ ବିମାନର ନାୟକ ସ୍ମିତଙ୍କୁ ଇସ୍ରାଏଲ ପ୍ରଦାନ କରିବ ବୀରତ୍ୱ ପୁରସ୍କାର, ଆଉ ୪ ଇସ୍ରାଏଲ ନାଗରିକ ପାଇବେ…

ଜେରୁଜେଲମ,୧।୧୦: ଫ୍ଲାଏଦୁବାଇ ଫ୍ଲାଇଟ FZ1073 ରେ ପ୍ରାୟ 180 ଜଣ ଯାତ୍ରୀଙ୍କୁ ବଡ଼ ବିପଦରୁ ଉଦ୍ଧାର କରିଥିବା ଭାରତୀୟ ପାଇଲଟ କ୍ୟାପ୍ଟେନ ସ୍ମତ ମଚ୍ଛାରଙ୍କ ସାହସିକତା ଇସ୍ରାଏଲରେ…

ସ୍ମିତଙ୍କୁ କରାଗଲା ଏୟାର ଲିପ୍ଟ, ପରିବାରକୁ ଭେଟିଲେ ରାଷ୍ଟ୍ରଦୂତ

ନୂଆଦିଲ୍ଲୀ,୧।୧୦: ଫ୍ଲାଏଦୁବାଇ ବିମାନରେ ଆକ୍ରମଣକାରୀଙ୍କ ମୁକାବିଲା ପାଇଁ ନିଜ ଜୀବନକୁ ବାଜି ଲଗାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କ ଅବସ୍ଥା ସ୍ଥିର ଅଛି। ଏହି ସମୟରେ, ୟୁଏଇ…

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?