Posted inଜାତୀୟ

୩୭୦ ଉପରେ ପାର୍ଲାମେଣ୍ଟରେ ଭାଷଣ ଦେଇ ରାତାରାତି ହିରୋ ହେଲେ ଏମ୍‌ପି, ଏବେ ଫେସବୁକକୁ ନେଇ ଚିନ୍ତିତ

ନୂଆଦିଲ୍ଲୀ, ୮।୮:ଜମ୍ମୁ-କଶ୍ମୀରରୁ ୩୭୦ ଅନୁଚ୍ଛେଦ ଉଠିବା ଏବଂ ରାଜ୍ୟକୁ ଦୁଇଭାଗ କରି ୨ଟି କେନ୍ଦ୍ର ଶାସିତ ଅଞ୍ଚଳ କରିବାକୁ କେନ୍ଦ୍ର ସରକାରଙ୍କ ନିଷ୍ପତ୍ତିକୁ ସ୍ବାଗତ କରିଛନ୍ତି ଦେଶବାସୀ। କିଛି ରାଜନୈତିକ ଦଳ ପକ୍ଷରୁ ଏହାକୁ ବିରୋଧ କରାଯାଉଥିଲେ ମଧ୍ୟ ମୋଟାମୋଟି ଭାବେ ଅନେକ ଏହାକୁ ସମର୍ଥନ କରୁଛନ୍ତି। ମଙ୍ଗଳବାର ଏହି ପ୍ରସଙ୍ଗକୁ ନେଇ ସଂସଦରେ ଜୋରଦାର୍‌ ଚର୍ଚ୍ଚା ହୋଇଥିଲା। କିନ୍ତୁ ଲଦାଖର ପ୍ରତିନିଧିତ୍ୱ କରୁଥିବା ୩୪ ବର୍ଷୀୟ ଭାଜପା ଏମ୍‌ପି ଜମୟାଙ୍ଗ ସେରିଂ ନାଗ୍ୟାଲ ଲୋକ ସଭାରେ ରଖିଥିବା ମତ ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ୍‌ ହୋଇଛି। ବାଚସ୍ପତିଙ୍କଠାରୁ ଆରମ୍ଭ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପର୍ଯ୍ୟନ୍ତ ତାଙ୍କ ଭାଷଣକୁ ପ୍ରଶଂସା କରିଥିଲେ। ରାତାରାତି ସାରା ଦେଶରେ ଏକ ସେଲିବ୍ରିଟି ହୋଇଯାଇଥିଲେ ସେରିଂ। ଏହାର ଫଳସ୍ବରୂପ ତାଙ୍କ ସୋସିଆଲ ମିଡିଆ ଫେସବୁକରେ ବହୁ ସଂଖ୍ୟାରେ ବନ୍ଧ୍ବତ୍ୱ ପ୍ରସ୍ତାବ ଆସିଲା। ବାଧ୍ୟ ହୋଇ ସେ ଆଉ କାହାର ବନ୍ଧୁତ୍ୱ ସ୍ବୀକାର କରିପାରିବେ ନାହିଁ ବୋଲି ଘୋଷଣା କଲେ। ସେ ସ୍ପଷ୍ଟ କରିଥିଲେ ଯେ, ‘ଆଉ ଫ୍ରେଣ୍ଡ ରିକ୍ୱେଷ୍ଟ ଆକ୍ସେପ୍ଟ କରିପାରିବି ନାହିଁ, କାରଣ ଏହାର ଲିମିଟ ମାତ୍ର ୫ ହଜାର। ତେଣୁ ଆପଣ ବଟନ ଦବାନ୍ତୁ ଏବଂ ମୋର ଅଫିସିଆଲ ପେଜ ସହ ସମ୍ପର୍କ ରଖନ୍ତୁ।’। ସୂଚନାଯୋଗ୍ୟ,ଜମୟାଙ୍ଗ୍‌ ନିଜ ଭାଷଣରେ କହିଥିଲେ, ଲଦାଖ ଅନେକ ବର୍ଷ ପୂର୍ବରୁ କେନ୍ଦ୍ର ଶାସିତ ଅଞ୍ଚଳ ହେବାକୁ ଦାବି କରି ଆସୁଥିଲା। ଆଜି ଲଦାଖ ବିକାଶଠାରୁ ଦୂରରେ ଅଛି, ସେଥିପାଇଁ ଏହି ଧାରା ୩୭୦ ଏବଂ କଂଗ୍ରେସ ଦଳ ହିଁ ଦାୟୀ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri