୩୭ ବର୍ଷରେ ପାଦ ଦେଲେ ପ୍ରିୟଙ୍କା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଜୋନାସ୍‌ ଗୁରୁବାର ୩୭ବର୍ଷରେ ପାଦ ଦେଇଛନ୍ତି। ତାଙ୍କ ଜନ୍ମଦିନରେ ଅନିଲ କପୁର, ବରୁଣ ଧାଓ୍ବନ, ଆଲିଆ ଭଟ୍ଟ, ମାଧୁରୀ ଦୀକ୍ଷିତ ନେନେଙ୍କ ଭଳି ବହୁ ବଲିଉଡ ସେଲିବ୍ରିଟି ଶୁଭେଚ୍ଛା ଜ୍ଞାପନ କରିଛନ୍ତି। ପ୍ରିୟଙ୍କାଙ୍କ ବନ୍ଧୁ ଏବଂ ସହ-କଳାକାରମାନେ ସୋସିଆଲ ମିଡିଆରେ ଶୁଭେଚ୍ଛା ବାର୍ତ୍ତା ପୋଷ୍ଟ କରିଛନ୍ତି। ଅନିଲ କପୁର ‘ହାପି ବାର୍ଥ ଡେ’ ଜଣାଇବା ସହିତ ଆପଣଙ୍କ ସହିତ କାର୍ଯ୍ୟ କରିବା ଖୁବ୍‌ ଖୁସି ଲାଗେ ବୋଲି ଉଲ୍ଲେଖ କରିଛନ୍ତି। ମାଧୁରୀ ଦୀକ୍ଷିତ ନେନେ ଦେଶୀ ଗର୍ଲ ପ୍ରିୟଙ୍କାଙ୍କୁ ହାପି ବାର୍ଥଡେ ଜଣାଇ ପରଦାରେ ଓ ପରଦା ବାହାରେ ସବୁବେଳେ ଆନନ୍ଦ ଓ ଖୁସିରେ ଥାଅ ବୋଲି କାମନା କରିଛନ୍ତି। ଆଲିଆ ଭଟ୍ଟ ଲେଖିଛନ୍ତି, ‘ସାରା ବିଶ୍ୱର ବାଳିକାଙ୍କ ପାଇଁ ସବୁବେଳେ ପ୍ରେରଣାର ଉତ୍ସ ହୋଇ ରୁହ।’ ସୋନମ କପୁର ଇନ୍‌ଷ୍ଟାଗ୍ରାମ୍‌ରେ ଏକ ବାର୍ତ୍ତା ଦେଇଛନ୍ତି, ‘ତୁମ ପାଇଁ ଆଗାମୀ ବର୍ଷଗୁଡିକ ଚମତ୍କାର ହେଉ।’ ପ୍ରିୟଙ୍କା ମିସ୍‌ ଓ୍ବାର୍ଲଡ ୨୦୦୦ ପ୍ରତିଯୋଗିତାରେ ବିଜୟୀ ହୋଇ ବିଶ୍ୱ ସୁନ୍ଦରୀ ମାନ୍ୟତା ପାଇଥିଲେ। ନ୍ୟାଶନାଲ ଫିଲ୍ମ ଆଓ୍ବାର୍ଡ ସମେତ ଅନେକ ପୁରସ୍କାର ସେ ଲାଭ କରିଛନ୍ତି। ୨୦୧୬ରେ ଭାରତ ସରକାର ତାଙ୍କୁ ପଦ୍ମଶ୍ରୀ ଉପାଧି ପ୍ରଦାନ କରିଛନ୍ତି। ୨୦୦୩ରେ ପ୍ରଥମ କରି ‘ଦି ହିରୋ: ଲଭ୍‌ ଷ୍ଟୋରି ଅଫ୍‌ ଏ ସ୍ପାଏ’ରେ ସେ ଅଭିନୟ କରିଥିଲେ। ଏହାପରେ ‘ଅନ୍ଦାଜ୍‌’ ଏବଂ ‘ମୁଝ୍‌ସେ ଶାଦି କରୋଗୀ’ ଭଳି ଅନେକ ଫିଲ୍ମରେ ଅଭିନୟ କରି ଦର୍ଶକଙ୍କ ପ୍ରଶଂସା ଭାଜନ ହୋଇପାରିଥିଲେ। ୨୦୧୮ରେ ଆମେରିକୀୟ ପପ୍‌ ଗାୟକ ତଥା ଅଭିନେତା ନିକ୍‌ ଜୋନାସ୍‌ଙ୍କୁ ସେ ପ୍ରେମବିବାହ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ସରକାରଙ୍କ ବଡ଼ ଘୋଷଣା, ଆଉ ଖୋଲାରେ ମିଳିବନି ଗ୍ୟାସ୍‌! ଖାତା ନ ଥିଲେ…

ଭୁବନେଶ୍ୱର,୫ା୪: ଏଣିକି ଆଉ ଖୋଲାରେ ଗ୍ୟାସ ମିଳିବନି । ବାଟରେ, ବଜାରରେ ଖୋଲାରେ ମିଳିବନି ଗ୍ୟାସ । ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି । ରାଜ୍ୟର କୌଣସି…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କରିବ ଭାରତ? ରାଜନାଥଙ୍କ ଚେତାବନୀ ପରେ ସେନାରେ ହଲଚଲ!

ନୂଆଦିଲ୍ଲୀ,୫।୪: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବାକ୍‌ ଯୁଦ୍ଧ ପୁଣି ଥରେ ତୀବ୍ର ହୋଇଛି। ପାକିସ୍ତାନୀ ପ୍ରତିରକ୍ଷା ମନ୍ତ୍ରୀ ଖୱାଜା ଆସିଫଙ୍କ ସାମ୍ପ୍ରତିକ ବୟାନ ସ୍ପଷ୍ଟ ଭାବରେ…

ଯୁଦ୍ଧ ଭିତରେ ଭାରତ ଠାରୁ ମିସାଇଲ କିଣିଲା ଆମେରିକା, ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୫।୪: ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତର ପ୍ରତିରକ୍ଷା ରପ୍ତାନି ସର୍ୱକାଳୀନ ସର୍ୱାଧିକ ସ୍ତରରେ ପହଞ୍ଚିଛି। ଏହା ବିଶ୍ୱ ଅସ୍ତ୍ରଶସ୍ତ୍ର ବଜାରରେ ଭାରତର ବର୍ଦ୍ଧିତ ଉପସ୍ଥିତିକୁ ସ୍ପଷ୍ଟ କରେ।…

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଏଠାରେ ପେଟ୍ରୋଲ ଦର ବିଶ୍ୱରେ ସବୁଠାରୁ ଅଧିକ; ଇରାନ ଯୁଦ୍ଧ ଯୋଗୁ ପରିସ୍ଥିତି ଆହୁରି ଖରାପ, ଜାଣନ୍ତୁ କାରଣ

ହଂକଂ,୫।୪: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀରେ ପରିବହନରେ ବାଧା ଯୋଗୁ ବିଶ୍ୱ ଶକ୍ତି ବଜାର ସମ୍ପୂର୍ଣ୍ଣ ଅସ୍ଥିର ହୋଇପଡ଼ିଛି। ଅଶୋଧିତ ତୈଳ ମୂଲ୍ୟ…

ଯୁଦ୍ଧ ଭିତରେ ବଡ଼ ଖବର, ହସ୍ପିଟାଲରେ ଭର୍ତ୍ତି ହେଲେ ଟ୍ରମ୍ପ? ସାରା ବିଶ୍ୱରେ ଚହଳ, ହ୍ବାଇଟ୍‌ ହାଉସ୍‌…

ୱାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଗତ କିଛି ଦିନ ହେବ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ସେ ଗୁରୁତର ଅସୁସ୍ଥ ହୋଇ…

ଆଉ ଏକ ଆମେରିକୀୟ ବିମାନକୁ ଖସାଇଲା ଇରାନ, ଦାବି କରି କହିଲା….

ତେହେରାନ,୫।୪: ଇରାନ ସହିତ ଚାଲିଥିବା ସଂଘର୍ଷରେ ଆମେରିକୀୟ ସେନା ପ୍ରବଳ କ୍ଷତି ସହୁଛି । ରବିବାର ଦିନ, ଇରାନର ଇସଲାମିକ୍ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଇସଫାହାନ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri