୩୮ ନିଶାସକ୍ତ ଗାଡ଼ିଚାଳକ ଗିରଫ

କଟକ ଅଫିସ, ୮।୯: ନୁଆ ମୋଟର ଯାନ ଆଇନ ଲାଗୁ ହେବାପରେ ରାଜ୍ୟରେ ଟ୍ରାଫିକ ନିୟମ କଡାକଡି ଭାବେ ପାଳନ କରାଯାଉଛି। ମୁଖ୍ୟତଃ ମଦ ପିଇ ଗାଡି ଚଳାଉଥିବା ବ୍ୟକ୍ତିଙ୍କ ପ୍ରତି କଠୋର ଆଭିମୁଖ୍ୟ ଆପଣାଇଛି ପୋଲିସ। ମଦ୍ୟପାନ କରି ଗାଡି ଚଳାଉଥିବା ଚାଳକଙ୍କୁ ଗିରଫ କରିବାକୁ ଡିଜିପି ବିଜୟ କୁମାର ଶର୍ମା କଡା ନିର୍ଦ୍ଦେଶ ଦେଇଛନ୍ତି। ଗତ ୬ ତାରିଖରେ ରାଜ୍ୟର ସମସ୍ତ ଜାତୀୟ ରାଜପଥ ଓ ରାଜ୍ୟ ରାଜପଥର ୧୪ଟି ଟୋଲ୍‌ଗେଟ୍‌ରେ ପୋଲିସ ପକ୍ଷରୁ ଚେକିଂ କରାଯାଇଥିଲା। ଏହି ଚେକିଂରେ ୩୮ ଜଣ ନିଶାସକ୍ତ ଗାଡି ଚାଳକଙ୍କୁ ଗିରଫ କରାଯାଇଥିବା ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ଗିରଫ ୩୮ଜଣଙ୍କ ମଧ୍ୟରେ ସୁନ୍ଦରଗଡ ଜିଲା ବରପାଲି ଟୋଲଗେଟ୍‌ରେ ୧୦ଜଣ, ମାଶୁନିକାଣୀ ଟୋଲଗେଟ୍‌ ନିକଟରେ ଜଣେ, ସମ୍ବଲପୁର ଜିଲାର ଶାସନ ଟୋଲଗେଟ୍‌ ନିକଟରେ ୩, କେନ୍ଦୁଝର ଜିଲାର ରାମଚନ୍ଦ୍ରପୁର ଟୋଲଗେଟ୍‌ରେ ଜଣେ, ଢେଙ୍କିକୋଟ ଟୋଲଗେଟ୍‌ରେ ଜଣେ, ବନଯୋଡି ଟୋଲଗେଟ୍‌ରେ ୩, ଯାଜପୁର ଜିଲାର ପାଣିକୋଇଲି ଟୋଲଗେଟ୍‌ରେ ୨, ଶ୍ରୀରାମପୁର ଟୋଲଗେଟ୍‌ରେ ଜଣେ, ବରଗଡ ଜିଲା ବରାହଗୁଡା ଟୋଲଗେଟରେ ୩, କଟକ ଜିଲାର ମଙ୍ଗୁଳି ଟୋଲଗେଟ୍‌ରେ ୪, ଗଞ୍ଜାମ ଜିଲାର ଭେଜିପୁଟ ଟୋଲଗେଟ୍‌ରେ ୩, ଖୋର୍ଦ୍ଧା ଜିଲାର ଗୋଡିପଡା ଟୋଲଗେଟ୍‌ରେ ୩, ବାଲେଶ୍ୱର ଜିଲାର ଶେରଗଡ ଟୋଲଗେଟ୍‌ରେ ୩ଜଣ ମଦ୍ୟପ ଗାଡି ଚାଳକଙ୍କୁ ଗିରଫ କରାଯାଇଛି ବୋଲି ପୋଲିସ ମୁଖ୍ୟାଳୟ ପକ୍ଷରୁ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୨୬ା୪: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତୀୟ ନିର୍ବାଚନ କମିଶନ।...

‘ପାଣ୍ଡିଆନ୍‌ଙ୍କୁ ଜେଡ୍‌ କାଟେଗୋରି ସୁରକ୍ଷା କାହିଁକି ମିଳୁଛି’

ଭୁବନେଶ୍ୱର, ୨୬।୪(ସୁନିତ୍‌ ମିଶ୍ର):କୌଣସି ସାମ୍ବିଧାନିକ ପଦପଦବୀରେ ନାହାନ୍ତି। ସେ ଏମ୍‌ପି କି ବିଧାୟକ କିମ୍ବା କୌଣସି ଦଳୀୟ ନେତା ବି ନୁହନ୍ତି। ସେ ଜଣେ ବିଜେଡିର...

ସରକାରୀ ହସ୍ପିଟାଲ ପରିସରରେ ଥିବା ଘରୋଇ ଔଷଧ ଦୋକାନ ହେବ ବନ୍ଦ

ଭୁବନେଶ୍ୱର, ୨୬।୪(ବନ୍ଦନା ସେଠୀ):ରାଜ୍ୟର ସରକାରୀ ଡାକ୍ତରଖାନା ପରିସରରେ ରହିଥିବା ଘରୋଇ ଔଷଧ ଷ୍ଟୋର୍‌ ବନ୍ଦ ହେବ। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଏପରି କଡ଼ା...

ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ନାମାଙ୍କନ ଶେଷ

ଭୁବନେଶ୍ୱର,୨୬ା୪(ଅନିଲ ଦାସ): ରାଜ୍ୟର ପ୍ରଥମ ପର୍ଯ୍ୟାୟ(ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ପାଇଁ ଗୁରୁବାର ନାମାଙ୍କନ ଦାଖଲ ପ୍ରକ୍ରିୟା ଶେଷ ହୋଇଛି। ଏପ୍ରିଲ ୧୮ରୁ ୨୪ ତାରିଖ...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri