୩୮ ନିଶାସକ୍ତ ଗାଡ଼ିଚାଳକ ଗିରଫ

କଟକ ଅଫିସ, ୮।୯: ନୁଆ ମୋଟର ଯାନ ଆଇନ ଲାଗୁ ହେବାପରେ ରାଜ୍ୟରେ ଟ୍ରାଫିକ ନିୟମ କଡାକଡି ଭାବେ ପାଳନ କରାଯାଉଛି। ମୁଖ୍ୟତଃ ମଦ ପିଇ ଗାଡି ଚଳାଉଥିବା ବ୍ୟକ୍ତିଙ୍କ ପ୍ରତି କଠୋର ଆଭିମୁଖ୍ୟ ଆପଣାଇଛି ପୋଲିସ। ମଦ୍ୟପାନ କରି ଗାଡି ଚଳାଉଥିବା ଚାଳକଙ୍କୁ ଗିରଫ କରିବାକୁ ଡିଜିପି ବିଜୟ କୁମାର ଶର୍ମା କଡା ନିର୍ଦ୍ଦେଶ ଦେଇଛନ୍ତି। ଗତ ୬ ତାରିଖରେ ରାଜ୍ୟର ସମସ୍ତ ଜାତୀୟ ରାଜପଥ ଓ ରାଜ୍ୟ ରାଜପଥର ୧୪ଟି ଟୋଲ୍‌ଗେଟ୍‌ରେ ପୋଲିସ ପକ୍ଷରୁ ଚେକିଂ କରାଯାଇଥିଲା। ଏହି ଚେକିଂରେ ୩୮ ଜଣ ନିଶାସକ୍ତ ଗାଡି ଚାଳକଙ୍କୁ ଗିରଫ କରାଯାଇଥିବା ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ଗିରଫ ୩୮ଜଣଙ୍କ ମଧ୍ୟରେ ସୁନ୍ଦରଗଡ ଜିଲା ବରପାଲି ଟୋଲଗେଟ୍‌ରେ ୧୦ଜଣ, ମାଶୁନିକାଣୀ ଟୋଲଗେଟ୍‌ ନିକଟରେ ଜଣେ, ସମ୍ବଲପୁର ଜିଲାର ଶାସନ ଟୋଲଗେଟ୍‌ ନିକଟରେ ୩, କେନ୍ଦୁଝର ଜିଲାର ରାମଚନ୍ଦ୍ରପୁର ଟୋଲଗେଟ୍‌ରେ ଜଣେ, ଢେଙ୍କିକୋଟ ଟୋଲଗେଟ୍‌ରେ ଜଣେ, ବନଯୋଡି ଟୋଲଗେଟ୍‌ରେ ୩, ଯାଜପୁର ଜିଲାର ପାଣିକୋଇଲି ଟୋଲଗେଟ୍‌ରେ ୨, ଶ୍ରୀରାମପୁର ଟୋଲଗେଟ୍‌ରେ ଜଣେ, ବରଗଡ ଜିଲା ବରାହଗୁଡା ଟୋଲଗେଟରେ ୩, କଟକ ଜିଲାର ମଙ୍ଗୁଳି ଟୋଲଗେଟ୍‌ରେ ୪, ଗଞ୍ଜାମ ଜିଲାର ଭେଜିପୁଟ ଟୋଲଗେଟ୍‌ରେ ୩, ଖୋର୍ଦ୍ଧା ଜିଲାର ଗୋଡିପଡା ଟୋଲଗେଟ୍‌ରେ ୩, ବାଲେଶ୍ୱର ଜିଲାର ଶେରଗଡ ଟୋଲଗେଟ୍‌ରେ ୩ଜଣ ମଦ୍ୟପ ଗାଡି ଚାଳକଙ୍କୁ ଗିରଫ କରାଯାଇଛି ବୋଲି ପୋଲିସ ମୁଖ୍ୟାଳୟ ପକ୍ଷରୁ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ: ଆସନ୍ତା ୨୪ ଘଣ୍ଟାରେ ଓଡ଼ିଶାକୁ…

ଭୁବନେଶ୍ୱର,୨୬ା୭: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଅବପାତ। ଆଗାମୀ ୨୪ ଘଣ୍ଟାରେ ଏହା ଗଭୀର ଅବପାତର ରୂପ ନେବ। ଆସନ୍ତାକାଲି ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବ। ଏହା…

ରାଜଧାନୀରେ ମୁଣ୍ଡବିହୀନ ମୃତଦେହ : ବରମୁଣ୍ଡା ବସ୍‌ଷ୍ଟାଣ୍ଡ ନିକଟରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଠାବ

ଭୁବନେଶ୍ୱର, ୨୬।୭: ରାଜଧାନୀ ଭୁବନେଶ୍ୱରର ବରମୁଣ୍ଡା ବସ୍‌ଷ୍ଟାଣ୍ଡ ସମ୍ମୁଖ ରାସ୍ତାରୁ ରବିବାର ଭୋର ସମୟରେ ଏକ ମୁଣ୍ଡବିହୀନ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି। ଘଟଣାଟି ଅଞ୍ଚଳରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ପୁରୀରେ ଆଜି ଅତି ପ୍ରବଳ ବର୍ଷା, ଆଲର୍ଟ ଜାରି…

ଭୁବନେଶ୍ୱର,୨୬ା୭(ବନ୍ଦନା ସେଠୀ): ଗାଙ୍ଗେୟ ପଶ୍ଚିମବଙ୍ଗର ଉତ୍ତରାଞ୍ଚଳ ଏବଂ ଏହାର ଆଖପାଖ ବାଂଲାଦେଶ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଲଘୁଚାପର ରୂପ ନେଇଛି। ଶନିବାର ସକାଳ…

ସିଏମ୍‌ଓରୁ ଫାଇଲ ଚୋରି ଘଟଣା: ବିଦେଶରେ ଥିବାରୁ ଥାନାରେ ହାଜର ହେଲେନି ପାଣ୍ଡିଆନ

ଭୁବନେଶ୍ୱର,୨୬ା୭(ତ୍ରିନାଥ ମହାନ୍ତି): ସିଏମଓରୁ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ହତ୍ୟା ମାମଲାର କମିଶନ ଫାଇଲ୍‌ ଓ ସମ୍‌ ହସ୍ପିଟାଲ ଅଗ୍ନିକାଣ୍ଡ ପରି ଦୁଇଟି ଗୁରୁତ୍ୱପୂର୍ଣ୍ଣ ଫାଇଲ ହଜିଯିବା ଘଟଣାରେ…

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ବୟାନ, ରାଜ୍ୟ ରାଜନୀତିରେ ଚହଳ!

ଭୁବନେଶ୍ୱର,୨୬।୭ (ସୁନିତ୍‌ ମିଶ୍ର) ଏନ୍‌ଇଇଟି ପ୍ରଶ୍ନପତ୍ର ବିଭ୍ରାଟ ଓ ତାହାକୁ ନେଇ ଉପୁଜିଥିବା ଆନ୍ଦୋଳନ ଜୋରଦାର ହେବା ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଙ୍କ ପଦରୁ…

ସୁନା ବେଶ ଦର୍ଶନ ପାଇଁ ପ୍ରବଳ ଭିଡ଼, ଭୁବନେଶ୍ୱର-ପୁରୀ ରାସ୍ତା ଜାମ୍‌

ଭୁବନେଶ୍ୱର,୨୫।୭: ଆଜି ଆଷାଢ଼ ଶୁକ୍ଳ ଏକାଦଶୀ ତିଥି। ତିନିରଥରେ ରଥାରୂଢ଼ ଚତୁର୍ଦ୍ଧାବିଗ୍ରହ ମହଣ ମହଣ ସୁନାରେ ସଜେଇ ହୋଇ ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ସୁନାବେଶ ଦର୍ଶନ…

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ନବୀନଙ୍କ ପୋଷ୍ଟ ଭାଇରାଲ, ଲୋକଙ୍କ ଇଚ୍ଛାଠାରୁ କେହି ଊର୍ଦ୍ଧ୍ୱରେ ନୁହନ୍ତି, ଏଥିପାଇଁ ମୁଁ…

ଭୁବନେଶ୍ୱର,୨୫ା୭: ନିଟ୍‌ ପେପର ଲିକ୍‌ ବିବାଦକୁ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦେଇଛନ୍ତି। ଇତିମଧ୍ୟରେ ବିଭିନ୍ନ ରାଜନୈତିକ ବ୍ୟକ୍ତିବିଶେଷ ସେମାନଙ୍କର ପ୍ରତିକ୍ରିୟା ରଖୁଛନ୍ତି। ପୂର୍ବତନ…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୫।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ପୁଣି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ପଶ୍ଚିମବଙ୍ଗ- ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଥିବା ଜଣାପଡ଼ିଛି। ଏହା ପ୍ରଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri