୩୮ ବର୍ଷରେ ପାଦ ଦେଲେ ଧୋନୀ

ଲିଡ୍ସ,୭।୭- ଭେଟେରାନ ଉଇକେଟକିପର ଓ ବ୍ୟାଟ୍ସମ୍ୟାନ ମହେନ୍ଦ୍ର ସିଂ ଧୋନୀ ରବିବାର ୩୮ ବର୍ଷରେ ପାଦ ଦେଇଛନ୍ତି। ଭାରତୀୟ ଦଳ ତା’ର ଅନ୍ତିମ ଲିଗ୍‌ ମ୍ୟାଚ୍‌ରେ ଶ୍ରୀଲଙ୍କାକୁ ହରାଇବା ପରେ ଧୋନୀଙ୍କ ଜନ୍ମ ଦିନ ପାଳନ ହୋଇଥିଲା। ଏହି ଅବସରରେ ଦଳୀୟ ଖେଳାଳିଙ୍କ ସହ ଝିଅ ଜିଭା ଓ ପତ୍ନୀ ସାକ୍ଷୀ ମଧ୍ୟ ଉପସ୍ଥିତ ଥିଲେ। କେକ୍‌ କାଟିବା ପରେ ଧୋନୀ ଓ ଜିଭା ଡ୍ୟାନ୍ସ କରିଥିଲେ। ଉକ୍ତ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଯାଇଛି। ଧୋନୀଙ୍କ କେକ୍‌ କାଟିବା ବେଳର କିଛି ଫଟୋ ପତ୍ନୀ ସାକ୍ଷୀ ଇନ୍‌ଷ୍ଟାଗ୍ରାମରେ ଶେୟାର କରିଛନ୍ତି। ଫଟୋରେ ଧୋନୀଙ୍କ ବ୍ୟତୀତ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଓ କେଦାର ଯାଦବ ମଧ୍ୟ ରହିଛନ୍ତି। ଏହି ଅବସରରେ ଧୋନୀଙ୍କ ନିକଟକୁ ପ୍ରଶଂସକ ଓ ପୂର୍ବତନ କ୍ରିକେଟରଙ୍କ ଶୁଭେଚ୍ଛାର ସୁଅ ଛୁଟିଛି। ଉଲ୍ଲେଖଥାଉ କି, ଶ୍ରୀଲଙ୍କା ବିପକ୍ଷ ବିଜୟ ସହ ଭାରତୀୟ ଦଳ ପଏଣ୍ଟ ଟେବୁଲର ଶୀର୍ଷ ସ୍ଥାନ ଅଧିକାର କରିଛି। ସେମିଫାଇନାଲରେ ବିରାଟ କୋହଲିଙ୍କ ଦଳ ୯ ତାରିଖରେ ନ୍ୟୁଜିଲାଣ୍ଡକୁ ଭେଟିବ।


Enter your email to get our daily news in your inbox.

All Right Reserved By Dharitri.Com

ଚୁକ୍ତିର ଅବଧି ସରିବା ୬ ଦିନ ପୂର୍ୱରୁ ଠିପିବନ୍ଦ ବିଦେଶୀ ମଦ ଦୋକାନ ବନ୍ଦ, ଅବକାରୀ ଅଧିକ୍ଷକ କହିଲେ ତଦନ୍ତ କରାଯିବ…

ଦାରିଙ୍ଗବାଡି, ୩୦ ।୬ (ଅରୁଣ ସାହୁ ): ସରକାରଙ୍କ ଠାରୁ ଅନୁମୋଦନ ପାଇ ସରକାରଙ୍କ ସହ ଚୁକ୍ତି କରି ଖୋଲାଯାଇଥିବା ଠିପିବନ୍ଦ ବିଦେଶୀ ମଦ ଦୋକାନର ଅବଧି…

ପୋକ୍ସୋ ମାମଲାରେ ଦୋଷୀଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ; ପୀଡ଼ିତାଙ୍କୁ ୭ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ ପାଇଁ କୋର୍ଟଙ୍କ ନିର୍ଦ୍ଦେଶ

ପାରଳାଖେମୁଣ୍ଡି(ଗିରିଧାରୀ ପରିଛା): ୩୦।୬: ଗଜପତି ଜିଲ୍ଲାର ଏକ ଚର୍ଚ୍ଚିତ ପୋକ୍ସୋ ମାମଲାରେ ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ ହର ପ୍ରସାଦ ପଟ୍ଟନାୟକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି।…

ଦିଗପହଣ୍ଡିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ବାଲି ଟ୍ରାକ୍ଟର ଧକ୍କାରେ ଶ୍ରମିକଙ୍କ ମୃତ୍ୟୁ, ପରିବାରକୁ ମିଳିଲା ସରକାରୀ ସହାୟତା

ଦିଗପହଣ୍ଡି, ୩୦|୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଅଞ୍ଚଳରେ ଏକ ଦୁଃଖଦ ସଡ଼କ ଦୁର୍ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ହସ୍ପିଟାଲ ଛକ ନିକଟ ମୁଖ୍ୟ…

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

ପରୋଲ୍‌ରେ ଆସି ଫେରାର ଦୋଷୀ ୯ ବର୍ଷ ପରେ ଗିରଫ: ନାଁ ବଦଳାଇ ଅମୃତସରରୁ କରୁଥିଲେ…

ଭୁବନେଶ୍ୱର, ୩୦।୬: ପରୋଲ୍‌ରେ ଜେଲରୁ ମୁକ୍ତି ପାଇବା ପରେ ଫେରାର ହୋଇଯାଇଥିବା ଜଣେ ଆଜୀବନ କାରାଦଣ୍ଡପ୍ରାପ୍ତ ଦୋଷୀଙ୍କୁ ଦୀର୍ଘ ୯ ବର୍ଷ ପରେ କମିଶନରେଟ୍‌ ପୋଲିସ ଗିରଫ…

ବନ୍ଦ ହୋଇଯିବ ଏହି ୨ଟି ବଡ଼ ବ୍ୟାଙ୍କ୍‌! ଆକାଉଣ୍ଟ ଥିଲେ ଜାଣି ନିଅନ୍ତୁ ଖବର ପଛର ସତକଥା…

ନୂଆଦିଲ୍ଲୀ,୩୦।୬: ସୋସିଆଲ ମିଡିଆରେ କିଛି ଏଭଳି ଖବର ସାମ୍ନାକୁ ଆସୁଛି, ଯେଉଁଥିରେ କୁହାଯାଉଛି ଯେ ଭାରତର ତିନୋଟି ବଡ଼ ବ୍ୟାଙ୍କର ମିଶ୍ରଣ ହେବାକୁ ଯାଉଛି। ଯଦି ଏହି…

ଆଇଏମଡିର ପୂର୍ବାନୁମାନ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୩ଦିନ ଏସବୁ ଜିଲାରେ…

ଭୁବନେଶ୍ବର,୩୦।୬: ଆସନ୍ତା ଜୁଲାଇ ୩ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri