୩୯ କୋଟି ଲୋକଙ୍କୁ ପ୍ରଦାନ କରାଯାଇଛି ୩୪,୮୦୦ କୋଟିର ପିଏମ୍‌ଜିକେପି ସହାୟତା

ନୂଆଦିଲ୍ଲୀ,୬।୫: କରୋନା ସଂକ୍ରମଣ ଯୋଗୁ ଦେଶରେ ଲକ୍‌ଡାଉନ୍‌ ଜାରି ହୋଇଛି। ଲୋକଙ୍କୁ ଆବଶ୍ୟକ ସହାୟତା ଯୋଗାଇ ଦେବା ପାଇଁ ସରକାରଙ୍କ ପକ୍ଷରୁ ପ୍ରୟାସ କକରାଯାଉଛି। ମେ ୫ ସୁଦ୍ଧା ଦେଶର ୩୯ କୋଟି ଲୋକଙ୍କୁ ୩୪,୮୦୦ କୋଟି ଟଙ୍କାର ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ପ୍ୟାକେଜ(ପିଏମ୍‌ଜିକେପି) ପ୍ରଦାନ କରାଯାଇଛି। ପିଏମ୍‌-କିଷାନ ଯୋଜନାରେ ୮ କୋଟି ୧୯ ଲକ୍ଷ ହିତାଧିକାରୀଙ୍କୁ ୧୬,୩୯୪ କୋଟି ଟଙ୍କାର ସହାୟତା ଯୋଗାଇ ଦିଆଯାଇଛି। ସେହିପରି ଜନ ଧନ ଯୋଜନାରେ ୨୦ କୋଟି ୫ ଲକ୍ଷ ମହିଳାଙ୍କ ସଞ୍ଚୟ ଖାତାକୁ ୧୦,୦୨୫ କୋଟି ଟଙ୍କା ସହାୟତା ପ୍ରଥମ କିସ୍ତିରେ ପ୍ରଦାନ କରାଯାଇଥିବାବେଳେ ଦ୍ୱିତୀୟ କିସ୍ତିରେ ୫ କୋଟି ୫୭ ଲକ୍ଷଙ୍କୁ ୨,୭୮୫ କୋଟି ଟଙ୍କା ସରକାର ଯୋଗାଇ ଦେଇଛନ୍ତି। ସେହିପରି ୧,୪୦୫ କୋଟି ଟଙ୍କା ୨ କୋଟି ୮୨ ଲକ୍ଷ ବୟସ୍କ ବ୍ୟକ୍ତି, ନିରାଶ୍ରୟ ଏବଂ ଦିବ୍ୟାଙ୍ଗଙ୍କୁ ପ୍ରଦାନ କରାଯାଇଛି। ନିର୍ମାଣ କାର୍ଯ୍ୟରେ ନିୟୋଜିତ ୨ କୋଟି ୨୦ ଲକ୍ଷ ଶ୍ରମିକଙ୍କୁ ୩,୪୯୨ କୋଟି ୫୭ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଏପ୍ରିଲ୍‌ରେ ଦେଶର ୬୦ କୋଟି ୩୩ ଲକ୍ଷ ଲୋକଙ୍କୁ ଖାଦ୍ୟଶସ୍ୟ ବିତରଣ କରାଯାଇଥିବାବେଳେ ମେ’ରେ ୧୨ କୋଟି ୩୯ ଲକ୍ଷ ଲୋକଙ୍କୁ ଆବଶ୍ୟକ ଖାଦ୍ୟ ଯୋଗାଇ ଦିଆଯାଇଛି। ୫ କୋଟି ୨୧ ଲକ୍ଷ ହିତାଧିକାରୀଙ୍କୁ ଡାଲି ଜାତୀୟ ଖାଦ୍ୟ ଯୋଗାଇ ଦିଆଯାଇଛି। ପ୍ରଧାନମନ୍ତ୍ରୀ ଉଜ୍ୱଳା ଯୋଜନାରେ ୫ କୋଟି ସିଲିଣ୍ଡର୍‌ ବୁକିଂ କରାଯାଇଥିବାବେଳେ ୪ କୋଟି ୮୨ ଲକ୍ଷ ସିଲିଣ୍ଡର ହିତାଧିକାରୀଙ୍କୁ ଯୋଗାଇ ଦିଆଯାଇଥିବା ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶର ପଞ୍ଚମ ସର୍ବାଧିକ ମହଙ୍ଗା ରାଜ୍ୟରେ ପରିଣତ ହୋଇଛି ଓଡ଼ିଶା; ଚିନ୍ତା ବଢ଼ାଇଛି ଚିନି-ପିଆଜର ଦର ବୃଦ୍ଧି

ନୂଆଦିଲ୍ଲୀ/ଭୁବନେଶ୍ୱର,୧୫।୯: ଓଡ଼ିଶା ଦେଶର ଅନ୍ୟତମ ମହଙ୍ଗା ବଜାର ଭାବରେ ଉଭା ହୋଇଛି। କ୍ରମାଗତ ଭାବେ ବୃଦ୍ଧି ପାଉଥିବା ମୂଲ୍ୟ ଯୋଗୁ, ଅଗଷ୍ଟ ମାସରେ ରାଜ୍ୟର ଖୁଚୁରା ମୁଦ୍ରାସ୍ଫୀତି…

୮ ମାସର ସର୍ବୋଚ୍ଚ ସ୍ତରରେ ଖୁଚୁରା ମୁଦ୍ରାସ୍ଫୀତି, ଅସହ୍ୟ ହୋଇପାରେ ମହଙ୍ଗା ମାଡ଼

ନୂଆଦିଲ୍ଲୀ,୧୫।୯: ମଧ୍ୟପ୍ରାଚ୍ୟ ଯୁଦ୍ଧ ଆରମ୍ଭ ହେବା ପରେ ଦେଶରେ ସାଧାରଣ ଜନତାଙ୍କ ଉପରେ ପଡ଼ିଥିବା ମହଙ୍ଗା ମାଡ଼ ଆଗକୁ ଆହୁରି ଉତ୍କଟ ହେବା ଆଶଙ୍କା ବଢ଼ାଇଛି ।…

ନିଜ ପରିବାର ସହ ଅମ୍ବାନୀଙ୍କ ଗଣପତି ଉତ୍ସବରେ ପହଞ୍ଚିଲେ ସଚିନ ତେନ୍ଦୁଲକର; ଶାଢ଼ୀ ପିନ୍ଧି ସଭିଙ୍କ ଦୃଷ୍ଟି ଆକର୍ଷଣ କଲେ ସାରା

ମୁମ୍ବାଇ: ଚଳିତ ବର୍ଷ ଗଣେଶ ଚତୁର୍ଥୀ ଅବସରରେ ଅମ୍ବାନୀ ପରିବାର ବେଶ ଧୁମଧାମରେ ଗଣପତି ବାପ୍ପାଙ୍କୁ ସ୍ବାଗତ କରିଥିଲେ। ସେପ୍ଟେମ୍ବର ୧୪ ରେ ‘ଆଣ୍ଟିଲିଆ’ (Antilia) ଠାରେ…

ଯାଉ ଯାଉ ପୁଣି ଫେରିବ ମୌସୁମୀ, ଜାରି ହେଲା ‘ମେଗା ଆଲର୍ଟ’, ୨୨ ରାଜ୍ୟରେ ପ୍ରବଳ ବର୍ଷା

ନୂଆଦିଲ୍ଲୀ,୧୫।୯: ଉତ୍ତର ଭାରତରୁ ଆରମ୍ଭ କରି ଦେଶର ପୂର୍ବ ଓ ପଶ୍ଚିମ ଅଞ୍ଚଳ ପର୍ଯ୍ୟନ୍ତ ମୌସୁମୀ ସକ୍ରିୟତା ପୁନର୍ବାର ବୃଦ୍ଧି ପାଇଛି। ଭାରତୀୟ ପାଣିପାଗ ବିଭାଗ (IMD)…

ସୁନାମି ଆସିବା ୪୫ ମିନିଟ୍‌ ପୂର୍ବରୁ ମିଳିବ ସତର୍କ ସୂଚନା, ମହାକାଳପଡ଼ାର ୧୮ ଗାଁରେ ଆଲର୍ଟ ଟାୱାର

ମହାକାଳପଡ଼ା,୧୫।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ୧୮ ଗାଁରେ ସ୍ଥାପନ ହୋଇଛି ସୁନାମି ଆଲର୍ଟ ଟାୱାର । ବ୍ଲକର ତନ୍ତିଆପାଳ, ଶାସନ,…

ପାକିସ୍ତାନକୁ ବହୁ ପଛରେ ପକାଇଲା ଭାରତ, ରଖିଛି ଏତିକିଟିି ଏସିଆ କପ, ଦେଖନ୍ତୁ ସମ୍ପୂର୍ଣ୍ଣ ତାଲିକା

ନୂଆଦିଲ୍ଲୀ,୧୫।୯: ଏସିଆ କପରେ ଭାରତର ଆଧିପତ୍ୟ କେବଳ ପୁରୁଷ ଦଳ ମଧ୍ୟରେ ସୀମିତ ନୁହେଁ। ମହିଳା ଦଳ ମଧ୍ୟ କ୍ରମାଗତ ଭାବେ ଉତ୍କୃଷ୍ଟ ପ୍ରଦର୍ଶନ କରି ୨୦୨୬…

ଗୁଣ୍ଡିରିବାଡିରେ ହାତୀ ଆତଙ୍କ; ଗୋଦାମ ଭାଙ୍ଗି ଚାଉଳ ଖାଇଲା; ଭୟରେ ଗ୍ରାମବାସୀ

ଭଞ୍ଜନଗର,୧୫।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ ମୁଜାଗଡ଼ ରେଞ୍ଜର ଗୁଣ୍ଡିରିବାଡି ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଗୋଟିଏ ହାତୀ ପଶି ଆତଙ୍କ…

ବରୁଣ-ସଞ୍ଜୁ OUT, ବୈଭବ IN? ଆଫଗାନିସ୍ତାନ ବିପକ୍ଷ ଦ୍ୱିତୀୟ ଟି-୨୦ ପାଇଁ ଭାରତର ପ୍ଲେଇଂ ଇଲେଭେନ…

ନୂଆଦିଲ୍ଲୀ,୧୫।୯: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଖେଳାଯାଉଥିବା ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚ ସେପ୍ଟେମ୍ବର ୧୫ (ମଙ୍ଗଳବାର) ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?