Posted inଭଦ୍ରକ

୩୯ ପାଣି ପଞ୍ଚାୟତରେ ଭୋଟର ତାଲିକା ସଂଶୋଧନ

ବନ୍ତ, ୨୫।୮ (ଡି.ଏନ.ଏ.) – ଭଦ୍ରକ ଜିଲା ବନ୍ତ ବ୍ଲକର ୨ଟି ସେକ୍ସନ ସମେତ ଭଣ୍ଡାରିପୋଖରୀ ବ୍ଲକର ମଞ୍ଜୁରୀରୋଡ ଓ ହାଟଡିହୀ ବ୍ଲକର ଶାଳନିଅଁା ସେକ୍ସନରେ ଥିବା ୩୯ଟି ପାଣି ପଞ୍ଚାୟତରେ ଭୋଟର ତାଲିକା ସଂଶୋଧନ ଓ ନାମ ପଞ୍ଜୀକରଣ ନେଇ ପ୍ରସ୍ତୁତି ଆରମ୍ଭ ହୋଇଛି। ଶାଳନିଅଁା ଜଳସେଚନ ବିଭାଗ ଉପନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ଅଧୀନରେ ଶାଳନିଅଁା ୧ ନମ୍ବର ସେକ୍ସନ, ବନ୍ତର ୨ ଓ ୩ ନମ୍ବର ସେକ୍ସନ ଏବଂ ମଞ୍ଜୁରୀରୋଡ ୪ ନମ୍ବର ସେକ୍ସନ ରହିଛି। ବନ୍ତର ୨ଟି ସେକ୍ସନରେ ୨୦ଟି ପାଣି ପଞ୍ଚାୟତ ଥିବାବେଳେ ମଞ୍ଜୁରୀରୋଡ ସେକ୍ସନରେ ୧୩ ଏବଂ ଶାଳନିଅଁା ସେକ୍ସନରେ ୬ଟି ପାଣି ପଞ୍ଚାୟତ କାର୍ଯ୍ୟ କରୁଛି। ଆସନ୍ତା ୨୬ ରୁ ୩୧ ତାରିଖ ପୂର୍ବାହ୍ନ ୧୦ଟା ୩୦ରୁ ଅପରାହ୍ନ ୧ ଟା ୩୦ ମଧ୍ୟରେ ସମସ୍ତ କୃଷକ ନିର୍ଦ୍ଧାରିତ ଫର୍ମରେ ଆବେଦନ କରିବା ସହ ଆବଶ୍ୟକ ଜମି କାଗଜପତ୍ର ଓ ଭୋଟର ପରିଚୟ ପତ୍ର ସମ୍ପୃକ୍ତ ସେକ୍ସନ ଅଫିସରେ ଦାଖଲ କରିବାକୁ ପରାମର୍ଶ ଦିଆଯାଇଛି। ଏ ନେଇ ଜଳସେଚନ ବିଭାଗ ପକ୍ଷରୁ ବିଡିଓ, ତହସିଲଦାର, ସମସ୍ତ ସରପଞ୍ଚ, ପାଣି ପଞ୍ଚାୟତ ସଭାପତିମାନଙ୍କୁ ଅବଗତ କରାଯାଇଥିବା ବେଳେ ଡାକବାଜି ଯନ୍ତ୍ର ସାହାଯ୍ୟରେ ସୂଚନା ଦିଆଯାଉଛି।
ପାଣି ପଞ୍ଚାୟତ ନିର୍ବାଚନ ପୂର୍ବରୁ କୃଷକମାନଙ୍କର ତାଲିକା ପ୍ରସ୍ତୁତ କରାଯିବ। ଜମି ଓ ଚାଷ କରୁଥିବା ସମସ୍ତ କୃଷକ ଏଥିରେ ସଭ୍ୟ ହୋଇପାରିବେ। ଗୋଟିଏ ଜମି ପ୍ଲଟରେ ଜଣେ ଭୋଟର ରହିପାରିବେ। ନିଜ କିମ୍ବା ବାପାଙ୍କ ନାମରେ ଥିବା ଜମିରେ ଭୋଟର ହୋଇପାରିବେ। ଜମି ବିକ୍ରି କରିଥିବା ଚାଷୀଙ୍କ ନାମକୁ ବାଦ୍‌ କରାଯାଇ ଜମି କିଣିଥିବା ଚାଷୀଙ୍କ ନାମ ପଞ୍ଜୀକରଣ କରାଯିବ ବୋଲି ବିଭାଗୀୟ ସୂତ୍ରରୁ ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

ହାଇୱାକୁ ଧକ୍କା ଦେଲା ବାଇକ୍‌: ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ

ତିହିଡି,୨୩।୪(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଫତେପୁର ଛକ ନିକଟରେ ଏକ ହାଇୱାକୁ ବାଇକ ଧକ୍କା ଦେଇଛଇ। ଏଥିରେ ଜଣେ ଫାର୍ମାସିଷ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ...

ପୁନରୁଦ୍ଧାର ଅପେକ୍ଷାରେ କୁଣ୍ଡିନଈ

ତିହିଡ଼ି,୨୧।୪(ସଞ୍ଜିତ ବଳ)ଦିନ ଥିଲା କୁଣ୍ଡିନଈ ପାଇଁ ୯ ପଞ୍ଚାୟତ ଶସ୍ୟଶ୍ୟାମଳା ହେଉଥିଲା। ପାର୍ଶ୍ୱବର୍ତ୍ତୀ ଗଁାର ଲୋକଙ୍କ ଜୀବନ ଜୀବିକା ସହ ଯୋଡ଼ି ହୋଇଥିଲା ଏହି ନଦୀ।...

ଭଣ୍ଡାରିପୋଖରୀରେ ନୂଆ-ପୁରୁଣା

ବନ୍ତ,୧୭।୪ (ହରିନାରାୟଣ ମହାନ୍ତି):ସାଧାରଣ ନିର୍ବାଚନରେ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରରେ ଏଥର ହେବ ନୂଆ-ପୁରୁଣା ଲଢ଼େଇ। ବିଜେଡି ପକ୍ଷରୁ ଭଦ୍ରକ ବିଧାୟକ ସଞ୍ଜୀବ କୁମାର...

ଭଦ୍ରକ ଲୋକ ସଭା କ୍ଷେତ୍ର: ରଣାଙ୍ଗନରେ ଅନନ୍ତ, ଅଭିମନ୍ୟୁ, ମଞ୍ଜୁଲତା

ଭଦ୍ରକ,୧୫ା୪(ସନାତନ ରାଉତ): ଭଦ୍ରକ ଲୋକ ସଭା ଆସନରେ ଭାଜପା ଓ ବିଜେଡି ପୁରୁଣା ପ୍ରାର୍ଥୀଙ୍କୁ ଦୋହରାଇଥିବା ବେଳେ କଂଗ୍ରେସ ଶନିବାର ପୂର୍ବତନ ଏମ୍‌ପି ଅନନ୍ତ ପ୍ରସାଦ...

ଡିଭାଇଡର୍‌ ଉପରେ ଚଢ଼ିଗଲା କାର୍‌, ଚାଲିଗଲା ବାପ-ଝିଅଙ୍କ ଜୀବନ, ୩ ଗୁରୁତର

ଭଦ୍ରକ,୧୪ା୪(ସନାତନ ରାଉତ): ପୁରୀରୁ ଖଡ଼ଗପୁର ଆସୁଥିବା ଏକ କାର୍‌ ରବିବାର ଭାରସାମ୍ୟ ହରାଇ ଡିଭାଇଡର ଉପରେ ଚଢ଼ି ଯିବାରୁ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ...

ବ୍ରିଜ୍‌ରୁ ଖସିଲା କଦଳୀ ବୋଝେଇ ଟ୍ରକ୍‌

ଭଦ୍ରକ,୧୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ଗେଲପୁର ଓଭର ବ୍ରିଜରୁ ତଳକୁ ଶୁକ୍ରବାର ଖସି ପଡ଼ିଛି କଦଳୀ ବୋଝେଇ ଟ୍ରକ୍‌। ଟ୍ରକର ଆଗ...

ସମୂହ ନମାଜ ପାଠ କଲେ ୭ ହଜାରରୁ ଊର୍ଦ୍ଧ୍ୱ ମୁସଲମାନ ଧର୍ମାବଲମ୍ବୀ

ଭଦ୍ରକ,୧୧ା୪(ସନାତନ ରାଉତ): ଶାନ୍ତି, ମୈତ୍ରୀ, ତ୍ୟାଗ ଓ ସମର୍ପଣର ପର୍ବ ଇଦ୍‌ ଅବସରରେ ଗୁରୁବାର ଭଦ୍ରକ ଇଦ୍‌ଗାହାଠାରେ ୭ ହଜାରରୁ ଊର୍ଦ୍ଧ୍ୱ ମୁସଲମାନ ଧର୍ମାବଲମ୍ବୀ ସମୂହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri