୩ ଅସୁସ୍ଥ ଯାଯାବର ଶିଶୁଙ୍କ ଚିକିତ୍ସା କରାଗଲା

ବରଗଡ଼ ଅଫିସ୍‌,୨୧।୪: ବରଗଡ଼ର ମହିଳା ଡାକ୍ତର ସୁସ୍ମିତା ଦାଶ ୩ ଯାଯାବର ଶିଶୁଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିବା ସହିତ ମାଗଣାରେ ଔଷଧ ଯୋଗାଇ ଦେଇଛନ୍ତି । ଏହା ସହିତ ଶିଶୁଙ୍କ ଖାଇବା ପାଇଁ ସେ ମାସକ ପାଇଁ ଗୁଣ୍ଡ ଦୁଗ୍ଧ ମଧ୍ୟ ଯୋଗାଇ ଦେଇଛନ୍ତି । ଡା. ଦାଶଙ୍କ ଏଭଳି ସେବାକୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଇଛି । ସୂଚନା ଅନୁଯାୟୀ, ଯାଯାବର ଜୀବନଯାପନ କରୁଥିବା ଉତ୍ତର ପ୍ରଦେଶର ୬୦ଜଣ ଏଠାକୁ ଆସି ଫସି ରହିଛନ୍ତି । ସେମାନଙ୍କ ପାଖରେ ୩ଶିଶୁ ରହିଛନ୍ତି । ବରଗଡ଼ ରେଳଷ୍ଟେଶନ ପାଖ ଏକ ପଡ଼ିଆରେ ତମ୍ବୁ ଟାଣି ସେମାନେ ରହୁଛନ୍ତି । ସୋମବାର ସ୍ଥାନୀୟ ସାମାଜିକ କର୍ମୀ ମହମ୍ମଦ ଅଲିମ, ଭବାନୀ ପ୍ରସାଦ ସାହୁ, ପବିତ୍ର ଦେହେରୀ, ରମେଶ ମହାପାତ୍ର, ଗୁରୁପ୍ରୀତ ସିଂ ପ୍ରମୁଖ ସମ୍ପୃକ୍ତ ଯାଯାବରଙ୍କୁ ଭେଟି ଶୁଖାଖାଦ୍ୟ ଯୋଗାଇ ଦେଇଥିଲେ । ସେତେବେଳେ ସେଠାରେ ୩ଶିଶୁ ଅସୁସ୍ଥ ରହିଥିବା ଜାଣିବାକୁ ପାଇଥିଲେ । ଏହାପରେ ସାମାଜିକ କର୍ମୀ ଅଲିମ ଡା. ଦାଶଙ୍କୁ ସୂଚନା ଦେଇଥିଲେ । ସମ୍ପୃକ୍ତ ଶିଶୁମାନଙ୍କୁ ତାଙ୍କ ପାଖକୁ ଆଣିବାକୁ ଡା. ଦାଶ କହିଥିଲେ । ଏହାପରେ ଅଲିମ ମଙ୍ଗଳବାର ଏକ ଅଟୋରେ ଶିଶୁମାନଙ୍କୁ ସେମାନଙ୍କ ଅଭିଭାବକଙ୍କ ସହିତ ଧରି ଡା. ଦାଶଙ୍କ ପାଖକୁ ଆଣିଥିଲେ । ଡା. ଦାଶ ସ୍ବାସ୍ଥ୍ୟ ପରୀକ୍ଷା କରିବା ସମୟରେ ସାମାଜିକ କର୍ମୀ ସବିତା ମଲ୍ଲିକ, ସଞ୍ଜୁ ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଧରାତିରେ ଚାଲାଣ ହେଉଥିଲା ଗୋରୁ, ମାଡ଼ିବସିଲେ ଗ୍ରାମବାସୀ: ଆଉ ତା’ପରେ…

ମହାକାଳପଡ଼ା,୨୩।୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ପିତାପାଟ ଗ୍ରାମ ପାଇଟାଳ କନ୍ଧା ବାଲି ମାଉଣ୍ଟଠାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଗାଡ଼ିରେ…

ତ୍ରିକୋଣ ପ୍ରେମର କରୁଣ ପରିଣତି: ବିଚ୍‌ ରାସ୍ତାରେ ଦ୍ୱିତୀୟ ପ୍ରେମିକଙ୍କ ମାଆ-ମାମୁଁଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ପ୍ରଥମ ପ୍ରେମିକ

ବାଲେଶ୍ୱର, ୨୩।୫( ବାଞ୍ଛାନିଧି ଦେ) : ରାଜଧାନୀରୁ ଆରମ୍ଭ କରି ସବୁଠି ଏବେ ପ୍ରେମକୁ ନେଇ ଘଟୁଛି ତୁମୁଳକାଣ୍ଡ । ଏଭଳି ଏକ ସାଙ୍ଘାତିକ ଘଟଣା ସାମ୍ନାକୁ…

କୋର୍ଟ ଆଗରେ ବାପାଙ୍କୁ ହାଣିଲେ ୨ ପୁଅ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ସୋର, ୨୩ା୫(ଜନ୍ମେଜୟ ମିଶ୍ର):ଜମିବାଡ଼ି ବିବାଦକୁ କେନ୍ଦ୍ର କରି ବାପାଙ୍କୁ ଗୋଡେଇ ଗୋଡେଇ ହାଣିଛନ୍ତି ୨ ପୁଅ। ତାହା ପୁଣି ସୋର କୋର୍ଟ ସମ୍ମୁଖରେ। ସ୍ଥାନୀୟ ଲୋକେ ଗୁରୁତର…

ଜିଲା ଟପ୍ପର ହେଲେ ଛାତ୍ରୀ ପ୍ରତୀକ୍ଷାରାଣୀ: ଭବିଷ୍ୟତରେ ଏହି କାମ କରିବାକୁ ଲକ୍ଷ୍ୟ

ଲୋଇସିଂହା,୨୩।୫(ସୁଶାନ୍ତ ବାରିକ):ନିକଟରେ ସିଏଚ୍‌ଏସଇ ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇଛି ା ଏଥିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ସକମାସ୍ଥିତ ଯୁବୋଦୟ କଲେଜର…

ତାତିଠୁ ବଳିଯାଇଛି ଜଳକଷ୍ଟ: ପାନୀୟଜଳ ଯୋଗାଣ ପ୍ରକଳ୍ପ ଅଚଳ

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ):ବର୍ତ୍ତମାନ ତାତିର ପ୍ରକୋପ ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। କେବଳ ବାହାରେ ନୁହେଁ, ଘରେ ରହିଲେ ମଧ୍ୟ ଜୀବନ ଦହଗଞ୍ଜ ହୋଇ ପଡ଼ୁଛି। ଏଭଳି ସ୍ଥିତିରେ…

ହଠାତ୍‌ ଚଳନ୍ତା କାର୍‌ରେ ଲାଗିଲା ନିଆଁ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୨୨।୫(ଅନାଥ ତରାଇ/ଦିଲ୍ଲୀପ ସାମଲ)ଜାତୀୟ ରାଜପଥ ହୁମା ହାଟ ପଡ଼ିଆ ନିକଟରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଧରାତିରେ ଏକ ଚଳନ୍ତା କାର୍‌ରେ ହଠାତ ନିଆଁ ଲାଗିଯିବାରୁ ତାହା…

୨ ସାହି ମଧ୍ୟରେ ମହାଭାରତ: ଥାନା ସମ୍ମୁଖରେ ମାରପିଟ ହୋଇ…

ରାୟଗଡ଼ା,୨୩।୫( ସୁଜାତା ପାଢ଼ୀ): ରାୟଗଡ଼ ସହର ଥାନା ସମ୍ମୁଖରେ ଦୁଇ ଗୋଷ୍ଠୀର ଲୋକଙ୍କ ମଧ୍ୟରେ ମାରପିଟ ସହ ଅଶାନ୍ତି ଦେଖାଦେଇଛି । ଦୁଇ ସାହି ମଧ୍ୟରେ ବଚ୍‌ସା…

ଶୁଭିଲା ପ୍ରଚଣ୍ଡ ଶବ୍ଦ : ହଠାତ୍‌ ଘର କାନ୍ଥ ଫାଟି ଆଁ କରିଲା, ଜୀବନ ବିକଳରେ ଦୌଡ଼ି ଆସିଥିଲେ ପରିବାର ଲୋକେ

ଆନନ୍ଦପୁର, ୨୩।୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲାରୁ ଲୁହାପଥର ଚାଲାଣ ପାଇଁ ଜେଏସଡବ୍ଲୁ କମ୍ପାନୀ ପକ୍ଷରୁ ଏମ୍ପ୍ରୋକନ ଠିକା ସଂସ୍ଥା ଦ୍ୱାରା ୨୦ ନମ୍ବର ଜାତୀୟ ରାଜପଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri