୩ ଗ୍ରାମରେ ବିଦ୍ୟୁତ୍‌ ସମସ୍ୟା: ସେସୁ କାର୍ଯ୍ୟାଳୟ ଘେରିଲେ ଆଦିବାସୀ ଲୋକେ

ନୂଆଗାଁ,୫ା୯ (ଡି.ଏନ.ଏ.): ବିଦ୍ୟୁତ୍‌ ସମସ୍ୟା ନେଇ ବୁଧବାର ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଜାକେଡା ପଞ୍ଚାୟତର ସାନଜିରି, ବଡଜିରି ଓ ତାକୁଡା ଗ୍ରାମର ୫୦ରୁ ଉର୍ଦ୍ଧ୍ୱ ଆଦିବାସୀ ନୂଆଗାଁ ସେସୁ କାର୍ଯ୍ୟାଳୟ ଘେରାଉ କରିଥିଲେ ।
ପ୍ରକାଶ ଯେ, ଦୀର୍ଘବର୍ଷ ପରେ ଉପରୋକ୍ତ ୩ ଗ୍ରାମକୁ ଗତବର୍ଷ ବିଦ୍ୟୁତ୍‌ ସେବା ଯୋଗାଇ ଦିଆଯାଇଥିଲା। ଏଥିରେ ଲୋକମାନେ ଖୁସି ହେବା ସହ ଘର ପିଛା ଦୁଇ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ବିଭାଗୀୟ କର୍ମଚାରୀଙ୍କୁ ପ୍ରଦାନ କରିଥିଲେ। ଏପରିସ୍ଥଳେ ମାତ୍ର ଏକମାସ ସମସ୍ୟା ଦେଖାଦେଇଥିଲା । ଫଳରେ ତିନି ଗ୍ରାମବାସୀ ପୂର୍ବଭଳି ବିଦ୍ୟୁତ୍‌ ସେବାରୁ ବଞ୍ଚତ୍ତ ହୋଇଥିଲେ । ଏ ନେଇ ଗ୍ରାମବାସୀ ବିଭାଗୀୟ କର୍ମଚାରୀଙ୍କୁ ବାରମ୍ବାର ଗୁହାରି କରିଥିଲେ ମଧ୍ୟ କେହି ଶୁଣି ନ ଥିଲେ । ବରଂ ଆଜି କାଲି କହି ସମୟ ଗଡାଇ ଚାଲିଥିଲେ। ୬ମାସ ବିତିଯାଇଥିଲେ ମଧ୍ୟ ସୁଫଳ ମିଳି ନ ଥିଲା। ଶେରେ ସେମାନେ ଜାକେଡା ସରପଞ୍ଚ ତ୍ରିଲୋଚନ ସାହୁଙ୍କୁ ଜଣାଇ ସେସୁ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଥିଲେ। ସେସୁ କନିଷ୍ଠ ଯନ୍ତ୍ରୀଙ୍କ ଅନୁପସ୍ଥିତିରେ ଫିଡ୍‌କୋ କନିଷ୍ଠ ଯନ୍ତ୍ରୀ ଶୁଭେନ୍ଦୁ ମିଶ୍ର ଘଟଣାସ୍ଥଳରେ ପହଞ୍ଚତ୍ ୩ ଦିନ ମଧ୍ୟରେ ସମସ୍ୟା ଦୂର କରିବା ପାଇଁ ଲିଖିତ ପ୍ରତିଶ୍ରୁତି ଦେବା ପରେ ଲୋକମାନେ ଧାରଣାରୁ ଉଠିଥିଲେ। କେବଳ ଏହି ତିନି ଗ୍ରାମ ନୁହେଁ, ବ୍ଲକର ଏପରି ଅନେକ ଗ୍ରାମରେ ବିଦ୍ୟୁତ୍‌ ସମସ୍ୟା ଦେଖାଦେଇଥିଲେ ମଧ୍ୟ ବିଭାଗ ଏଥିପ୍ରତି ଦୃଷ୍ଟି ଦେଉ ନ ଥିବାରୁ ଜନଅସନ୍ତୋଷ ଲାଗିରହିିଛି । ଏ ସମ୍ପର୍କରେ ସେସୁ କନିଷ୍ଠ ଯନ୍ତ୍ରୀ ଶ୍ରୀନିବାସ ରାଓଙ୍କୁ ପଚାରିବାରୁ ସେ କର୍ମଚାରୀଙ୍କ ଅଭାବ ଥିବାରୁ ସବୁ କାର୍ଯ୍ୟ କରିବା ସମ୍ଭବ ହେଉ ନ ଥିବା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri