୩ ଘଣ୍ଟା ଧରି ଚାଲିବ ଲ୍ୟାଣ୍ଡଫଲ ପ୍ରକ୍ରିୟା

ଭୁବନେଶ୍ବର,୨୬।୯: ଆରମ୍ଭ ହୋଇଯାଇଛି ବାତ୍ୟା ‘ଗୁଲାବ’ର ଲ୍ୟାଣ୍ଡଫଲ ପ୍ରକ୍ରିୟା। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରାୟ ୩ ଘଣ୍ଟା ଧରି ଏହି ଲ୍ୟାଣ୍ଡଫଲ ପ୍ରକ୍ରିୟା ଜାରି ରହିବ।

ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି, ବାତ୍ୟା ବର୍ତ୍ତମାନ ଆନ୍ଧ୍ରପ୍ରଦେଶର ଉତ୍ତର ଉପକୂଳ ଓ ଓଡ଼ିଶାର ଦକ୍ଷିଣ ଉପକୂଳକୁ ଛୁଇଁଛି। କଳିଙ୍ଗପାଟ୍ଟନମଠାରୁ ୨୫ କି.ମି ଦୂରରେ ଏହା ଉପକୂଳକୁ ଅତିକ୍ରମ କରିବ। ବର୍ତ୍ତମାନ ପୁରୀରେ ଘଣ୍ଟା ପ୍ରତି ୩୧ କିଲୋମିଟର ବେଗରେ ପବନ ବୋହୁଥିବା ବେଳେ ଗୋପାଳପୁରରେ ଘଣ୍ଟା ପ୍ରତି ୨୬ କି.ମି ବେଗରେ ପବନ ବୋହୁଥିବା ସୂଚନା ଦେଛନ୍ତି।

ବାତ୍ୟା ଉପକୂଳ ନିକଟକୁ ଯେତେକି ପାଖେଇ ଆସିବ ପବନର ବେଗ ସେତେ ବଢିବ। ପୂର୍ବାନୁମାନ ମୁତାବକ ପବନର ବେଗ ସର୍ବାଧିକ ୭୫ରୁ ୮୫ କି.ମି ବେଗ ରହିପାରେ। ବେଳେବେଳେ ୯୫ କି.ମି ବେଗରେ ଝଟକା ଅନୁଭୁତ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଗଞ୍ଜାମ ଓ ଗଜପତିରେ ସର୍ବାଧିକ ପ୍ରଭାବ ପଡିବ ବୋଲି ଆଇଏମଡି ଡିଜି କହିଛନ୍ତି । ଗୋପାଳପୁର, ପୁରୀ ଏବଂ ଧାମରା ବନ୍ଦର ପାଇଁ ବିପଦ ସଙ୍କେତ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡୋନାଲ୍ଡ ଟ୍ରମ୍ପଙ୍କ ଧମକର ଜବାବ କାହିଁକି ଦିଅନ୍ତି ଇରାନୀ ବାଚସ୍ପତି? ମୋଜତାବା ଖାମେନେଇ କିମ୍ବା ଆରାଘଚି କାହିଁକି ନୁହଁନ୍ତି? ଜାଣନ୍ତୁ…

ତେହରାନ,୯।୭: ଇରାନ-ଆମେରିକା ବିବାଦରେ ଏକ ସ୍ବତନ୍ତ୍ର ନମୁନା ଦେଖାଦେଇଛି: ଯେତେବେଳେ ବି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ବିରୁଦ୍ଧରେ ଏକ କଡ଼ା ବିବୃତ୍ତି ଦିଅନ୍ତି, ସେତେବେଳେ…

ଶ୍ୱଶୁର ଘରେ ପେଟ୍ରୋଲ ଢାଳି ମହିଳାଙ୍କ ଆତ୍ମାହୁତି ଉଦ୍ୟମ, କାରଣ ଜାଣିଲେ ହେବେ…

ଵ୍ରହ୍ମପୁର,୯।୭(ସୁବାସ ଚନ୍ଦ୍ର ପାଢ଼ୀ): ଶାଶୁ ଘରେ ଆତ୍ମାହୁତି ଉଦ୍ୟମ କଲେ ମହିଳା । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ନିମଖଣ୍ଡି ଥାନା…

ମିଳୁନି ୧୫ ମତ୍ସଜୀବୀଙ୍କ ପତ୍ତା, ବାଲେଶ୍ବରରୁ ରହିଛନ୍ତି ୩ ଭାଇ

ଭୋଗରାଇ,୯।୭(ପ୍ରଦୀପ ଦାସ): ଲଘୁଚାପ କାରଣରୁ ସମୁଦ୍ର ଅଶାନ୍ତ ରହିଛି । ଏଭକି ସ୍ଥିତିରେ ଓଡିଶା ସୀମାନ୍ତ ପଶ୍ଚିମବଙ୍ଗ ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ରରୁ ମା କାଳୀ ନାମକ…

କଟକରେ ଦୁର୍ଘଟଣା; ବାଇକ୍‌ ଆରୋହୀଙ୍କ ଉପରେ ଚଢ଼ିଗଲା ଆମ ବସ୍‌, ତାପରେ…

କଟକ,୯।୭(ପ୍ରଭୁକଲ୍ୟାଣ ପାଲ୍): ପୁଣି ଦୁର୍ଘଟଣା କଲା ଆମ ବସ୍ । କଟକ ବାଦାମବାଡ଼ି ମଲାଚଣ୍ଡିଆ ଛକ ନିକଟରେ ଏକ ବାଇକ ଉପରେ ଚଢ଼ିଲା ଆମ ବସ୍ ।…

ସରକାରଙ୍କ ଅଣଦେଖା! ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଆଶାକର୍ମୀ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ କାର୍ଯ୍ୟରତ ଆଶାକର୍ମୀଙ୍କ ପ୍ରତି ସରକାର ଅଣଦେଖା ମନୋଭାବ ପୋଷଣ କରୁଛନ୍ତି । ଏଭଳି ଅଭିଯୋଗ ଆଣି ଗୁରୁବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ରଣହୁଙ୍କାର ଦେଇଛନ୍ତି…

ପ୍ରଧାନମନ୍ତ୍ରୀ ମୋଦି କ୍ରିକେଟ ମ୍ୟାଚ ସହ ଟସ ବିଷୟରେ କାହିଁକି କହିଲେ? ହସ ରୋକି ପାରିଲେନି ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆଲବାନିଜ

ମେଲବୋର୍ନ,୯।୭: ଅଷ୍ଟ୍ରେଲିଆରେ ପହଞ୍ଚିବା ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲବୋର୍ନରେ ତାଙ୍କ ଭାଷଣ ସମୟରେ କ୍ରିକେଟ ବିଷୟ ଉଠାଇ ପରିବେଶକୁ ହାଲୁକା କରିଥିଲେ। ଏକ ମିଳିତ ପ୍ରେସ…

NDAରେ ଯୋଗ ଦେବେ ଶରଦ ପାଓ୍ବାର? କଳ୍ପନା ଜଳ୍ପନା ମଧ୍ୟରେ ଦଳ ଭିତରେ ମତଭେଦ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ପୁଣି ଥରେ ଏକ ବଡ଼ ରାଜନୈତିକ ଅସ୍ଥିରତା ସୃଷ୍ଟି ହେବାର ଚର୍ଚ୍ଚା ଜୋର ଧରିଛି। ‘ଅପରେସନ ଟାଇଗର’ ପରେ, ‘ଅପରେସନ ଟୁଟାରି’ ସମ୍ପର୍କରେ ଆଲୋଚନା…

ମେଡ଼ିକାଲ ଯିବା ବାଟରେ ଖରାପ ହେଲା ଆମ୍ବୁଲାନ୍ସ: ୩ ଘଣ୍ଟା ଛଟପଟ ହୋଇ ଚାଲିଗଲା ନାବାଳିକାଙ୍କ ଜୀବନ

ଭବାନୀପାଟଣା,୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗୁରୁବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଯାନ୍ତ୍ରିକ ତ୍ରୁଟି ଯୋଗୁ ଏକ ଆମ୍ବୁଲାନ୍ସ ଦୀର୍ଘ ୩ ଘଣ୍ଟା ଧରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri