୩ ଜିଲାକୁ ରେଡ୍‌ ଓ୍ବାର୍ଣ୍ଣିଂ, ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୨୯।୭(ବ୍ୟୁରୋ): ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ତେବେ ଏହା ମଧ୍ୟରେ ୩ ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ରେଡ୍‌ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ଉକ୍ତ ଜିଲାଗୁଡ଼ିକ ହେଲା କୋରାପୁଟ, ନବରଙ୍ଗପୁର ଓ ମାଳକାନଗିରି। ୨୪ ଘଣ୍ଟା ମଧ୍ୟରେ ଏହିସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଅନ୍ୟପକ୍ଷରେ ଆସନ୍ତା ସପ୍ତାହେ ଯାଏ ସାରା ରାଜ୍ୟରେ ବର୍ଷା ଲାଗିରହିବ।