୩ ଦିନ ପରେ ଟଳିଲା ବସ୍‌ ଧର୍ମଘଟ

ବ୍ରହ୍ମପୁର ଅଫିସ,୨୯ା୧୧- ୩ ଦିନ ପରେ ଧର୍ମଘଟରୁ ହଟିଛନ୍ତି ଗଞ୍ଜମ ଘରୋଇ ବସ୍‌ ମାଲିକ ସଂଘ।ବ୍ରହ୍ମପୁର ସିଟି ବସ୍‌ଷ୍ଟାଣ୍ଡରୁ ଘରୋଇ ବସ୍‌ ଚଳାଚଳ କରିବା ନେଇ ମନ୍ତ୍ରୀଙ୍କ ପ୍ରତିଶ୍ରୁତି ପରେ ବସ୍‌ ମାଲିକ ସଂଘ ଧର୍ମଘଟରୁ ହଟିଛନ୍ତି। ରାଜ୍ୟ ବସ୍‌ ମାଲିକ ସଂଘ ଓ ପରିବହନ ମନ୍ତ୍ରୀଙ୍କ ମଧ୍ୟରେ ଗୁରୁବାର ଅନୁଷ୍ଠିତ ବୈଠକରେ ହୋଇଥିବା ନିଷ୍ପତ୍ତି ପ୍ରକାରେ ବ୍ରହ୍ମପୁର ସିଟି ବସ୍‌ଷ୍ଟାଣ୍ଡର ଅଧା ଅଞ୍ଚଳରେ ବିଡିଏ ନିର୍ମାଣ କାର୍ଯ୍ୟ କରିବ। ଅନ୍ୟ ଅଧା ଅଞ୍ଚଳରୁ ଘରୋଇ ବସ୍‌ ଚଳାଚଳ କରିବ। ଗୁରୁବାର ରାତିରେ ଦୂରସ୍ଥାନ ତଥା ଜାତୀୟ ରାଜପଥ ଦେଇ ଆସୁଥିବା ସମସ୍ତ ଘରୋଇ ବସ୍‌ ଏଣିକି ହଳଦିଆପଦର ଯିବା ପରେ ସିଟି ବସ୍‌ଷ୍ଟାଣ୍ଡକୁ ଆସିବ ବୋଲି ବୈଠକରେ ନିଷ୍ପତ୍ତି ନିଆଯାଇଥିବା କମିଶନର ତଥା ବିଡିଏ ଉପାଧ୍ୟକ୍ଷ ଚକ୍ରବର୍ତ୍ତୀ ସିଂ ରାଠୋର ସୂଚାଇଛନ୍ତି। ସୂଚନାଯୋଗ୍ୟ, ବ୍ରହ୍ମପୁର ସିଟି ବସ୍‌ଷ୍ଟାଣ୍ଡ ମରାମତି ତଥା ପୁନଃ ନିର୍ମାଣ ପାଇଁ ୨ ମାସ ବନ୍ଦ କରିବାକୁ ବିିଡିଏ ପକ୍ଷରୁ ନିଷ୍ପତ୍ତି ନିଆଯାଇଥିଲା। ଏହି ସମୟରେ ସମସ୍ତ ଘରୋଇ ବସ୍‌ ହଳଦିଆପଦର ଷ୍ଟାଣ୍ଡରୁ ଚଳାଚଳ କରିବାକୁ ବିଡିଏ ପକ୍ଷରୁ ନଭେମ୍ବର ୨୦ରେ ନୋଟିସ ଜାରି କରାଯାଇଥିଲା। ଏହାକୁ ବିରୋଧ କରି ସୋମବାରରୁ ବସ୍‌ ମାଲିକ ସଂଘ ଧର୍ମଘଟକୁ ଓହ୍ଲାଇଥିଲେ। ଏନେଇ ଗୁରୁବାର ପରିବହନ ମନ୍ତ୍ରୀଙ୍କ ସହ ରାଜ୍ୟ ବସ୍‌ ମାଲିକ ସଂଘ ଆଲୋଚନା କରିଥିଲେ। ଆଲୋଚନାରେ ବିଡିଏ ଉପାଧ୍ୟକ୍ଷ ତଥା ବିଏମ୍‌ସି କମିଶନର ଚକ୍ରବର୍ତ୍ତୀ ସିଂ ରାଠୋର, ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା, ଗୋପାଳପୁର ବିଧାୟକ ପ୍ରଦୀପ କୁମାର ପାଣିଗ୍ରାହୀ, ପରିବହନ କମିଶନର ଓ ସଚିବଙ୍କ ଉପସ୍ଥିତିରେ ଏହି ନିଷ୍ପତ୍ତି ନିଆଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୈଠକରେ ଜିଲାପାଳଙ୍କ ବଡ଼ ସୂଚନା: ଜୁନ ୧ ତାରିଖଠୁ ଆରମ୍ଭ ହେବ…

ଛତ୍ରପୁର ,୧୮।୫(ଦିଲ୍ଲୀପ ସାମଲ) : ଛତ୍ରପୁରରେ ମେ’ ୪ ତାରିଖ ଠାରୁ ଚାଲିଛି ଆରାଧ୍ୟ ଦେବୀ ମା ରାମାୟାଣାମ୍ମା ଠାକୁରାଣୀ ଯାତ୍ରା । ଏହାକୁ ଆହୁରୀ ଆକର୍ଷଣ…

ବିଦ୍ୟାଳୟରୁ ରାଶନ ଚୋରି କରୁଥିଲେ ପ୍ରଧାନଶିକ୍ଷକ, ସଭାପତି: ହଠାତ୍‌ ପହଞ୍ଚିଗଲେ ଗ୍ରାମବାସୀ, ଆଉ ତା’ପରେ…

ବୁଗୁଡ଼ା, ୧୮।୫(କାଳିଚରଣ ଦାଶ ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ କରସିଙ୍ଗି ଗ୍ରାମର ଉନ୍ନୀତ ଉଚ୍ଚ ବିଦ୍ୟାଳୟରୁ ଚୋରି କରୁଥିବାବେଳେ ପ୍ରଧାନଶିକ୍ଷକ , ସଭାପତିଙ୍କୁ ମାଡ଼ିବସିଲେ ଗ୍ରାମବାସୀ।…

ବ୍ଳକ ପ୍ରଶାସନ ବିରୋଧରେ ସରପଞ୍ଚ ସଂଘର ରଣ ହୁଙ୍କାର: ଆନ୍ଦୋଳନ ପାଇଁ ଦେଲେ ଚେତାବନୀ, ବିଧାୟକ,ଏମ୍‌ପିଙ୍କୁ..

ଦିଗପହଣ୍ଡି,୧୮।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା -ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟରେ ଅବସ୍ଥାପିତ ପ୍ରଶାସନିକ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପରେ ବିଭିନ୍ନ ପଞ୍ଚାୟତର ସରପଞ୍ଚ , ସମିତିସଭ୍ୟ, ଜିଲା ପରିଷଦ…

କଂଗ୍ରେସ ମହିଳାଙ୍କ ମଶାଲ ଶୋଭାଯାତ୍ରା: ଜିଲାପାଳ ଅଫିସଠାରେ ବିକ୍ଷୋପ ପ୍ରଦର୍ଶନ, ଏହି କାରଣ ପାଇଁ…

ବଲାଙ୍ଗୀର,୧୮।୫ (ସୁନୀଲ କୁମାର ମହାନ୍ତି ) : ବଲାଙ୍ଗୀର ଜିଲା କଂଗ୍ରେସ କମିଟି ପକ୍ଷରୁ ସୋମବାର ସାରେ ଏକ ମଶାଲ ଶୋଭାଯାତ୍ରା କରାଯାଇ ଜିଲାପାଳ ଅଫିସ ଠାରେ…

ଅଧିକାରୀଙ୍କ ବିରୋଧରେ ଅସନ୍ତୋଷ ଝାଡିଲେ ସ୍ଥାନୀୟ ଲୋକେ, ପଞ୍ଚାୟତ କାର୍ଯ୍ୟାଳୟ ସାମ୍ନାରେ…

ଥୁଆମୂଳ ରାମପୁର, ୧୮ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାସ୍ଥିତ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ କାର୍ଯ୍ୟରତ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପ ଓ…

ପେଟ୍ରୋଲ ପମ୍ପ ଉପରେ ଅଚାନକ ଚଢାଉ କଲେ ଜିଲାପାଳ, ଏସପି: କହିଲେ ଜିଲାରେ ଆହୁରି ଏତେ ଲିଟର ତେଲ ଗଚ୍ଛିତ

ଭବାନୀପାଟଣା,୧୮।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ତୈଳ ଯୋଗାଣ ବିତରଣରେ ଅନିୟମିତତା ହେଉଥିବାର ଅଭିଯୋଗ ଆସିଛି। ଯାହାକୁ ନେଇ ସୋମବାର ଜିଲାପାଳ ପାୱାର ସଚିନ ପ୍ରକାଶ,ଏସପି ନାଗରାଜ ଦେବରକୋଣ୍ଡା…

ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ପୂର୍ବତନ ତହସିଲଦାର: ୩ ବର୍ଷ ସଶ୍ରମ କାରାଦଣ୍ଡ ସହ…

ଗୁଣପୁର,୧୮।୫(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁରର ପୂର୍ବତନ ଅବସରପ୍ରାପ୍ତ ତହସିଲଦାର ଖୀରାବ୍ଦି ବେହେରା ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି l ତାଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା…

ମୃତ୍ୟୁର ୯ ଦିନ ପରେ ମାଟି ତଳୁ ଖୋଳି ବାହାର କରାଗଲା ଅଢ଼େଇ ବର୍ଷର ଶିଶୁର ଶବ, କାରଣ ଜାଣିଲେ ହୋଇଯିବେ ତାଜୁବ

ଧର୍ମଶାଳା,୧୮।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ନୋସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବକୁ ମିଳିଛି । ଅଢ଼େଇ ବର୍ଷର ଶିଶୁର ମୃତ୍ୟୁ ହେବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri