ଅନୁଗୋଳ ଅଫିସ, ୧୮।୬ମାସେ ତଳେ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ଅଜଣା ମହିଳା ରୋଗୀଙ୍କୁ ସାମାଜିକ କର୍ମୀମାନେ ଭର୍ତ୍ତି କରିଥିଲେ। ସେଠାରେ ଚିକିତ୍ସାଧୀନ ଥିବା ବେଳେ ସମ୍ପୃକ୍ତା ମହିଳାଙ୍କ ପରିଚୟ ମିଳିଥିଲା। ଡାକ୍ତରଖାନା କର୍ତ୍ତୃପକ୍ଷ ଓ ପୋଲିସ ତାଙ୍କ ଘରକୁ ଖବର ପଠାଇବା ସହ ମେଡିକାଲ ଆସି ଦେଖାଶୁଣା କରିବାକୁ ଅନୁରୋଧ କରିଥିଲେ। ହେଲେ ପରିବାରର କୌଣସି ସଦସ୍ୟ ଆସି ନ ଥିଲେ। ଏପରି କି ମହିଳାଙ୍କ ମୃତ୍ୟୁ ଘଟିଥିବା ନେଇ ପରିବାରକୁ ଖବର ଦିଆଯାଇଥିଲା। ମୃତଦେହ ନେଇଯିବାକୁ ବାରମ୍ବାର ଅନୁରୋଧ କରାଯାଇଥିଲା। କିନ୍ତୁ ମହିଳାଙ୍କ ଝିଅ, ପୁଅ କିମ୍ବା ସମ୍ପର୍କୀୟ କେହି ବି ଆସି ନ ଥିଲେ। ୩ ଦିନ ଧରି ମେଡିକାଲରେ ମୃତଦେହ ପଡ଼ି ରହିବା ପରେ ରବିବାର ଅନୁଗୋଳର ସାମାଜିକ କର୍ମୀମାନେ ସ୍ଥାନୀୟ ଶ୍ମଶାନରେ ଶେଷକୃତ୍ୟ ସମ୍ପନ୍ନ କରିଥିବା ଖବର ମିଳିଛି।
ସୂଚନା ଅନୁଯାୟୀ, ମୃତ ମହିଳାଙ୍କ ଘର ମହୀଧରପୁର ଅଞ୍ଚଳରେ। ଅନୁଗୋଳର ଏକ ଘରୋଇ ହଷ୍ଟେଲରେ ସେ ରୋଷେୟା ଭାବେ କାର୍ଯ୍ୟ କରୁଥିଲେ। ମାସେ ତଳେ ସେ ଅସୁସ୍ଥ ହୋଇପଡ଼ିବାରୁ ସାମାଜିକ କର୍ମୀମାନେ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ହେଲେ ୩ ଦିନ ତଳେ ତାଙ୍କର ମୃତ୍ୟୁ ହୋଇଥିଲା। ଏ ସମ୍ପର୍କରେ ତାଙ୍କ ପରିବାରକୁ ମେଡିକାଲ ଓ ପୋଲିସ ପକ୍ଷରୁ ଜଣାଇ ଦିଆଯାଇଥିଲା। ସ୍ଥାନୀୟ ଅଞ୍ଚଳର ଜଣେ ଜନପ୍ରତିନିଧି ମଧ୍ୟ ମହିଳାଙ୍କ ଘରକୁ ଯାଇ ଖବର ଦେବା ସହ ମା’ଙ୍କ ମୃତଦେହ ଆଣିବାକୁ ଝିଅ ଓ ପୁଅଙ୍କୁ ବୁଝାଶୁଝା କରିଥିଲେ। କିନ୍ତୁ ପରିବାର ଲୋକେ ନ ଆସିବାରୁ ଶେଷରେ ରବିବାର ସନ୍ଧ୍ୟାରେ ଅନୁଗୋଳର ସାମାଜିକ କର୍ମୀ ପ୍ରତାପ ମହାପାତ୍ର ଓ ରୁକେଶ ରୋଷନ ଦାସ ମୃତଦେହ ନେଇ କରଡ଼ାଗାଡ଼ିଆସ୍ଥିତ ଶ୍ମଶାନରେ ସଂସ୍କାର କରିଥିବା ଜଣାପଡ଼ିଛି।
ବାୟୁ ପ୍ରଦୂଷଣ: ଦେଶର ୬ଷ୍ଠ ସ୍ଥାନରେ ଅନୁଗୋଳ
ଅନୁଗୋଳ,୨୭।୧୧(ଦିବ୍ୟଶାନ୍ତନୁ ନାଥ): ଅନୁଗୋଳ ଜିଲାରେ ବାୟୁର ମାନ ୩ଦିନ ହେବ ଲଗାତର ବିପଦସଂକେତ ଉପରେ ରହିଛି। ବାୟୁମଣ୍ଡଳରେ ଦିନକୁ ଦିନ ପ୍ରଦୂଷଣର ମାତ୍ରା ବୃଦ୍ଧି ହେଉଥିବା...
ପରକୀୟା ପ୍ରୀତିରୁ ଯୁବକଙ୍କୁ ଠେଙ୍ଗାରେ ପିଟି ହତ୍ୟା
ବନ୍ତଳା,୨୩।୧୧ (ସୁଶିତ ସାହୁ): ପରକୀୟା ପ୍ରୀତିରୁ ଘଟିଛି ହତ୍ୟାକାଣ୍ଡ। ଜଣେ ଯୁବକଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କରାଯାଇଛି । ଅନୁଗୋଳ ବ୍ଲକ ବନ୍ତଳା ଥାନା...
ଆଉଘରକୁ ଫେରିଲେନି ଡେଲିଭରି ବୟ ବୟ: ଲକ୍ଷ୍ମୀବସ୍ ସହ ହେଲା…
ବଇଣ୍ଡା,୨୦।୧୧(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଠାକୁରଗଡ ଥାନା ଦିନବନ୍ଧୁପୁର ନିକଟରେ ଗୁରୁବାର ସକାଳେ ଲକ୍ଷ୍ମୀ ବସ୍ ସହ ଏକ ବାଇକ ମୁହାଁମୁହିଁ ଧକ୍କା ହୋଇଛି। ଏହି...
ଗଛରେ ପିଟିହେଲା ବାଇକ୍, ଚାଲିଗଲା ଜଣଙ୍କ ଜୀବନ
ବଇଣ୍ଡା,୧୬ା୧୧(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଠାକୁରଗଡ଼ ଥାନା ଚିନ୍ତାମଣିପୁର ନିକଟରେ ରବିବାର ସନ୍ଧ୍ୟାରେ ଏକ ବାଇକ୍ ଗଛରେ ପିଟି ହୋଇଯିବାରୁ ଜଣଙ୍କର ଜୀବନ ଯାଇଛି। ମୃତକ...
ଅପରାଧୀଙ୍କୁ ଗିରଫ ଦାବିରେ ଜିଲାପାଳ ଅଫିସ ସମ୍ମୁଖରେ ବିକ୍ଷୋପ
ଅନୁଗୋଳ, ୧୧।୧୧ ( ମାନସ ବିଶ୍ୱାଳ): ଅଲ ଇଣ୍ଡିଆ ମୂଳନିବାସୀ ସଂଘ ପକ୍ଷରୁ ଘର ପୋଡିଥିବା ଅପରାଧୀଙ୍କୁ ଗିରଫ ଦାବିରେ ମଙ୍ଗଳବାର ଜିଲାପାଳ ଅଫିସ ସମ୍ମୁଖରେ...
ଡିଭାଇଡରରେ ପିଟିହେଲା ତୀର୍ଥଯାତ୍ରୀ ଗାଡ଼ି
ବଇଣ୍ଡା,୭ା୧୧(ପରୀକ୍ଷିତ ସାହୁ): କଟକ ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜ ପଥର ହଣ୍ଡପା ଥାନା ଲୁହାମୁଣ୍ଡାଠାରେ ଶୁକ୍ରବାର ଭୋର୍ ସମୟରେ ଏକ ତୀର୍ଥଯାତ୍ରୀ ଗାଡ଼ି ଡିଭାଇଡରରେ...
ଅନୁଗୋଳରେ ଲଜ୍ଜା: ନାବାଳିକା ଭଉଣୀକୁ ବଳତ୍କାର କଲା ଭାଇ
ଛେଣ୍ଡିପଦା,୩।୧୧: ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଅଞ୍ଚଳରେ ନିଜ ନାବାଳିକା ଭଉଣୀକୁ ବଡ଼ ଭାଇ ବଳତ୍କାର କରିଥିବା ଅଭିଯୋଗ ହୋଇଛି। ଘରେ କେହି ନଥିବା ବେଳେ...
ଜିଏମ୍ଡିସି: ଗୁଜରାଟରୁ ଆସି ଖାଇଗଲେ
ଅନୁଗୋଳ,୨୮ା୧୦(ଦିବ୍ୟଶାନ୍ତନୁ ନାଥ)/ଛେଣ୍ଡିପଦା (ଅଜିତ ଧଳ): ଖଣି ଖନନ ହେଲେ ରୋଜଗାର ବଢ଼ିବ। ଲୋକଙ୍କ ଆର୍ଥିକ ଅବସ୍ଥାରେ ସୁଧାର ଆସିବ। ଏପରି ବିଭିନ୍ନ ପ୍ରକାର ପ୍ରଲୋଭନ ଦେଖାଇ ଅନୁଗୋଳ...
Archives


