୩ ନାଗୁଣୀ ସହ ୫୭ ଅଣ୍ଡା ଉଦ୍ଧାର

ଭୁବନେଶ୍ୱର,୨୫।୪(ବ୍ୟୁରୋ)- ପୁରୀ ଜିଲା କଣାସ ବ୍ଲକ ଗଡ଼ିଶାଗଦା ପଞ୍ଚାୟତର ବିଲପାଟଣା ଗ୍ରାମରୁ ବୁଧବାର ୩ ନାଗୁଣୀ ସହ ୫୭ ଅଣ୍ଡା ଉଦ୍ଧାର କରାଯାଇଛି। ଗ୍ରାମର ରଶ୍ମିକାନ୍ତ ପରିଡ଼ା ସକାଳୁ ପାଳଗଦାରୁ କୁଟା ଆଣିବାକୁ ଗଲାବେଳେ ଏକ ନାଗସାପ ପାଳଗଦା ତଳେ ପଶିଯିବାର ଦେଖିଲେ। ନିରେଖି କରି ଦେଖିବାରୁ ପାଳଗଦା ତଳେ ଥିବା ଏକ ଗାତ ଭିତରେ କିଛି ଅଣ୍ଡା ଦେଖିବାକୁ ପାଇଲେ। ନାଗୁଣୀ ଅଣ୍ଡା ଦେଇଛି ଶୁଣି ସେଠାରେ ଗ୍ରାମବାସୀଙ୍କର ଭିଡ଼ ଜମିଥିଲା। ସ୍ନେକ ହେଲ୍ପଲାଇନ୍‌ର ସ୍ଥାନୀୟ ସଦସ୍ୟ ସୁଶାନ୍ତ ବେହେରା ଘଟଣାସ୍ଥଳରେ ପହଞ୍ଚି ଗ୍ରାମବାସୀଙ୍କ ସହ ମିଶି ଏକ ନାଗୁଣୀ ଓ ତା’ର ୧୩ ଅଣ୍ଡାକୁ ଉଦ୍ଧାର କରିଥିଲେ। ଆଉ ସାପ ଥିବା ଆଶଙ୍କାରେ ଉକ୍ତ ପାଳଗଦାକୁ ସମ୍ପୂର୍ଣ୍ଣ ସ୍ଥାନାନ୍ତର କଲା ପରେ ଅନ୍ୟ ଦୁଇଟି ଗାତ ଭିତରୁ ଆଉ ୨ଟି ନାଗୁଣୀ ବାହାରିଥିଲେ। ତାଙ୍କର ୨୨ଟି ଲେଖାଏ ଅଣ୍ଡା ମଧ୍ୟ ସୁଶାନ୍ତ ଉଦ୍ଧାର କରିଥିଲେ। ସାପ ୩ଟିକୁ ସେମାନଙ୍କର ପ୍ରାକୃତିକ ଆବାସସ୍ଥଳୀରେ ଛାଡ଼ି ଦିଆଯାଇଛି ଏବଂ ଅଣ୍ଡାଗୁଡ଼ିକୁ କୃତ୍ରିମ ଉପାୟରେ ଫୁଟେଇବା ପାଇଁ ସ୍ନେକ ହେଳ୍ପଲାଇନ୍‌ କାର୍ଯ୍ୟାଳୟକୁ ନିଆଯାଇଛି। ଏ ନେଇ ସ୍ନେକ ହେଲ୍ପଲାଇନ୍‌ ସମ୍ପାଦକ ତଥା ଖୋର୍ଦ୍ଧା ଜିଲାର ଅବୈତନିକ ବନ୍ୟପ୍ରାଣୀ ତତ୍ତ୍ୱାବଧାରକ ଶୁଭେନ୍ଦୁ ମଲ୍ଲିକ କହିଛନ୍ତି, ନାଗସାପଙ୍କର ପ୍ରଜନନ ଋତୁ ଆରମ୍ଭ ହୋଇଗଲାଣି। ଏକ ଛୋଟ ଜାଗାରୁ ଏକାଥରେ ୩ ନାଗୁଣୀ ଅଣ୍ଡା ସହ ଉଦ୍ଧାର ହେବା ଘଟଣାକୁ ‘କଲୋନିଆଲ୍‌ ନେଷ୍ଟିଂ ବା ବ୍ରିଡିଂ’ କୁହାଯାଏ। ଯେଉଁଠି ଅଣ୍ଡା ସହ ସାପଙ୍କୁ ଦେଖିବାକୁ ମିଳିବ, ସେଠାରେ ସାପଙ୍କୁ ନ ମାରି ଏବଂ ଅଣ୍ଡାକୁ ନଷ୍ଟ ନ କରି ସ୍ନେକ ହେଲ୍ପଲାଇନ୍‌ କିମ୍ବା ସ୍ଥାନୀୟ ବନ ବିଭାଗ କର୍ମଚାରୀଙ୍କୁ ଖବର ଦେବାକୁ ଶୁଭେନ୍ଦୁ କହିଛନ୍ତି। ଆସନ୍ତା ୨-୩ ମାସ ପର୍ଯ୍ୟନ୍ତ ନିଜର ଘରବାଡ଼ିକୁ ପ୍ରତି ସପ୍ତାହରେ ଅନୂ୍ୟନ ଥରେ ଭଲ ଭାବେ ସଫା କଲେ ସମ୍ଭାବ୍ୟ ସାପ ଅଣ୍ଡା ଦେଇଥିବା ଜଣାପଡ଼ିଯିବ ବୋଲି ଶୁଭେନ୍ଦୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ: ଦାବି ପୂରଣ ନ ହେବା ଯାଏ ସମୂହ ଛୁଟିରେ ରହିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୬ା୧୨(ସୁଚିସ୍ମିତା ସାହୁ):ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ। ଛାତ୍ରୀଛାତ୍ରଙ୍କ ପରୀକ୍ଷା ପାଖେଇ ଆସିଥିବା ବେଳେ ବିଦ୍ୟାଳୟରେ ପାଠ ପଢ଼ାଇବା ବଦଳରେ ଦାବି ପୂରଣ ପାଇଁ ଶିକ୍ଷକମାନେ...

ସୁଦର୍ଶନଙ୍କୁ ଚାପି ଦେଲା ଆମ ବସ୍‌: ଡ୍ରାଇଭର ଖସି ପଳାଇବାକୁ ଉଦ୍ୟମ

ଭୁବନେଶ୍ୱର, ୬ା୧୨(ସତ୍ୟଜିତ ରାଉତ):ରାଜଧାନୀରେ ପୁଣି ଜୀବନ ନେଇଛି ‘ଆମ ବସ୍‌’। ସତ୍‌ସଙ୍ଗ ବିହାର ସମ୍ମୁଖ ୧୬ ନଂ. ଜାତୀୟ ରାଜପଥରେ ଶୁକ୍ରବାର ସାରେ ଏହି ଦୁର୍ଘଟଣା...

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ବୋର୍ଡ ନିଗମ ନିଯୁକ୍ତି ନେଇ ଆସିଲା ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୫।୧୨: ବୋର୍ଡ ନିଗମ ନିଯୁକ୍ତି ନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯାଇ ଘୋଷଣା ହେବ। ଏ ନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ କହିଛନ୍ତି। ଚର୍ଚ୍ଚା...

ପ୍ରଥମରୁ ଦ୍ୱାଦଶ ଯାଏଁ ପରିବର୍ତ୍ତନ ହେବ ପାଠ୍ୟ ପୁସ୍ତକ, ଏହିଦିନ ମିଳିବ ନୂଆ ବହି

ଭୁବନେଶ୍ୱର,୫।୧୨: ରାଜ୍ୟର ବିଦ୍ୟାଳୟ ଶିକ୍ଷା କ୍ଷେତ୍ରରେ ବ୍ୟାପକ ସଂସ୍କାର ଆଣିବା ପାଇଁ ଓଡ଼ିଶା ସରକାର ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟକ୍ରମରେ ପରିବର୍ତ୍ତନ ଆଣିବାକୁ ଯୋଜନା...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବୈତରଣୀରେ ନିର୍ମାଣ ହେବ ବ୍ୟାରେଜ୍‌

ପାଟଣା,୫ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ପାଇଁ ମୁଖ୍ୟମନ୍ତ୍ରୀ ଏକ ବଡ଼ ଘୋଷଣା କରିଛନ୍ତି। ତହସିଲ ରାଜନଗର ବୈତରଣୀ ନଦୀରେ ଭୀମକୁଣ୍ଡ ବ୍ୟାରେଜ ନିର୍ମାଣ ହେବାର...

୧.୫ ବର୍ଷର ନିଜ ଝିଅକୁ ଗଛରେ ଝୁଲାଇ ହତ୍ୟା କଲା ପିଶାଚୀ ମା’

ପୁରୀ,୫।୧୨: ପାରିବାରିକ କଳହର ଏକ ଅତ୍ୟନ୍ତ ଦୁଃଖଦ ପରିଣାମରେ, ପୁରୀ ଜିଲା ଡେଲାଙ୍ଗ ଅଞ୍ଚଳରେ ଜଣେ ମା’ ନିଜର ଦେଢ଼ ବର୍ଷର ଶିଶୁ କନ୍ୟାକୁ ହତ୍ୟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri