୩ ପଞ୍ଚାୟତର ୧୨ ଗ୍ରାମ ଜଳମଗ୍ନ: ବନ୍ୟାଞ୍ଚଳ ବୁଲି ଦେଖିଲେ ବିଧାୟକ, ତହସିଲଦାର

କଣାସ,୧୧।୯(ସ୍ବ.ପ୍ର./ଡି.ଏନ୍‌.ଏ.):  ପୁରୀ ଜିଲା କଣାସ ବ୍ଲକରେ ଗତ ଦୁଇଦିନ ଧରି ବନ୍ୟାଜଳର ପ୍ରଭାବ ବଢୁଥିବାରୁ ଦୋକନ୍ଦା, ବଡାସ, ଗଡବଳଭଦ୍ରପୁର ପଞ୍ଚାୟତର ୧୨ଟି ଗ୍ରାମ ସମ୍ପୂର୍ଣ୍ଣ ଜଳମଗ୍ନ ହୋଇଯାଇଛି। ପ୍ରାୟ ରାସ୍ତା ବୁଡିଯାଇଥିବେଳେ ଗମନାଗମନ ବିଚ୍ଛିନ୍ନ ହୋଇଯିବା ସହ ଲୋକେ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏ ନେଇ ମଙ୍ଗଳବାର ବିଧାୟକ ଉମାକାନ୍ତ ସାମନ୍ତରାୟ ଓ ତହସିଲଦାର ଉମାକାନ୍ତ ରାଉତ ବନ୍ୟାଞ୍ଚଳ ବୁଲି ଦେଖିବା ସହ ଲୋକଙ୍କ ସମସ୍ୟା ସମ୍ପର୍କରେ ପଚାରି ବୁଝିଛନ୍ତି। ଏଥିସହିତ ବନ୍ୟା ସମସ୍ୟା ସମ୍ପର୍କରେ ପ୍ରତିକାର ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇବେ ବୋଲି ବିଧାୟକ କହିଛନ୍ତି। ବଡାସ ପଞ୍ଚାୟତରେ ପ୍ରାୟ ୧ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କୁ ପଞ୍ଚାୟତ ତରଫରୁ ରନ୍ଧାଖାଦ୍ୟ ବଣ୍ଟନ କରାଯିବା ସହ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ ପାଇଁ ମଧ୍ୟ ଦୃଷ୍ଟି ଆକର୍ଷଣ କରାଯାଇଛି। ବର୍ତ୍ତମାନ ନଦୀରେ ଜଳସ୍ତର ବଢୁଥିବା ବେଳେ ଦୟାନଦୀ ବିପଦ ସଙ୍କେତ ୩.୯୯ ମିଟର ଟପି ୫.୩୫ରେ ପହଞ୍ଚିଛି । କେତେକ ସ୍ଥାନରେ ଗଳିଆ ଥିବାରୁ ସେଗୁଡିକ ବାଲିବସ୍ତା ପକାଇଛନ୍ତି । ରେଡକ୍ରସ୍‌ ତରଫରୁ ଦୋକନ୍ଦା, କଦଳୀଦଣ୍ଡା, ବଡାସ, ତରପଡା, ବାଲିପାଟଣା ଆଦି ଗ୍ରାମ ଗୁଡିକରେ ରିଲିଫ୍‌ ବଣ୍ଟାଯାଇଛି । ବିଧାୟକଙ୍କ ସହିତ ପଞ୍ଚାୟତ ସମିତି ଅଧ୍ୟକ୍ଷ ରମେଶ ଚନ୍ଦ୍ର ସେଠୀ, ବ୍ଲକ ଯୁବ ବିଜେଡି ସଭାପତି ବସନ୍ତ ଜେନା, ଭିକାରୀ ବଳିୟାରସିଂହ, ଈଶ୍ୱର ହରିଚନ୍ଦନ, ସନ୍ତୋଷ ସାମନ୍ତରାୟ ପ୍ରମୁଖ ବନ୍ୟାଞ୍ଚଳ ବୁଲିଥିଲେ । ଅପରପକ୍ଷେ ପ୍ରଶାସନ ତରଫରୁ ବନ୍ୟା ବିପନ୍ନଙ୍କୁ ସହାୟତା ଦେବା ପାଇଁ ସାଧାରଣରେ ଦାବି ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା  ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ…

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ଧରିତ୍ରୀ ପ୍ରଭାବ: କେସିଙ୍ଗା ବ୍ଲକର ୮୦୧୯ ଚାଷୀଙ୍କଠାରୁ ଉଠିଲା ୩ ଲକ୍ଷ କୁଇଣ୍ଟାଲ ଧାନ

କେସିଙ୍ଗା, ୧୯ା୨ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରୁ ଧାନ ଉଠୁ ନ ଥିବା ନେଇ ଗତ ୮ତାରିଖରେ  ଧରିତ୍ରୀରେ ଖବର ପ୍ରକାଶ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri