Posted inଜାତୀୟ

୩ ପିଢ଼ିର ଇତିହାସ: ବିଜୟାରାଜେ-ମାଧବରାଓଙ୍କ ପଦାନୁସରଣ କଲେ ଜ୍ୟୋତିରାଦିତ୍ୟ

ଭୋପାଳ,୧୧।୩: ମଧ୍ୟପ୍ରଦେଶରେ କଂଗ୍ରେସରୁ ଜ୍ୟୋତିରାଦିତ୍ୟ ସିନ୍ଧିଆ ଇସ୍ତଫା ଦେଇ ବୁଧବାର ଭାଜପାରେ ଯୋଗ ଦେଇଛନ୍ତି। ଲଗାତାର ତୃତୀୟ ପିଢ଼ି ଧରି ସିନ୍ଧିଆ ରାଜପରିବାର ସଦସ୍ୟ କଂଗ୍ରେସ ପରିତ୍ୟାଗ କରିଛନ୍ତି। ପୂର୍ବରୁ ବୁଢ଼ୀ ମା ଓ ପିତା କଂଗ୍ରେସ ଛାଡ଼ିଥିବାବେଳେ ଏବେ ଜ୍ୟୋତିରାଦିତ୍ୟ ମଧ୍ୟ ସେମାନଙ୍କ ପଦାନୁସରଣ କରିଛନ୍ତି। ରାଜମାତା ବିଜୟାରାଜେ ସିନ୍ଧିଆ ୧୯୬୭ରେ କଂଗ୍ରେସ ଛାଡ଼ି ନିର୍ଦ୍ଦଳୀୟ ପ୍ରାର୍ଥୀ ଭାବେ ଲୋକ ସଭା ନିର୍ବାଚନ ଲଢ଼ି ବିଜୟୀ ହୋଇଥିଲେ। ଏହାପରେ ହୋଇଥିବା ବିଧାନସଭା ନିର୍ବାଚନରେ କଂଗ୍ରେସ ଦଳ ସରକାର ଗଠନ କରିଥିଲା। ଡି.ପି. ମିଶ୍ରା ମୁଖ୍ୟମନ୍ତ୍ରୀ ହୋଇଥିଲେ। ତେବେ କଂଗ୍ରେସର ୩୬ଜଣ ବିଧାୟକ ବିଜୟାରାଜେଙ୍କୁ ସମର୍ଥନ ଜଣାଇ ଇସ୍ତଫା ଦେଇଥିଲେ। ଫଳରେ ରାଜ୍ୟରେ କଂଗ୍ରେସ ସରକାରର ପତନ ଘଟିଥିଲା। ସେହିପରି ୧୯୮୦ରେ ମାଧବ ରାଓ ସିନ୍ଧିଆ କଂଗ୍ରେସରେ ଯୋଗଦେଇଥିଲେ। ତେବେ ୧୯୯୩ରେ ତାଙ୍କୁ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କରା ନ ଯିବାରୁ ସେ କଂଗ୍ରେସରୁ ଇସ୍ତଫା ଦେଇ ମଧ୍ୟପ୍ରଦେଶ ବିକାଶ କଂଗ୍ରେସ ରାଜନୈତିକ ଦଳ ଗଠନ କରିଥିଲେ। ପରେ ମାଧବରାଓ ପୁଣି କଂଗ୍ରେସକୁ ଫେରିଥିଲେ। ୨୦୦୧ ସେପ୍ଟେମ୍ବର ୩୦ରେ ମାଧବରାଓଙ୍କର ଏକ ବିମାନ ଦୁର୍ଘଟଣାରେ ମୃତ୍ୟୁ ହୋଇଥିଲା। ଏହାପରେ ୨୦୦୨ରେ ହୋଇଥିବା ଉପନିର୍ବାଚନରେ ଜ୍ୟୋତିରାଦିତ୍ୟ ସିନ୍ଧିଆ ରାଜପରିବାରର ଉତ୍ତାଧିକାରୀ ଭାବେ କଂଗ୍ରେସ ପକ୍ଷରୁ ନିର୍ବାଚନ ଲଢ଼ି ବିଜୟୀ ହୋଇଥିଲେ। ଏବେ ଜ୍ୟୋତିରାଦିତ୍ୟ ପୂର୍ବର ଘଟଣାକୁ ଦୋହରାଇ କଂଗ୍ରେସ ଦଳରୁ ଇସ୍ତଫା ଦେଇ ଭାଜପାରେ ଯୋଗ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ସବମୁଖର ପଶ୍ଚିମ ଓଡ଼ିଶା: ହାଟବଜାରରେ ନାହିଁ ନ ଥିବା ଭିଡ଼, ମୁଖ୍ୟ ଆକର୍ଷଣ ପାଲଟିଛି…

ରିଷିଡ଼ା,୧୨ା୯(ସୁଶାନ୍ତ ମଲ୍ଲିକ): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ‘ନୂଆଖାଇ’ ପାଇଁ ଏବେ ପୁରପଲ୍ଲୀ ଉତ୍ସବମୁଖର। ଇଷ୍ଟଦେବୀଙ୍କ ନିକଟରେ ନବାନ୍ନ ଲାଗି ହେବାକୁ ଥିବା ବେଳେ ଘରେ…

ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ! ଏହି ଜିଲାରେ ରଚିବ ପ୍ରଳୟ…

ନୂଆଦିଲ୍ଲୀ, ୧୨।୯ : ମାଡ଼ି ଆସିବ ମହାବାତ୍ୟା ! ୧୯୯୯ ଠୁ ବି ହେବ ଭୟଙ୍କର। ନିମିଷକେ ସବୁ ହୋଇଯିବ ଛାରଖାର। ମାଡ଼ିଆସିବ ସମୁଦ୍ର ଜୁଆର। କିଛି…

ଖୋଲିଲା ପ୍ରୀତିଙ୍କ ଗୁମର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମୁମ୍ବାଇ,୯।୧୨: ବଲିଉଡ ଅଭିନେତ୍ରୀ ପ୍ରୀତି ଜିଣ୍ଟା ଏବେ ତାଙ୍କ ଆଗାମୀ ଫିଲ୍ମ ‘ଭାଇବ’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମର ପ୍ରମୋସନ୍‌ରେ ବ୍ୟସ୍ତ ଥିବା ପ୍ରୀତି ନିକଟରେ…

ମୁଁ ଆତ୍ମହତ୍ୟା କରିଦେବି… ମୋତେ କ୍ଷମା କରିଦିଅ ବାପା: ଭାବପ୍ରବଣ ହୋଇ ଏମିତି କାହିଁକି କହିଲେ ୱୁଶୁ ଖେଳାଳି

ନୂଆଦିଲ୍ଲୀ,୧୨।୯: ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରିବାର ସ୍ବପ୍ନ ଭାଙ୍ଗିଯିବା ପରେ ଭାରତୀୟ ୱୁଶୁ (Wushu) ଖେଳାଳି ଦିବ୍ୟାଂଶୀ ଚୌଧୁରୀଙ୍କ ଏକ ଅତ୍ୟନ୍ତ ଭାବପ୍ରବଣ ଭିଡିଓ ସାମ୍ନାକୁ…

BRICS: ୭ ବର୍ଷ ପରେ ଭାରତ ଆସିଛନ୍ତି ସି ଜିନପିଙ୍ଗ, ଜାଣନ୍ତୁ କେବେ ଭେଟିବେ ପ୍ରଧାନମନ୍ତ୍ରୀ ମୋଦଙ୍କୁ

ନୂଆଦିଲ୍ଲୀ,୧୨।୯: ଭାରତ ଆଜି (ଶନିବାର) ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀ ଆୟୋଜନ କରିବା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ଏହି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ପାଇଁ ବିଭିନ୍ନ…

ବ୍ରିକ୍ସ (BRICS) ସମ୍ମିଳନୀରେ ଆମେରିକା ଉପରେ ବର୍ଷିଲେ ରୁଷିଆ-ଇରାନ; ଆୟୋଜକ ଭାରତ ସମ୍ମୁଖରେ କ’ଣ ରହିଛି ଆହ୍ବାନ? ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରୁଷିଆ ଏବଂ ଇରାନ ଶୁକ୍ରବାର, ଆମେରିକା ଓ ଅନ୍ୟାନ୍ୟ ପାଶ୍ଚାତ୍ୟ ଦେଶ ଦ୍ୱାରା ଲାଗୁ କରାଯାଇଥିବା କଟକଣା ଏବଂ ଆକ୍ରମଣାତ୍ମକ କାର୍ଯ୍ୟକଳାପର ସମାଲୋଚନା କରିଛନ୍ତି। ସେମାନେ…

ରିସର୍ଟରେ ଲାଗିଲା ନିଆଁ: ହଠାତ୍‌ ପ୍ରଚଣ୍ଡ ଶବ୍ଦ ହେବାରୁ….

ଦାରିଙ୍ଗବାଡ଼ି,୧୨।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ କିରିକୁଟି ପଞ୍ଚାୟତ ଅଞ୍ଚଳରେ ଥିବା ଏକ ଘରୋଇ ରିସର୍ଟର ଗୋଟିଏ କଟେଜରେ ଅଗ୍ନିକାଣ୍ଡ ଘଟି ଏହା ସମ୍ପୂର୍ଣ୍ଣ ଜଳିପୋଡ଼ି…

ଯୁବକଙ୍କୁ ୧୭ଥର ଛୁରି ଭୁସିଲେ ସହଯୋଗୀ: ଆଉ ତା’ପରେ ଘଟିଲା…

ନୂଆଦିଲ୍ଲୀ,୧୨ା୯ :ପୂର୍ବ ଦିଲ୍ଲୀର ମାଣ୍ଡଓ୍ବାଲି ଅଞ୍ଚଳରେ ଜଣେ ୨୨ ବର୍ଷୀୟ ଯୁବକଙ୍କୁ ୧୭ ଥର ଛୁରାମାଡ଼ ହେବାରୁ ତାଙ୍କର ମୃତ୍ୟୁ ଘଟିଥିବା ଶୁକ୍ରବାର ପୋଲିସ କହିଛି। ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?