୩ ପ୍ରତିଭାଙ୍କୁ ରେଭେନ୍‌ଶା ରତ୍ନ ସମ୍ମାନ

କଟକ ଅଫିସ,୨୩ା୨: ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ସେଭେନ ପିଲାର ଅଫ ୱିଜଡମ ଠାରେ ଟି.ଇ. ରେଭେନ୍‌ଶାଙ୍କ ୧୦୬ତମ ଶ୍ରାଦ୍ଧବାର୍ଷିକୀ ଅବସରରେ ଫାଇଟ ଫର ଦି ଫାଉଣ୍ଡେଶନ ଅଫ ରେଭେନ୍‌ଶା ଇନଷ୍ଟିଚ୍ୟୁସନ୍ସ ଟ୍ରଷ୍ଟ(ଏଫଏଫଆରଆଇ)ପକ୍ଷରୁ ରେଭେନ୍‌ଶା ରତ୍ନ ସମ୍ମାନ ଉତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା ମାନବାଧିକାର ଆୟୋଗର ଅଧ୍ୟକ୍ଷ ଜଷ୍ଟିସ ବି. ପି. ଦାସ ଯୋଗଦେଇ ଉତ୍ସବକୁ ଉଦ୍‌ଘାଟନ କରିଥିଲେ। ମୁଖ୍ୟଅତିଥି ଭାବେ ରେଭେନ୍‌ଶା ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଇଶାନ କୁମାର ପାତ୍ର ଯୋଗଦେଇଥିଲେ। ସଙ୍ଗଠନର ଆବାହକ ପ୍ରକାଶ କୁମାର ପଣ୍ଡା କାର୍ଯ୍ୟକ୍ରମରେ ସଭାପତିତ୍ୱ କରିଥିଲେ। ଏହି ଅବସରରେ ଚଳିତବର୍ଷ ପାଇଁ ୩ ପ୍ରତିଭାଙ୍କୁ ରେଭେନ୍‌ଶା ରତ୍ନ ସମ୍ମାନ ପ୍ରଦାନ କରାଯାଇଥିଲା। ପଦ୍ମଶ୍ରୀ ଡ. ପ୍ରତିଭା ରାୟ ଓ ପଦ୍ମଶ୍ରୀ ପ୍ରଫେସର ପ୍ରଫୁଲ୍ଲ କୁମାର ଜେନାଙ୍କୁ ଏହି ସମ୍ମାନ ଦିଆଯାଇଥିଲା। ସେହିପରି ଡ. ବିବୁଧେନ୍ଦ୍ର ମିଶ୍ରଙ୍କୁ ମରଣୋତ୍ତର ଭାବେ ଏହି ସମ୍ମାନ ପ୍ରଦାନ କରାଯାଇଛି। ହେଲେ ତାଙ୍କ ଅନୁପସ୍ଥିତିରେ ପରିବାର ସଦସ୍ୟ ଏହି ସମ୍ମାନ ଗ୍ରହଣ କରିଛନ୍ତି। ଏଥି ସହିତ ପ୍ରଫେସର ସିଦ୍ଧାର୍ଥ ଦାସ ଏବଂ ସିନେ ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତିଙ୍କୁ ‘ରେଭେନ୍‌ଶା ଗୌରବ’ ସମ୍ମାନ ପ୍ରଦାନ କରାଯାଇଥିଲା। ସେହିପରି ସାମାଜିକ କର୍ମୀ ଲିଙ୍କନ ସୁବୁଦ୍ଧି, ଯୁବନେତା ସ୍ମୃତିରଞ୍ଜନ ଦାଶ, ହରିଶଙ୍କର ରାଉତ, କଣ୍ଠଶିଳ୍ପୀ ଅନ୍ତରା ଚକ୍ରବର୍ତ୍ତୀଙ୍କୁ ‘ରେଭେନ୍‌ଶା ଶ୍ରୀ’ ସମ୍ମାନରେ ସମ୍ମାନିତ କରାଯାଇଥିଲା। ବିଭିନ୍ନ ସ୍କୁଲ ଓ କଲେଜରେ ଅନୁଷ୍ଠିତ ହୋଇଥିବା ପ୍ରତିଯୋଗିତାର କୃତୀ ଛାତ୍ରୀଛାତ୍ରଙ୍କୁ ପୁରସ୍କୃତ କରାଯାଇଥିଲା। ସଙ୍ଗଠନ ପକ୍ଷରୁ ଏକ ସ୍ମରଣିକା ଉନ୍ମୋଚିତ ହୋଇଥିଲା। ଜେଏମ୍‌ସି ବିଭାଗର ଛାତ୍ରୀଛାତ୍ରଙ୍କ ପକ୍ଷରୁ ଡ. ଦେବିଲାଲ ମିଶ୍ରଙ୍କ ଦ୍ୱାରା ନିର୍ଦ୍ଦେଶିତ ନାଟକ ‘କର୍ତ୍ତବ୍ୟ’ ମଞ୍ଚସ୍ଥ ହୋଇଥିଲା। ସଙ୍ଗଠନର ଅଧ୍ୟକ୍ଷ ସନ୍ତୋଷ ମହାରଣା ସ୍ବାଗତ ଭାଷଣ, ଉପାଧ୍ୟକ୍ଷ ଜଗନ୍ନାଥ ମହାନ୍ତି ବିବରଣୀ ପାଠ ଓ ଛାତ୍ରୀ ପୂଜାରାଣୀ ରାଉତ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

ମା’ ବାଙ୍କେଶ୍ୱରୀଙ୍କ ଦୋଳଯାତ୍ରା ପାଇଁ ପ୍ରସ୍ତୁତି: ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ହେବ ସମାଗମ

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର) ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ମା’ ବାଙ୍କେଶ୍ୱରୀଙ୍କ ଦୋଳ ଯାତ୍ରା ନିମନ୍ତେ ପ୍ରସ୍ତୁତି ସଭା ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମ…

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି।…

ଠାକୁରାଣୀ ଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି: ବିଧାୟକ,ଉପଜିଲାପାଳଙ୍କ ନୂଆ ହେବ ଅନୁଭୂତି

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ଆଜି ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହେବ। ଏନେଇ ସମସ୍ତ ବିଭାଗ…

ରେଙ୍ଗାଲି ଜଳଭଣ୍ଡାରରେ ହାତୀ ଛୁଆର ମୃତ୍ୟୁ

ଦେବଗଡ, ୧୮।୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ବାରକୋଟ ରେଞ୍ଜର ଠିଆନାଲ ସେକ୍ସନ ଅନ୍ତର୍ଗତ ରେଙ୍ଗାଲି ଜଳଭଣ୍ଡାର (କୁଲସରା ଗ୍ରାମ ନିକଟରେ) ନିକଟରେ ବୁଧବାର ଏକ ବର୍ଷ…

ଶାଶୁଙ୍କ ମୃତ୍ୟୁଖବର ଶୁଣି ଚାଲିଗଲା ବୋହୂଙ୍କ ଜୀବନ

ନୀଳଗିରି,୧୮।୨(ପ୍ରଶାନ୍ତ ବିଶ୍ୱାଳ):ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଶାଶୁଙ୍କ ମୃତ୍ୟୁ ଖବର ଶୁଣି ବୋହୂ ଆଖି ବୁଜିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri