୩ ପ୍ୟାକେଟ ଗଞ୍ଜେଇ ଜବତ: ୨ ଗିରଫ

ରାୟଗଡା ଅଫିସ,୨୦।୧୦: ରାୟଗଡ଼ା ରେଳ ଷ୍ଟେଶନର ୧ ନମ୍ବର ପ୍ଲାଟଫର୍ମରେ ସନ୍ଦେହଜନକ ଅବସ୍ଥାରେ ବୁଲୁଥିବା ୨ଯୁବକଙ୍କୁ ରେଳବାଇ ସୁରକ୍ଷା ବଳ ପୋଲିସ ଗିରଫ କରି ସେମାନଙ୍କଠାରୁ ୩ ପ୍ୟାକେଟ ଗଞ୍ଜେଇ ଜବତ କରିଛି। ସେମାନେ ହେଲେ ଧୀରେନ୍ଦ୍ର ଏହିରୱାଲ (୩୦) ଓ ଶିବାରାମ ପ୍ରଧାନ (୩୩)।
ସୂଚନାଯୋଗ୍ୟ, ରେଳବାଇ ସୁରକ୍ଷା ବଳ ଏସ୍‌ଆଇ ସରୋଜ କୁମାର ବାରିକ ଓ ଆଇଆଇସି ଡି.ଏନ୍‌. ତ୍ରିଲୋକଙ୍କ ନେତୃତ୍ୱରେ ଚାଲଥିବା ଯାଞ୍ଚ ସମୟରେ ଧୀରେନ୍ଦ୍ର, ଶିବାରାମ ଗତିବିଧି ଉପରେ ସନ୍ଦେହ ହେବାରୁ ସେମାନଙ୍କୁ ପଚରାଉଚରା କରିଥିଲେ। ସେମାନଙ୍କ ଠାରୁ କୌଣସି ସନ୍ତୋଷଜନକ ଉତ୍ତର ନ ମିଳିବାରୁ ପୋଲିସ ଏହି ଦୁଇ ଯୁବକଙ୍କୁ ଥାନାକୁ ନେଇ ଅଧିକ ତଦନ୍ତ କରିବା ସମୟରେ ସେମାନଙ୍କ ପାଖରେ ଗଞ୍ଜେଇ ଥିବା ଜଣାପଡିଥିଲା। ଏହି ଗଞ୍ଜେଇ କୋରାପୁଟ ଓ ଶିମିଳିଗୁଡ଼ା ଅଞ୍ଚଳରୁ ଅଣାଯାଇ ରାଉରକେଲାକୁ ଚାଲାଣ କରୁଥିବା ଆର୍‌ପିଏଫ୍‌ ପୋଲିସ ସୂଚନା ଦେଇଛି। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୧ ଲକ୍ଷ ୧୦ ହଜାର ଟଙ୍କା ହେବ ବୋଲି ପୋଲିସ ପ୍ରକାଶ କରିଛି। ରେଳବାଇ ପୋଲିସ ଏହି ୨ଜଣଙ୍କର ବିରୋଧରେ ଏକ ମାମଲା ରୁଜୁ କରିଛି। ଉଭୟଙ୍କୁ ସୋମବାର କୋର୍ଟ ଚାଲାଣ କରାଯିବ ବୋଲି ରେଳବାଇ ସୁରକ୍ଷା ବଳର ଥାନା ଭାରପ୍ରାପ୍ତ ଅଧିକାରୀ ଡି.ଏନ୍‌. ତ୍ରିଲୋକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ବଳାତ୍କାର କରି ଯୁବକଙ୍କୁ ୧୦ ବର୍ଷ ଜେଲ୍‌ଦଣ୍ଡ

କେନ୍ଦୁଝର,୨୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟଟ୍ରାକ୍‌ କୋର୍ଟର ମାନ୍ୟବର ବିଚାରପତି ବିଜୟ କୁମାର ମିଶ୍ର ଏକ ବଳାତ୍କାର ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ଦଣ୍ତାଦେଶ ଶୁଣାଇଛନ୍ତି।...

ଓ୍ବାରେଣ୍ଟ ବଳରେ ୭ ଜଣଙ୍କୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୨୪ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଦୀର୍ଘଦିନ ଧରି ବିଭିନ୍ନ ମାମଲାରେ ଫେରାର ଥିବା ୭ ଜଣଙ୍କୁ ପୋଲିସ ଗିରଫ...

ଭାଜପାରେ ସାମିଲ ହେଲେ ବିଭିନ୍ନ ଦଳର ହଜାର ହଜାର କର୍ମୀ

ମୋରଡ଼ା,୨୪ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ସାଧାରଣ ନିର୍ବାଚନ ପାଇଁ ବେଶ୍‌ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସବୁବେଳେ ଚର୍ଚ୍ଚାରେ ରହି ଆସିଛି। ଗଣତନ୍ତ୍ରର ଏହି...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ଭୋଟରଙ୍କୁ ସଚେତନ କରୁଛନ୍ତି ପଦ୍ମଶ୍ରୀ ହଳଧର ନାଗ, କଂସ ମହାରାଜ ହୃଷୀକେଶ ଭୋଇ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନରେ ସମସ୍ତ ଭୋଟରଙ୍କ ଭାଗିଦାରୀ ସୁନିଶ୍ଚିତ କରିବା ତଥା ଭୋଟରଙ୍କୁ ସଚେତନ କରିବା ପାଇଁ ବରଗଡ଼ ଜିଲା ପ୍ରଶାସନ ଅଭିନୟ ପ୍ରୟାସ...

ଝିଅ ନିର୍ବାଚନ ଲଢିବା ନେଇ ମୁହଁ ଖୋଲିଲେ ମହମ୍ମଦ ମୋକିମ

କଟକ, ୨୪।୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନ ୨୦୨୪ରେ ବାରବାଟୀ-କଟକ ଆସନକୁ ନେଇ କଂଗ୍ରେସକୁ ଘାରିଛି ଚିନ୍ତା। କଂଗ୍ରେସ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କ ଜାମିନକୁ ସୁପ୍ରିମକୋର୍ଟ ମଞ୍ଜୁର...

ଅବକାରୀ ଥାନା ପରିସରରେ ଭୟାବହ ଅଗ୍ନିକାଣ୍ଡ: କୋଟିଏରୁ ଉର୍ଦ୍ଧ୍ୱ ସମ୍ପତ୍ତି ନଷ୍ଟ

ବଡ଼ବିଲ,୨୪।୪ (ଦେବପ୍ରିୟ ରଣା):କେନ୍ଦୁଝର ବଡବିଲ ଅବକାରୀ ଥାନା ପରିସରରେ ମଙ୍ଗଳବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି କୋଟିଏରୁ ଉଦ୍ଧର୍‌ବ ଟଙ୍କାର ଜବତ ହୋଇ ରହିଥିବା...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri