୩ ବର୍ଷରେ ମଲେଣି ୨୪୬ ହାତୀ

ଭୁବନେଶ୍ୱର, ୧୯ା୨(ବ୍ୟୁରୋ) :ଓଡ଼ିଶାରେ ବିପଦରେ ଅଛନ୍ତି ହାତୀ। ଗତ ୩ ବର୍ଷରେ ବିଭିନ୍ନ କାରଣରୁ ୨୪୬ ହାତୀଙ୍କ ମୃତ୍ୟୁ ହୋଇଛି ବୋଲି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ କହିଛନ୍ତି। ମଙ୍ଗଳବାର ବିଧାନସଭାରେ ବଲାଙ୍ଗୀର ଲୋଇସିଂହା ଭାଜପା ବିଧାୟକ ମୁକେଶ ମହାଲିଙ୍ଗ ରାଜ୍ୟରେ ହାତୀ ସଂଖ୍ୟା କେତେ ରହିଛି, ବିଗତ ୩ ବର୍ଷ ମଧ୍ୟରେ କେତେ ହାତୀଙ୍କ ମୃତ୍ୟୁ ହୋଇଛି ଏବଂ ସେମାନଙ୍କ ସୁରକ୍ଷା ପାଇଁ ସରକାରଙ୍କ ତରଫରୁୁ କି ପ୍ରକାର ପଦକ୍ଷେପ ନିଆଯାଇଛି ବୋଲି ବିଭାଗୀୟ ମନ୍ତ୍ରୀକୁ ପ୍ରଶ୍ନ କରିଥିଲେ। ଏହାର ଉତ୍ତର ରଖି ମନ୍ତ୍ରୀ କହିଛନ୍ତି, ରୋଗରେ ଆକ୍ରାନ୍ତ, ବିଦ୍ୟୁତ୍‌ଜନିତ ଦୁର୍ଘଟଣା, ଟ୍ରେନ୍‌ ଦୁର୍ଘଟଣା ଭଳି କାରଣ ଯୋଗୁ ହାତୀଙ୍କ ମୃତ୍ୟୁ ହୋଇଛି। ୨୦୧୭ ହାତୀଗଣନା ଅନୁଯାୟୀ, ରାଜ୍ୟର ବିଭିନ୍ନ ବନଖଣ୍ଡରେ ମୋଟ ୧୯୭୬ ହାତୀ ରହିଛନ୍ତି। ସେଥିମଧ୍ୟରୁ ଶିମିଳିପାଳ (କୋର୍‌)ରେ ସର୍ବାଧିକ ୩୩୦ ହାତୀ ରହିଥିବାବେଳେ ଢେଙ୍କାନାଳରେ ୧୬୯, ସାତକୋଶିଆରେ ୧୪୭ ଓ ଆଠଗଡ଼ରେ ୧୧୫ ହାତୀ ଅଛନ୍ତି। ତେବେ ଓଡ଼ିଶାର ୫୦ ବନଖଣ୍ଡ ମଧ୍ୟରୁ ୧୩ଟିରେ ଆଦୌ ହାତୀ ନାହାନ୍ତି। ଏପରି କି ଭୁବନେଶ୍ୱର ଉପକଣ୍ଠରେ ଥିବା ଚନ୍ଦକା ବନଖଣ୍ଡରେ ମାତ୍ର ଗୋଟିଏ ହାତୀ ଅଛି ବୋଲି ମନ୍ତ୍ରୀ ଦେଇଥିବା ତଥ୍ୟରେ ପ୍ରକାଶ ପାଇଛି। ହାତୀଙ୍କ ସୁରକ୍ଷା ପାଇଁ ସରକାରଙ୍କ ଦ୍ୱାରା ଅନେକ ପଦକ୍ଷେପ ନିଆଯାଇଛି ବୋଲି ମନ୍ତ୍ରୀ କହିଛନ୍ତି। ବିଦ୍ୟୁତ୍‌ଜନିତ ହେଉଥିବା ହାତୀ ମୃତ୍ୟୁ ସଂଖ୍ୟାକୁ ରୋକିବା ଲାଗି ପର୍ଯ୍ୟାୟକ୍ରମେ ଶକ୍ତି ବିଭାଗ ସହିତ ମିଳିତ ବୈଠକ ହେଉଛି। ସେହିପରି ଦୁର୍ଘଟଣା ରୋକିବା ପାଇଁ ରେଳ ଓ ସଡ଼କ ପରିବହନ ବିଭାଗକୁ ସଚେତନ କରାଯାଉଛି ବୋଲି ମନ୍ତ୍ରୀ କହିଛନ୍ତି। ୧୪ଟି ହାତୀ କରିଡର୍‌ ସୁରକ୍ଷା ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଇଛି। ହାତୀ କରିଡର୍‌ ସହିତ ଅଭୟାରଣ୍ୟ ଓ ଜାତୀୟ ଉଦ୍ୟାନରେ ନୂଆ ପୋଖରୀ ଖୋଳାଯିବା ସହ ହାତୀଙ୍କ ଖାଦ୍ୟ ପାଇଁ ବୃକ୍ଷରୋପଣ କରାଯାଇଛି ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri