Posted inଖେଳ

୩ ବର୍ଷର ବ୍ୟବଧାନ ପରେ ଦୁରାଣ୍ଡ କପ୍‌

କୋଲକାତା, ୧୮।୭- ବିଶ୍ୱର ୩ୟ ତଥା ଏସିଆର ସର୍ବପୁରାତନ ଫୁଟ୍‌ବଲ ଟୁର୍ନାମେଣ୍ଟ ଦୁରାଣ୍ଡ କପ୍‌ର ୧୨୯ତମ ସଂସ୍କରଣ ଅଗଷ୍ଟ ୨ରୁ ସ୍ଥାନୀୟ ସଲ୍ଟଲେକ୍‌ ଷ୍ଟାଡିୟମଠାରେ ଆରମ୍ଭ ହେବ। ଉଦ୍‌ଘାଟନୀ ଦିବସରେ କୋଲକାତାର ଦୁଇ ଜଣାଶୁଣା କ୍ଲବ ମୋହନ ବାଗାନ ଓ ମହମ୍ମଦାନ ସ୍ପୋର୍ଟିଂ ପରସ୍ପରକୁ ଭେଟିବ। ତିନି ବର୍ଷର ବ୍ୟବଧାନ ପରେ ଏହି ସମ୍ମାନଜନକ ଟୁର୍ନାମେଣ୍ଟ ପୁଣିଥରେ ଆରମ୍ଭ ହୋଇଛି। ଶେଷଥର ପାଇଁ ୨୦୧୬ରେ ଏହି ଟୁର୍ନାମେଣ୍ଟ ଅନୁଷ୍ଠିତ ହୋଇଥିଲା। ଏଥିରେ ନେରୋକା ଏଫ୍‌ସିକୁ ପରାସ୍ତ କରି ଆର୍ମି ଗ୍ରୀନ୍‌ ଟାଇଟଲ୍‌ ବିଜୟୀ ହୋଇଥିଲା। ଚଳିତଥର ଆଇ-ଲିଗ୍‌ ଓ ଆଇଏସ୍‌ଏଲ୍‌କୁ ମିଶାଇ ମୋଟ୍‌ ୧୬ ଟିମ୍‌ ଟୁର୍ନାମେଣ୍ଟରେ ଅଂଶଗ୍ରହଣ କରୁଛନ୍ତି। ଚାମ୍ପିୟନ ଦଳକୁ ୪୦ ଲକ୍ଷ ଏବଂ ରନର୍ସଅପ୍‌ ଦଳକୁ ୨୦ ଲକ୍ଷ ଟଙ୍କା ପ୍ରଦାନ କରାଯିବ। ସେହିଭଳି ସେମିଫାଇନାଲରୁ ବିଦାୟ ନେଇଥିବା ଦୁଇ ଦଳ ୫ ଲକ୍ଷ ଲେଖାଏ ଟଙ୍କା ପାଇବେ। ୧୮୮୮ରେ ପ୍ରଥମଥର ଲାଗି ଆର୍ମି କପ୍‌ ଭାବେ ଏହି ଟୁର୍ନାମେଣ୍ଟ ଆରମ୍ଭ ହୋଇଥିଲା। ପରେ ଏଥିରେ ଅନ୍ୟସବୁ କ୍ଲବକୁ ଖେଳିବାର ସୁଯୋଗ ମିଳିଥିଲା। ଦୁରାଣ୍ଡ କପ୍‌ ଇତିହାସରେ ସଫଳ ଦଳ ଭାବେ ଇଷ୍ଟ ବେଙ୍ଗଲ ଓ ମୋହନ ବାଗାନ ୧୬ଥର ଲେଖାଏ ଟାଇଟଲ୍‌ ଜିତିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ

ଶେନ୍‌ଝେନ୍‌,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍‌ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍‌…

ପାକ୍‌ ଖେଳାଳିଙ୍କ ଫୋନ୍‌ ଜବତ କଲା ପିସିବି, କାହିଁକି ଜାଣନ୍ତୁ…

ଲଣ୍ଡନ,୬ା୯: ପାକିସ୍ତାନର ସମସ୍ୟାପୂର୍ଣ୍ଣ ଇଂଲଣ୍ଡ ଟୁର ଏକ ଅପ୍ରତ୍ୟାଶିତ ମୋଡ଼ ନେଇଛି। ଏଜବାଷ୍ଟନଠାରେ ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ତୃତୀୟ ଟେଷ୍ଟ ପୂର୍ବରୁ ଜାତୀୟ ଦଳର କିଛି…

ଟିମ୍‌ରୁ ବାଦ ପଡ଼ିବାର ରହସ୍ୟ ଖୋଲିଲେ ରାଇନା, କୋହଲିଙ୍କ ଅଧିନାୟକତ୍ୱକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୬।୯: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଷ୍ଟାର୍ ବ୍ୟାଟର ସୁରେଶ ରାଇନା ଟିମ୍ ଇଣ୍ଡିଆରୁ ବାଦ ପଡ଼ିବାକୁ ନେଇ ବଡ଼ ବୟାନ ଦେଇଛନ୍ତି। ବିରାଟ କୋହଲି ଭାରତୀୟ…

ପାକିସ୍ତାନୀ ଖେଳାଳିଙ୍କ ଫୋନ ଜବତ କଲା PCB; ମ୍ୟାଚ ଫିକ୍ସିଂ ସନ୍ଦେହ? ଉଠିଲାଣି ପ୍ରଶ୍ନ

ଇସଲାମାବାଦ,୬।୯: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ସମ୍ପ୍ରତି ଏପରି ନିଷ୍ପତ୍ତି ନେଇଛି ଯାହାକୁ ନେଇ ବିଶ୍ୱବ୍ୟାପୀ ହାସ୍ୟରସ ସୃଷ୍ଟି ହୋଇଛି। ଏବେ, ଇଂଲଣ୍ଡ ଗସ୍ତ ସମୟରେ ଆଉ…

ରୋନାଲ୍ଡୋ-ମେସିଙ୍କୁ ନେଇ ଇତିହାସରେ ପ୍ରଥମ ଥର ଘଟିବାକୁ ଯାଉଛି ଏମିତି ଘଟଣା, ଅପେକ୍ଷାରେ ପ୍ରଶଂସକ

ନୂଆଦିଲ୍ଲୀ,୬।୯: ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ଆର୍ଜେଣ୍ଟିନାର ଲିଓନେଲ ମେସି ଫୁଟବଲ ଜଗତର ଦୁଇ କିମ୍ବଦନ୍ତୀ ତାରକା। ପ୍ରାୟ 15 ବର୍ଷ ଧରି, ସେମାନଙ୍କର ପ୍ରତିଦ୍ୱନ୍ଦ୍ୱିତା ବିଶ୍ୱ…

ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ପୁଣି ଲଜ୍ଜାଜନକ ରେକର୍ଡ!

ନୂଆଦିଲ୍ଲୀ,୬।୯: ୨୦୨୬ ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଇନିଂସରେ ବୈଭବ ସୂର୍ଯ୍ୟବଂଶୀ ଅର୍ଦ୍ଧଶତକରୁ ବଞ୍ଚିତ ହୋଇଥିଲେ ଏବଂ ୧୫ତମ ଓଭରରେ ୪୪ ରନ କରି ଆଉଟ ହୋଇଥିଲେ।…

ମହମ୍ମଦ ଶାମିଙ୍କୁ ନେଇ ଆସିଲା ବଡ଼ ଖବର, ଚୟନକର୍ତ୍ତାଙ୍କ ନଜର ଦୁଲୀପ ଟ୍ରଫି ଫାଇନାଲ ଉପରେ

ନୂଆଦିଲ୍ଲୀ,୬।୯: ଅଭିଜ୍ଞ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ODI ଦଳକୁ ଫେରିବା ପାଇଁ ପଥ ଖୋଲିପାରେ। ଭାରତ ସେପ୍ଟେମ୍ବର 27 ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri