୩ ବର୍ଷ ବିତିଯାଇଥିଲେ ସୁଦ୍ଧା ଧାନ ଖଳା ସମ୍ପୂର୍ଣ୍ଣ ହୋଇ ନ ଥିବାରୁ ଚାଷୀ ହଇରାଣ, ଏତେ ଲକ୍ଷ ଟଙ୍କାରେ…

କେସିଙ୍ଗା,୬।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଶିରୋଲ ଗ୍ରାମ ପଞ୍ଚାୟତରେ ଚାଷୀଙ୍କ ସୁବିଧା ପାଇ ଗତ ୨୩-୨୪ ଆର୍ଥିକ ବର୍ଷରେ ଖଳା ନିର୍ମାଣ ପାଇଁ ଜିଲା ଗ୍ରାମ୍ୟ ଉନ୍ନୟନ ବିଭାଗ କଳାହାଣ୍ଡି ପକ୍ଷରୁ ୭ଲକ୍ଷ୩୨ ହଜାର ଟଙ୍କା ମଞ୍ଜୁର ହୋଇଥିଲା। ଏଥିପାଇଁ କେସିଙ୍ଗା ପଞ୍ଚାୟତ ସମିତିର କାର୍ଯ୍ୟ ନିର୍ବାହୀ ସଂସ୍ଥା ପକ୍ଷରୁ କାର୍ଯ୍ୟ କରିବା କଥା, କିନ୍ତୁ ଶିରୋଲ ଗ୍ରାମ ଜଣେ ଠିକାଦାରଙ୍କୁ ଉକ୍ତ ଧାନ ଖଳା ନିର୍ମାଣ ପାଇଁ ଦାୟିତ୍ୱ ଦିଆଯାଇଥିଲା। ଏହି ଖଳା ନିର୍ମାଣ କାର୍ଯ୍ୟ ସଂପୂର୍ଣ୍ଣ ହୋଇଥିଲେ ଶିରୋଲ ଗ୍ରାମର ପ୍ରାୟ ଶାତାଧିକ ଚାଷୀ ଧାନ କାଟି ଏହି ଖଳାରେ ରଖି ଧାନ ମଡ଼ାଇ ସୁବିଧାରେ ଘରକୁ ନେଇ ପାରିବେ। କିନ୍ତୁ ଠିକାଦାର ଜଣଙ୍କ ଖଳାର ଚତୁଃପାର୍ଶ୍ୱରେ ସିମେଣ୍ଟର ଫାଉଣ୍ଡେଶନ ଉଠାଇ ନିରବ ରହିଗଲେ। ଖଳା ଉପରେ ଆଉ କଂକ୍ରିଟ କରିଲେ ନାହିଁ। ଯାହା ଫଳରେ ଦୀର୍ଘ ୩ବର୍ଷ ହେଲା ଅର୍ଦ୍ଧନିର୍ମିତ ଅବସ୍ଥାରେ ପଡିରହିଛି। ଆଜିହେବ କାଲି ହେବ ବୋଲି ଯେଉଁ ଆଶା କରିଥିଲେ ତାହା ସମ୍ପୂର୍ଣ୍ଣ ନ ହେବାରୁ ଚାଷୀ ମନରେ ଅସନ୍ତୋଷ ହେବା ସହ ବହୁତ ହଇରାଣ ହେଉଛନ୍ତି। ବ୍ଲକ ପ୍ରଶାସନର ଉଦାସୀନତା ଯୋଗୁ ଖଳା କାମ ନିର୍ମାଣ ନ ହୋଇ ଆଜକୁ ୩ବର୍ଷ ବିତିଗଲାଣି ଅର୍ଦ୍ଧ ନିର୍ମିତ ଅବସ୍ଥାରେ ପଡି ରହିଛି । ଏହି ଖଳା ନିର୍ମାଣ ସମ୍ପୁର୍ଣ୍ଣ ହେଲେ ଶିରୋଲ ଗ୍ରାମର ଶାତାଧିକ ଚାଷୀ ଧାନ ରଖି ମଡ଼ାଇ ଘରକୁ ନେବାରେ ସୁବିଧା ହୋଇଥାନ୍ତା। ଶିରୋଲ ଗ୍ରାମରୁ ପ୍ରାୟ ଦେଢ଼ କିମି ଦୂରରେ ଏହି ଖଳା ନିର୍ମାଣ ପାଇଁ ଜାଗା ନିରୂପଣ କରାଯାଇଛି। ଖଳାର ଚତୁଃପାର୍ଶ୍ୱରେ ଚାଷ ଜମି ଥିବାରୁ ଚାଷୀଙ୍କ ସୁବିଧା ହେବା ପାଇଁ ଏହି ଖଳାନିର୍ମାଣ ପାଇଁ ଶିରୋଲ ଗ୍ରାମର ଜଣେ ଠିକାଦାରଙ୍କୁ ଦାୟିତ୍ୱ ଦିଆଯାଇଥିଲା। କିନ୍ତୁ ଚାଷୀମାନେ ୩ବର୍ଷ ହେଲା ବ୍ଲକ ପ୍ରଶାସନକୁ ଅଭିଯୋଗ କରିଥିଲେ ସୁଦ୍ଧା ଆଜି ଯାଏ ଉକ୍ତ ଖଳାଟି ସମ୍ପୂର୍ଣ୍ଣ ହୋଇ ନ ଥିବାରୁ ଚାଷୀମନରେ ଅସନ୍ତୋଷ ହେବା ସହ ବହୁତ ହଇରାଣ ହରକତ ହୋଇ ଆସୁଛନ୍ତି । ଏ ସଂକ୍ରାନ୍ତରେ ଯେଉଁ ଯନ୍ତ୍ରୀ ଦାୟିତ୍ୱରେ ଥିଲେ ସେ ହେଉଛନ୍ତି ତ୍ରିଲୋଚନ ବେହେରା।ତାଙ୍କୁ ପଚାରିବାରୁ ଠିକାଦାର କାମ ନ କରିବାରୁ ଅଦ୍ଧନିର୍ମିତ ଅବସ୍ଥାରେ ପଡି ରହିଛି ଏବଂ ବିଲ ମଧ୍ୟ କରାଯାଇ ନାହିଁ ବୋଲି ପ୍ରକାଶ କରିଥିଲେ। ତେଣୁ ଚାଷୀଙ୍କ ଦାବି ମୁତାବକ ଅନ୍ୟ ଠିକାଦାରଙ୍କୁ ଖଳା ନିର୍ମାଣ ଦାୟିତ୍ୱ ଦିଆଯାଉ ବୋଲି ଚାଷୀମାନେ ବିଡିଓ ନିକଟରେ ଦାବି କରିଛନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri