୩ ବ୍ୟବସାୟୀଙ୍କ ଠାରୁ ୧୬ ଲକ୍ଷ ୮୦ ହଜାର ଲୁଟ୍‌: * ବନ୍ଧୁକ ଦେଖାଇ ଲୁଟିନେଲେ ଦୁର୍ବୃତ୍ତ

ଧରାକୋଟ,୨୮ା୫(ଡି.ଏନ.ଏ.)- ଧରାକୋଟ ଥାନା ବାଦଗଡ଼ ଗ୍ରାମ ଛକ ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ବଡ ଧରଣର ଲୁଟ୍‌ ହୋଇଛି। ୩ ବ୍ୟବସାୟୀଙ୍କ ଠାରୁ ଖଣ୍ଡା ଓ ମାଉଜର ଦେଖାଇ ନଗଦ ୧୬ ଲକ୍ଷ ୮୦ ହଜାର ଟଙ୍କା ଲୁଟି ନେଇଛନ୍ତି ଦୁର୍ବୃତ୍ତ। ଧରାକୋଟ ପୋଲିସ ନଂ.୮୩/୨୦ରେ ମାମଲା ରୁଜୁକରି ତଦନ୍ତ ଚଳାଇଥିବା ଥାନା ଅଧିକାରୀ ଶହଦେବ ମହାପାତ୍ର କହିଛନ୍ତି।
ଧରାକୋଟ ଥାନା କେନ୍ଦୁପଲ୍ଲୀର ବ୍ୟବସାୟୀ ବି.ବାୟା ପାତ୍ର ଦେଇଥିବା ଏତଲା ଅନୁଯାୟୀ, ସୋରଡାର ଏ.ଗଣେଷ ପାତ୍ର ଓ ଏସ୍‌. ତ୍ରିପତି ପାତ୍ରଙ୍କ ସହ ସେ ମଙ୍ଗଳବାର ୩୦୦ ଛେଳି ଧରି ଆନ୍ଧ୍ରପ୍ରଦେଶକୁ ବିକ୍ରି କରିବାକୁ ଯାଇଥିଲେ। ବିକ୍ରି କରିଥିବା ୧୬ ଲକ୍ଷ ୮୦ ହଜାର ଟଙ୍କା ଧରି ଆନ୍ଧ୍ର-ଓଡ଼ିଶା ସୀମାନ୍ତ ଗିରିସୋଲାରେ ବୁଧବାର ସନ୍ଧ୍ୟାରେ ପହଞ୍ଚତ୍ଥିଲେ। ତାଙ୍କର ଜଣେ ଚିହ୍ନା ପରିଚିତ ବ୍ୟକ୍ତି ଡ଼ାକିବଦା ଗ୍ରାମର କବି ଗୌଡ଼ଙ୍କୁ ଅଟୋ ଧରି ଗିରିସୋଲାରେ ପହଞ୍ଚତ୍ବାକୁ କହିଥିଲେ। କବି ତାଙ୍କ ଡାଲାଅଟୋ (ନଂ. ଓଡି୦୭ଟି-୫୨୪୯) ଧରି ହେଲ୍‌ପର ଭାଲିଆଗୋଚ୍ଛା ଗ୍ରାମର ବସନ୍ତ ବିଷୋୟୀଙ୍କ ସହ ରାତି ପ୍ରାୟ ୯ଟାରେ ଗିରିସୋଲାରେ ପହଞ୍ଚତ୍ଥିଲେ। ସେଠାରେ ଖାଇ ସାରିବା ପରେ ସମସ୍ତେ ଧରାକୋଟ ଅଭିମୁଖେ ବାହାରିଥିଲେ। କବି ଓ ବସନ୍ତ ଚାଳକ କ୍ୟାବିନ୍‌ରେ ବସିଥିବାବେଳେ ବାୟା, ଗଣେଶ ଓ ତ୍ରିପତି ଅଟୋ ଡ଼ାଲାରେ ବସିଥିଲେ। ବିଳମ୍ବିତ ରାତିରେ ବାଦଗଡ ଛକ ବୁଲାଣିରେ ୩ ଖଣ୍ଡାଧାରୀ ଯୁବକ ଅଟୋକୁ ଅଟକାଇଥିଲେ। ଅଟୋଟି ରହିବା ପରେ ସେଠାରେ ଲୁଚିଥିବା ୬ ଜଣ ଦୁର୍ବୃତ୍ତ ବାହାରି ଡ଼ାଲାରେ ବସିଥିବା ବାୟା, ଗଣେଶ ଓ ତ୍ରିପତିଙ୍କୁ ମାଡ ମାରି ବନ୍ଧୁକ ଦେଖାଇ ଟଙ୍କା ଲୁଟି ନେଇଥିଲେ।
ଏତେଟଙ୍କା ଧରି ଜାତୀୟ ରାଜପଥରେ ନ ଆସି ଅଟୋଯୋଗେ ନିଛାଟିଆ ରାସ୍ତାଦେଇ କାହିଁକି ବ୍ୟବସାୟୀମାନେ ଆସୁଥିଲେ ଓ ଟଙ୍କା ନେଇ ଆସୁଥିବା ଦୁର୍ବୃତ୍ତ କିପରି ଖବର ପାଇଲେ ସେ ନେଇ ପୋଲିସ ତଦନ୍ତ କରୁଛି। ଆସିକା ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନଙ୍କ ସହ ଆସିକା, ଧରାକୋଟ, ଶେରଗଡ ଓ ବଡଗଡ ଥାନା ଅଧିକାରୀ ବିଭିନ୍ନ ସ୍ଥାନରେ ଛାନ୍‌ବିନ୍‌ ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

ପାଟ୍ରୋଲିଂ ବେଳେ କାର୍‌ ଡିକିରୁ ଆସିଲା ଛେଳି ଗନ୍ଧ, ଧରାପଡ଼ିଲେ ୪ ଚୋର; କାର୍‌-ଖଣ୍ଡା ଜବତ…

ଦିଗପହଣ୍ଡି,୭|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ଜଣେ ଚାଷୀଙ୍କ ଗୁହାଳରୁ ଛେଳି ଚୋରି ଘଟଣାରେ ପୋଲିସ ୪…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

କଳାହାଣ୍ଡିରେ କଲେଜ ନିର୍ବାଚନ ନ ହେଉଣୁ ଉତ୍ତେଜନା: ପୋଷ୍ଟର ଚିରାକୁ ନେଇ ଜାତୀୟ ରାଜପଥରେ ଏବିଭିପିର ବିକ୍ଷୋଭ, ଥାନାରେ…

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ)-କଲେଜ ନିର୍ବାଚନ ତାରିଖ ନିକଟତର ହେଉଥିବା ବେଳେ କଳାହାଣ୍ଡି ଜିଲାରେ କ୍ୟାମ୍ପସ ରାଜନୀତି ସରଗରମ ହେବାରେ ଲାଗିଛି। ବୁଧବାର ଅପରାହ୍ନରେ ଭବାନୀପାଟଣା କଲେଜ ଛକ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?