୩ ଯୁବକଙ୍କୁ ଆକ୍ରମଣ ପ୍ରତିବାଦରେ ରାସ୍ତାରୋକୋ

ବାରିପଦା ଅଫିସ,୧୭।୧- ବାରିପଦା ସହରର ତକତପୁର ଛକରେ ଗୁରୁବାର ଅପରାହ୍ନରେ ୩ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ଆହତ ବିଦୁ କିସ୍କୁ ଓ ମାଟୁ ମାରାଣ୍ଡିଙ୍କ ସମେତ ଅନ୍ୟ ୨ଜଣଙ୍କୁ ଚିକିତ୍ସା ପାଇଁ ବାରିପଦା ପିଆରଏମ୍‌ ମେଡିକାଲ କଲେଜରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ଅଭିଯୁକ୍ତମାନଙ୍କୁ ଗିରଫ କରିବା ଦାବିରେ ସ୍ଥାନୀୟ ଲୋକେ ଅପରାହ୍ନ ୫ଟାରୁ ରାସ୍ତାରୋକ କରିଥିଲେ। ଖବରପାଇ ବାରିପଦା ଟାଉନ ଥାନା ଅଧିକାରୀ ବୀରେନ୍ଦ୍ର ସେନାପତି, ଏସଡିପିଓ କେ.କେ. ହରିପ୍ରସାଦ ପ୍ରମୁଖ ପୋଲିସ ଫୋର୍ସ ନେଇ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିବାକୁ ଚେଷ୍ଟା କରିଥିଲେ। ମାତ୍ର ଲୋକେ ସେମାନଙ୍କ ଯିଦରେ ଅଟଳ ରହିଥିଲେ। ଏସ୍‌ପି ପରମାର ସ୍ମିଥ ପୁରୁଷୋତ୍ତମଦାସ ଘଟଣାସ୍ଥଳକୁ ଯାଇ ଲୋକଙ୍କ ସହିତ ଆଲୋଚନା କରିଥିଲେ। ରାତି ୯ଟା ବେଳେ ରାସ୍ତାରୋକ ହଟିଥିଲା। ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁଯାୟୀ, ସ୍ଥାନୀୟ ଅଞ୍ଚଳର ୩ରୁ ଊର୍ଦ୍ଧ୍ୱ ଯୁବକ ବିଭିନ୍ନ ମାରଣାସ୍ତ୍ର ଧରି ରାସ୍ତାରେ ଯାଉଥିବା ଅନ୍ୟ ୩ଜଣ ଯୁବକଙ୍କୁ ହଠାତ ଆକ୍ରମଣ କରି ଚମ୍ପଟ ମାରିଥିଲେ। ତେବେ ଆକ୍ରମଣକାରୀ ଯୁବକଙ୍କ ମଧ୍ୟରୁ ଜଣଙ୍କୁ କାବୁ କରି ସ୍ଥାନୀୟ ଲୋକେ ମାଡ଼ ମାରିଥିବା ଜଣାପଡିଛି।
ସୂଚନା ଅନୁଯାୟୀ, କିଛି ଦିନ ତଳେ ବାରିପଦା ଟାଉନ ଥାନା ଅଧୀନ ରାଣୀବନ୍ଧ ଏବଂ ତକତପୁର ଅଞ୍ଚଳର କେତେକ ଯୁବକକଙ୍କ ମଧ୍ୟରେ କୌଣସି କାରଣରୁ ଗଣ୍ଡଗୋଳ ହୋଇଥିଲା। ଏହି ଘଟଣାର ସମାଧାନ ହୋଇ ପାରି ନ ଥିବା ବେଳେ ପ୍ରତିଦିନ ଉଭୟ ପକ୍ଷଙ୍କ ମଧ୍ୟରେ ଛୋଟ ବଡ ଗଣ୍ଡଗୋଳ ହେଉଥିଲା। ତେବେ ରାଣୀବନ୍ଧ ବାସିନ୍ଦା ଏଥିରେ ଅତିଷ୍ଠ ହୋଇ ଗୁରୁବାର ଅପରାହ୍ନ ୪ଟା ବେଳେ ମେଳି ହୋଇ ବାରିପଦା ଟାଉନ ଥାନା ଅଧିକାରୀ ଓ ଜିଲା ଆରକ୍ଷୀ ଅଧୀକ୍ଷକଙ୍କୁ ଅଭିଯୋଗ କରିବାକୁ ଆସୁଥିଲେ। ଏହି ଖବର ପାଇବା ପରେ ତକତପୁର ଅଞ୍ଚଳର ଯୁବକମାନେ ସେମାନଙ୍କୁ ଛକ ଉପରେ ଅଟକାଇବା ସହିତ ପାଟି ତୁଣ୍ଡ କରିଥିଲେ। ଅଭିଯୋଗ ନ କରିବାକୁ ଧମକ ଚମକ ଦେଇଥିଲେ। ସେମାନେ ନ ମାନିବାରୁ ବିଦୁ ଓ ମାଟୁଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରି ସେଠାରୁ ଖସି ପଳାଇଥିଲେ। ପରେ ସ୍ଥାନୀୟ ଲୋକଙ୍କ ସହଯୋଗରେ ସେମାନଙ୍କୁ ବାରିପଦା ପିଆରଏମ ମେଡିକାଲ କଲେଜକୁ ଚିକିତ୍ସା ପାଇଁ ପଠାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ଦିନରେ ପୋଲିସକୁ ଦ୍ୱିତୀୟ ସଫଳତା: ୭ ଲକ୍ଷ ଟଙ୍କା ଲୁଟ୍‌ ମାମଲାର ହେଲା ପର୍ଦ୍ଦାଫାଶ

ଗଜପତି,୩।୮(ଗିରିଧାରୀ ପରିଛା): ଗଜପତି ଜିଲାରେ ଟଙ୍କା ଲୁଟ୍‌ ଘଟଣାରେ ପୁଣି ଏକ ବଡ଼ ସଫଳତା ହାସଲ କରିଛି ଗାରାବନ୍ଧା ପୋଲିସ । ଦୁଇ ଦିନ ମଧ୍ୟରେ ଜିଲାରେ…

ଭତ୍ତା ପାଇଁ ହଟହଟା: ଜିଲାପାଳଙ୍କୁ ଫେରାଦ ହେଲେ ବୃଦ୍ଧାବୃଦ୍ଧ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳର ବୃଦ୍ଧାବୃଦ୍ଧ ଦୀର୍ଘ ମାସ ହେଲା ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି । ବ୍ୟାଙ୍କକୁ ଗଲେ କେତେବେଳେ…

୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି ବଳାତ୍କାର ଅଭିଯୋଗ, ୪ ମାସ ପରେ ଯୁବକଙ୍କୁ ପୋଲିସ ଧରି…

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁର ୯ମ ଶ୍ରେଣୀରେ ପଢୁଥିବା ଜଣେ ୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି…

ଚା’ ପିଉଥିବା ବେଳେ ବ୍ୟକ୍ତିଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ଭଦ୍ରକ ମେଡିକାଲକୁ ସ୍ଥାନାନ୍ତର

ଧାମନଗର,୩।୮(କାଳିନ୍ଦୀ ବେହେରା): ଭଦ୍ରକ ଜିଲା ଧୁଷୁରୀ ଥାନା ଅଧୀନସ୍ଥ କୋଠାର ପଞ୍ଚାୟତ ଅନ୍ତର୍ଗତ ମିର୍ଘାଟକୁଳ ଗ୍ରାମରେ ସୋମବାର ସନ୍ଧ୍ୟାରେ ଏକ ଛୁରାମାଡ଼ ଘଟଣାକୁ ନେଇ ଅଞ୍ଚଳରେ ଉତ୍ତେଜନା…

ମଙ୍ଗଳବାର ରାଷ୍ଟ୍ରପତିଙ୍କ ତପ୍ତପାଣି ଗସ୍ତ: ମା’ କନ୍ଧୁଣି ଦେବୀଙ୍କୁ କରିବେ ପୂଜାର୍ଚ୍ଚନା, ସୁରକ୍ଷା ବ୍ୟବସ୍ଥା କଡାକଡି

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ସୀମାନ୍ତ ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣିକୁ ମଙ୍ଗଳବାର ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।ରାଷ୍ଟ୍ରପତିଙ୍କ ଗ୍ରସ୍ତକୁ ଦୃଷ୍ଟିରେ ରଖି…

୧୦ ଦିନରେ ୩ ସ୍ଥାନରେ ବଡ଼ଧରଣର ଲୁଟ୍‌କୁ ନେଇ ଖେଳିଗଲା ଆତଙ୍କ: ସିସିଟିଭି ଲଗାଇବାକୁ ପରାମର୍ଶ ଦେଲେ ଏସଡିପିଓ

ଦାରିଙ୍ଗବାଡି, ୩ ।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗତ କିଛି ଦିନ ହେଲା ଲୁଟେରା ମାତିଛନ୍ତି । ୧୦ ଦିନ ମଧ୍ୟରେ ୩ଟି…

ଜରି ବ୍ୟାଗରେ ନେଇ ଯାଉଥିଲେ ଦେଶୀ ମଦ ପାଉଚ, ଅଚାନକ ପଛରୁ ଧରିଲା ଅବକାରୀ ଥାନା ପୋଲିସ, ତା’ପରେ…

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଅବକାରୀ ଥାନା ପୋଲିସ ବି. ତୁରୁୁବୁଡ଼ି ଗ୍ରାମର ରମେଶ ରେଡ୍ଡୀଙ୍କୁ ଅବକାରୀ ଥାନା ମାମଲା ନଂ.୭୫/୨୬-୨୭ ଅନୁଯାୟୀ ଗିରଫ କରିଛନ୍ତି। ତାଙ୍କ…

ଖେମୁଣ୍ଡି କଲେଜରେ ନବାଗତ ଛାତ୍ରୀଛାତ୍ରଙ୍କ ଅଭିମୁଖୀକରଣ କାର୍ଯ୍ୟକ୍ରମ: ଛାତ୍ରୀଛାତ୍ରଙ୍କୁ ଦିଆଗଲା ଏହି ପରାମର୍ଶ

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ପରିସରରେ ସୋମବାର ଯୁକ୍ତ ୩ ପ୍ରଥମ ବର୍ଷର ନବାଗତ ଛାତ୍ରୀଛାତ୍ରଙ୍କ ପାଇଁ ଏକ ଅଭିମୁଖୀକରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri