୩ ରାଷ୍ଟ୍ରାୟତ୍ତ କମ୍ପାନୀରେ ପୁଞ୍ଜି ଉପଲବ୍ଧ କରାଇବାକୁ କ୍ୟାବିନେଟ ମଞ୍ଜୁରୀ

ନୂଆଦିଲ୍ଲୀ,୧୩-୨: ରାଷ୍ଟ୍ରାୟତ୍ତ କ୍ଷେତ୍ରର ୩ ସାଧାରଣ ବୀମା କମ୍ପାନୀରେ ପୁଞ୍ଜି ଉପଲବ୍ଧ କରାଇବା ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟ ପକ୍ଷରୁ ବୁଧବାର ମଞ୍ଜୁରୀ ପ୍ରଦାନ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା କେନ୍ଦ୍ର କ୍ୟାବିନେଟ କମିଟି ବୈଠକରେ ଏଭଳି ନିଷ୍ପତ୍ତି ହୋଇଛି। ଏହି କମ୍ପାନୀଗୁଡିକ ମଧ୍ୟରେ ଓରିଏଣ୍ଟାଲ ଇନସ୍ୟୁରାନ୍ସ କମ୍ପାନୀ ଲିମିଟେଡ, ନ୍ୟାଶନାଲ ଇନସ୍ୟୁରାନ୍ସ କମ୍ପାନୀ ଲିମିଟେଡ, ୟୁନାଇଟେଡ ଇଣ୍ଡିଆ ଇନସ୍ୟୁରାନ୍ସ କମ୍ପାନୀ ଲିମିଟେଡ ଏହା ମଧ୍ୟରେ ସାମିଲ ରହିଛି। ଏହା ବ୍ୟତୀତ ଏହି କମ୍ପାନୀଗୁଡିକର ଜଟିଳ ଆର୍ଥତ୍କ ସ୍ଥିତି ଏବଂ ନିୟାମକ ଋଣ ପରିଶୋଧ କ୍ଷମତା ଆବଶ୍ୟକତାର ଉଲ୍ଲଙ୍ଘନକୁ ଦୃଷ୍ଟି ଦେଇ ତୁରନ୍ତ ୨୫୦୦ କୋଟି ଟଙ୍କାର ଅର୍ଥରାଶି ଜାରି କରିବା ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା-ରୂପା ମୂଲ୍ୟ ହ୍ରାସ ପାଇବ ନା ବୃଦ୍ଧି ପାଇବ? ବିଶେଷଜ୍ଞ କହିଲେ….

ନୂଆଦିଲ୍ଲୀ,୧୨।୭: ନିବେଶକମାନେ ଆମେରିକା-ଇରାନ ମଧ୍ୟରେ ନୂତନ ଉତ୍ତେଜନା, ଅଶୋଧିତ ତୈଳ ମୂଲ୍ୟରେ ହ୍ରାସ ଏବଂ ମୁଦ୍ରାସ୍ଫୀତି ତଥ୍ୟ ଉପରେ ତୀକ୍ଷ୍ଣ ନଜର ରଖିଥିବାରୁ ଆସନ୍ତା ସପ୍ତାହରେ ସୁନା…

ଫର୍ଚ୍ୟୁନ୍‌ର ସବୁଠୁ ପ୍ରଭାବଶାଳୀ ମହିଳା ତାଲିକାର ୧ମ ସ୍ଥାନରେ ନୀତା ଅମ୍ବାନୀ

ଫର୍ଚ୍ୟୁନ୍‌ ଇଣ୍ଡିଆ ଦ୍ୱାରା ଶୁକ୍ରବାର ଦିନ ମୁମ୍ବାଇସ୍ଥିତ ଫୋର୍‌ ସିଜନ୍ସ ହୋଟେଲଠାରେ ଏହାର ପ୍ରମୁଖ କାର୍ଯ୍ୟକ୍ରମ ‘ମୋଷ୍ଟ୍‌ ପାଓ୍ବାରଫୁଲ୍‌ ଓ୍ବିମେନ୍‌ (ଏମ୍‌ପିଡବ୍ଲ୍ୟୁ), ୨୦୨୬’ ଅନୁଷ୍ଠିତ ହୋଇଯାଇଛି ।…

E-20 ସହିତ ସାଧାରଣ ପେଟ୍ରୋଲ୍ ମଧ୍ୟ… ଏବେ ଗ୍ରାହକଙ୍କୁ ପେଟ୍ରୋଲ ପମ୍ପରେ ମିଳିବ ପେଟ୍ରୋଲର ବିକଳ୍ପ?

ନୂଆଦିଲ୍ଲୀ,୧୧ା୭: E-20 ଇନ୍ଧନ (ଫ୍ୟୁଏଲ୍‌)କୁ ନେଇ ଏବେ ସାରା ଦେଶରେ ହଙ୍ଗାମା ମାତିଛି। ଏଥାନଲ୍ ବ୍ଲେଣ୍ଡେଡ୍ ପେଟ୍ରୋଲ୍ (ଏଥାନଲ୍ ମିଶ୍ରିତ ପେଟ୍ରୋଲ୍‌)କୁ ନେଇ ଆଲୋଚନା ଓ ବିବାଦର…

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri