୩ ରାଷ୍ଟ୍ରାୟତ୍ତ ବ୍ୟାଙ୍କରେ ନୂଆ ସିଇଓ

ନୂଆଦିଲ୍ଲୀ,୨୧-୧: ସରକାର ୩ ରାଷ୍ଟ୍ରାୟତ୍ତ ବ୍ୟାଙ୍କରେ ନୂଆ ପରିଚାଳନା ନିର୍ଦ୍ଦେଶକ(ଏମ୍‌ଡି) ତଥା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ନିଯୁକ୍ତ ହୋଇଛନ୍ତି। ଏହି ବ୍ୟାଙ୍କଗୁଡିକ ମଧ୍ୟରେ ବ୍ୟାଙ୍କ ଅଫ ବରୋଦା (ବିଓବି), ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ବିଓଆଇ)ଏବଂ କାନାରା ବ୍ୟାଙ୍କ ରହିଛି। ବିଓଆଇ ନୂଆ ସିଇଓ ଭାବେ ଓଡିଆ ଅଧିକାରୀ ଅତନୁ କୁମାର ଦାସ ଅବସ୍ଥାପିତ ହୋଇଛନ୍ତି। ସେ ବିଓଆଇର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ(ଇଡି) ଭାବେ ଏବେ କାର୍ଯ୍ୟରତ ଅଛନ୍ତି। ତାଙ୍କୁ ୩ ବର୍ଷ ଲାଗି ସିଇଓ ପଦବୀରେ ନିଯୁକ୍ତି ମିଳିଛି। ଜୁନ ୩୦ ପରଠାରୁ ଏହି ପଦବୀ ଖାଲି ପଡିଥିଲା। ସେହିଭଳି ବିଓବିର ନୂଆ ସିଇଓ ଭାବେ ସଞ୍ଜୀବ ଚଢା ନିଯୁକ୍ତ ହୋଇଛନ୍ତି। ତାଙ୍କୁ ମଧ୍ୟ ୩ ବର୍ଷ ଲାଗି ନିଯୁକ୍ତି ଦିଆଯାଇଛି। ଏସ୍‌ବିଆଇ କ୍ୟାପିଟାଲର ଏମ୍‌ଡି ତଥା ସିଇଓ ଭାବେ ଚଢା ବର୍ତ୍ତମାନ କାର୍ଯ୍ୟ କରୁଥିବା ବେଳେ ବ୍ୟାଙ୍କ ବୋର୍ଡ ବ୍ୟୁରୋ(ବିବିବି) ତାଙ୍କ ନାମକୁ ନୂଆ ପଦବୀ ଲାଗି ସୁପାରିସ କରିଥିଲା। ସେହିଭଳି ବାଙ୍ଗାଲୋର ଭିତ୍ତିକ କାନାରା ବ୍ୟାଙ୍କର ନୂଆ ସିଇଓ ଭାବେ ଏଲ୍‌.ଭି. ପ୍ରଭାକର ଫେବୃୟାରୀ ପହିଲାରୁ ଦାୟିତ୍ୱ ଗ୍ରହଣ କରିବେ। ସେ ବର୍ତ୍ତମାନ ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ଇଡି ଭାବେ ଅବସ୍ଥାପିତ ଅଛନ୍ତି। ଅପରପକ୍ଷରେ ଏସ୍‌ବିଆଇର ନୂଆ ଏମ୍‌ଡି ଭାବେ ସି.ଏସ୍‌.ସେଟ୍ଟୀଙ୍କୁ ୩ ବର୍ଷ ଲାଗି ନିଯୁକ୍ତି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Business Eminence Awards 2026: ଉଦ୍ୟୋଗିତା ସମାଜକୁ ସାହାଯ୍ୟ କରିବାର ମାଧ୍ୟମ

ଜଗଦମ୍ବା ପଲିମର୍ସ ଲିମିଟେଡ୍‌ର ମ୍ୟାନେଜିଂ ଡାଇରେକ୍ଟର ଚନ୍ଦ୍ର ପ୍ରକାଶ ଭରତ୍ତିଆ ଜଣେ ପ୍ରଥମ ପିଢ଼ିର ଉଦ୍ୟୋଗୀ। ୪ ଦଶକରୁ ଅଧିକ ଓଡ଼ିଶାରେ ବ୍ୟବସାୟ ଚଳାଇଆସୁଛନ୍ତିି। ଜଗଦମ୍ବା ପଲିମର୍ସ…

ଟ୍ରେନ୍‌ରେ ମାଗଣାରେ କରିପାରିବେ ଯାତ୍ରା, ଭାରତୀୟ ରେଳବାଇ ଏମାନଙ୍କଠାରୁ ନିଏ ନାହିଁ ଗୋଟିଏ ବି ଟଙ୍କା, ଜାଣନ୍ତୁ ନିୟମ…

ନୂଆଦିଲ୍ଲୀ,୧୬।୪: ଭାରତୀୟ ରେଳବାଇ (Indian Railways) ଦେଶର କୋଟି କୋଟି ଯାତ୍ରୀଙ୍କ ସୁବିଧା ପାଇଁ ଅନେକ ନିୟମ ପ୍ରଣୟନ କରିଛି। କିନ୍ତୁ ଅନେକ ସମୟରେ ସଠିକ ସୂଚନା…

ଅକ୍ଷୟ ତୃତୀୟାରେ ୨ ଲକ୍ଷ ଧରିବ ସୁନାଦର! ସୁନାପ୍ରେମୀଙ୍କୁ ଝଟ୍‌କା

ନୂଆଦିଲ୍ଲୀ,୧୬।୪: ଅକ୍ଷୟ ତୃତୀୟା ରବିବାର ପଡୁଛି। କିନ୍ତୁ, ଯଦି ଆପଣ ସୁନା କିଣିବାକୁ ଯୋଜନା କରୁଛନ୍ତି, ତେବେ ବଜାରରେ ସାମ୍ପ୍ରତିକ ମୂଲ୍ୟ ବୃଦ୍ଧି ଆପଣଙ୍କୁ ଚିନ୍ତାରେ ପକାଇପାରେ।…

ବଢିଗଲା ସାବୁନ-ସାମ୍ପୁର ଦାମ୍‌, ସାଧାରଣ ଲୋକଙ୍କୁ ମହଙ୍ଗା ମାଡ଼

ନୂଆଦିଲ୍ଲୀ,୧୬।୪: ଖୁଚୁରା ଏବଂ ପାଇକାରୀ ମୁଦ୍ରାସ୍ଫୀତି ବୃଦ୍ଧିର ରିପୋର୍ଟ ପରେ, ଆଉ ଏକ ଖବର ସାମ୍ନାକୁ ଆସିଛି ଯାହା ମଧ୍ୟବିତ୍ତ ପରିବାର ପାଇଁ ସାମାନ୍ୟ ଝଟକା ଆଣିପାରେ।…

ଏପ୍ରିଲ ୨୯ ପରେ ଭାରତରେ ବଢିଯିବ ପେଟ୍ରୋଲ ଦର! ଲିଟର ପିଛା ହେବ…

ନୂଆଦିଲ୍ଲୀ,୧୬।୪: ମଧ୍ୟପ୍ରାଚ୍ୟରେ 40 ଦିନର ସଂଘର୍ଷ ପରେ, ଦୁଇ ସପ୍ତାହର ଯୁଦ୍ଧବିରତି ସ୍ଥାପନ କରାଯାଇଛି; ତଥାପି, ପରିସ୍ଥିତି ଅପରିବର୍ତ୍ତିତ ରହିଛି। ବିଶ୍ୱର ପ୍ରମୁଖ ଜଳପଥ ମଧ୍ୟରୁ, ହର୍ମୁଜ…

ଟ୍ରେନ୍‌ରେ ଯାତ୍ରା କରିବା ହେଲା ଶସ୍ତା! ଟିକେଟ ବୁକ୍‌ କଲେ ମିଳିବ ରିହାତି, ଏମିତି ଉଠାନ୍ତୁ… 

ନୂଆଦିଲ୍ଲୀ,୧୫।୪: ଭାରତୀୟ ରେଳବାଇ ଯାତ୍ରୀମାନଙ୍କ ପାଇଁ ଏକ ଖୁସି ଖବର ଆଣିଛି। ଏବେ ଟ୍ରେନ ଟିକେଟ ବୁକ୍‌ କଲେ ଆପଣଙ୍କୁ ମିଳିବ ସ୍ବତନ୍ତ୍ର ରିହାତି। ରେଳବାଇର ନୂଆ…

PNB ଗ୍ରାହକ ଆଲର୍ଟ! କାଲିଠୁ ବନ୍ଦ ହୋଇଯିବ ବ୍ୟାଙ୍କ୍‌ ଆକାଉଣ୍ଟ, ଲିଷ୍ଟରେ ଅଛି କି ନାଁ…

ନୂଆଦିଲ୍ଲୀ,୧୫।୪: ଯଦି ଆପଣଙ୍କର ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ରେ ଏକ ଆକାଉଣ୍ଟ ଅଛି, ତେବେ ଏହି ଅପଡେଟ ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ବ୍ୟାଙ୍କ…

Samsungରୁ Xiaomi ଯାଏ ହେଲା ମହଙ୍ଗା! ଆପଣଙ୍କର ପ୍ରିୟ ବ୍ରାଣ୍ଡର ସ୍ମାର୍ଟଫୋନର ଏତେ ବଢିଗଲା ଦାମ୍‌

ଯଦି ଆପଣ ଏହି ମାସରେ ଏକ ନୂତନ ସ୍ମାର୍ଟଫୋନ କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପକେଟକୁ ଟିକେ ଝଟ୍‌କା ଲାଗିପାରେ। ଏପ୍ରିଲ ମାସରେ, ପ୍ରାୟ ସମସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri